କାର୍ଯ୍ୟକ୍ଷମ ହୋଇପାରୁନାହିଁ ପାନୀୟ ଜଳ ପ୍ରକଳ୍ପ

ଧର୍ମଶାଳା,୮ା୪(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଏଥିପାଇଁ ବାର୍ଷିକ ବହୁ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ହେଲେ ଦାୟିତ୍ୱରେ ଥିବା ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଅନେକ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଫଳରେ ସ୍ଥାନୀୟ ଲୋକମାନେ ପାଣି ଗରାଏ ପାଇଁ ଡ଼ହଳ ବକଳ ହେଉଛନ୍ତି। ଏଭଳି ପାନୀୟ ଜଳ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଧର୍ମଶାଳା ବ୍ଲକ ଉତ୍ତରଶାସନ ଗ୍ରାମବାସୀ। ସେହି ଗାଁରେ ବସୁଧା ଯୋଜନାରେ ନିର୍ମାଣ ହୋଇଛି ଉଚ୍ଚ କ୍ଷମତା ସମ୍ପନ୍ନ ପାଣି ଟାଙ୍କି। ୧ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଏହି ପାଣିଟାଙ୍କିରୁ ପ୍ରତ୍ୟେକ ଘରକୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ହେଲେ ଉକ୍ତ ପାନୀୟ ଜଳ ପ୍ରକଳ୍ପଟି ୨ବର୍ଷ ହେଲା ଅଧପନ୍ତରିଆ ଅବସ୍ଥାରେ ପଡ଼ି ରହିଛି। ଉକ୍ତ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଉ ନ ଥିବାରୁ ଦୀର୍ଘଦିନ ହେଲା ନିକଟସ୍ଥ ଉତ୍ତରଶାସନ, ଦୁବଗାଡ଼ିଆ, ଦକ୍ଷିଣ ଶାସନ, ଶଙ୍ଖାରିଡିହ ଗ୍ରାମବାସୀ ପାଇପ ପାଣି ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଲୋକମାନେ ପାଣି ପାଇବାକୁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାଧ୍ୟ ହୋଇ ଲୋକମାନେ ଗ୍ରାମରେ ଥିବା ନଳକୂପ ଏବଂ କୂଅ ପୋଖରୀରୁ ପାଣି ସଂଗ୍ରହ କରୁଛନ୍ତି।
ସୂଚନାଯୋଗ୍ୟ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ୮୦ଲକ୍ଷ ଟଙ୍କା ବ୍ୟୟରେ ଉତ୍ତରଶାସନ ଗ୍ରାମ ନିକଟରେ ଏହି ପାନୀୟକଳ ପ୍ରକଳ୍ପ ନିର୍ମାଣ ହୋଇଥିଲା। ୨୦୧୯ ନଭେମ୍ବର ୧ରେ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ପରେ ସେଠାରେ ଘର, ବୋରିଂ, ଓଭରହେଡ ପାଣିଟାଙ୍କି, ବିଦ୍ୟୁତ ସଂଯୋଗ, ପାଇପ୍‌ ବିଛା କାମ କରାଯିବା ସହିତ ପାଚେରୀ ନିର୍ମାଣ କରାଯାଇଥିଲା। ଇତିମଧ୍ୟରେ ପ୍ରକଳ୍ପ ନିର୍ମାଣକୁ ୨ ବର୍ଷ ବିତିଥିଲେ ମଧ୍ୟ କାର୍ଯ୍ୟକ୍ଷମ କରାଯାଇପାରିନାହିଁ। ପାଇପ ବିଛାଇବା ନାଁରେ ଠିକାଦାର ଅଧିକାଂଶ ରାସ୍ତାକୁ ଖୋଳି ଦେଇଥିଲେ ମଧ୍ୟ ମରାମତି ନ କରି ଛାଡି ଚାଲି ଯାଇଛନ୍ତି। ପ୍ରକଳ୍ପକୁ ଅଧପନ୍ତରିଆ ଅବସ୍ଥାରେ ଛାଡ଼ି ଠିକାଦାର ଲକ୍ଷାଧିକ ଟଙ୍କା ଆତ୍ମସାତ୍‌ କରିଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଧର୍ମଶାଳା ବ୍ଲକ୍‌ ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଖୁବ୍‌ଶୀଘ୍ର ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri