ଅଚଳ ହୋଇପଡ଼ିଛି ପାନୀୟ ଜଳ ପ୍ରକଳ୍ପ

ବେଗୁନିଆ,୫।୪(ଡି.ଏନ୍‌.ଏ.): ଦିନେ କି ଦୁଇ ଦିନ ନୁହେଁ ବର୍ଷ ବର୍ଷ ଧରି ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅଧୀନ ଗୋବିନ୍ଦପୁର ଗ୍ରାମରେ ଥିବା ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇପଡ଼ିଛି। ଫଳରେ ଶୁଦ୍ଧ ପାନୀୟ ପାଇଁ ସ୍ଥାନୀୟ ଗ୍ରାମବାସୀ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏନେଇ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲେ ମଧ୍ୟ ସୁଫଳ ମିଳିଲା ନାହିଁ। ୭ଦିନ ମଧ୍ୟରେ ସମସ୍ୟାର ସମାଧାନ କରା ନ ଗଲେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଶନିବାର ଏକ ହଜାର ଲୋକଙ୍କ ଦସ୍ତଖତ ସମ୍ବଳିତ ଏକ ପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଇ ମେଲ ମାଧ୍ୟମରେ ପଠାଯାଇଛି ବୋଲି ଜଣାପଡ଼ିଛି।
ସୂଚନାଥାଉ କି, ଗୋବିନ୍ଦପୁର ଗ୍ରାମର ୩ଟି ଓ୍ବାର୍ଡରେ ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ବସବାସ କରନ୍ତି। ଗ୍ରାମରେ ପାନୀୟ ଜଳ ପାଇଁ ୭ଟି ଖୋଲା କୂପ,୧୨ଟି ନଳକୂଅ ଏବଂ ୨ଟି ସାନିଟାରି କୂପ ରହିଛି। ଗ୍ରାମବାସୀଙ୍କ ସୁବିଧା ପାଇଁ ୨୦୧୨ରେ ଏଠାରେ ୧୭ଲକ୍ଷ ଟଙ୍କା ବ୍ୟୟରେ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇଥିଲା। ପରେ ଗ୍ରାମ୍ୟ କମିଟି ଗଠନ କରାଯାଇ ପାଇପ ଯୋଗେ ଲୋକଙ୍କୁ ପାଣି ଯୋଗାଇ ଦିଆଯାଇଥିଲା। କିଛି ବର୍ଷ ଲୋକେ ଜଳ ସଙ୍କଟରୁ ମୁକ୍ତି ପାଇଥିଲେ। ଗତ ୫ବର୍ଷ ହେଲା କମିଟି ଭାଙ୍ଗି ଯାଇଥିବାବେଳେ କେତେଜଣ ଲୋକ ମନଇଚ୍ଛା ଜଳର ଅପବ୍ୟବହାର କରିଥିଲେ। ପ୍ରକଳ୍ପ ଯନ୍ତ୍ରାଂଶ ଉପରେ ଚାପ ପଡ଼ିବାରୁ ମୋଟର ପୋଡିଯାଇଛି ବୋଲି କହି ବିଭାଗ ପକ୍ଷରୁ ଗ୍ରାମକୁ ଜଳ ଯୋଗାଣ ବନ୍ଦ କରିଦିଆଯାଇଛି। ଫଳରେ ଲୋକେ ସ୍ବଚ୍ଛ ପାଣି ପାଇବାରୁ ବଞ୍ଚିତ ହୋଇଛନ୍ତି। ତୁରନ୍ତ ଏହି ପ୍ରକଳ୍ପର ମରାମତି କରିବା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହେଉଛି। ଏ ସମ୍ପର୍କରେ ବିଡିଓ ରଶ୍ମି ରେଖା ଦାସ କହିଛନ୍ତି, ଗ୍ରାମବାସୀଙ୍କ ଅଭିଯୋଗ ପାଇବା ପରେ ପ୍ରକଳ୍ପ ମରାମତି ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍‌ ଶୀଘ୍ର ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri