ପୂର୍ଣ୍ଣାଙ୍ଗ ହେଉନି ପାନୀୟ ଜଳ ପ୍ରକଳ୍ପ

ଖଇରା, ୧୬।୭(ଡି.ଏନ.ଏ.)

ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶହୀଦ ନଗର ଗ୍ରାମବାସୀଙ୍କୁ ପାଣି ଯୋଗାଇବାକୁ ନିର୍ମାଣାଧୀନ ସୋଲାର ପମ୍ପ୍‌ ହାଉସ ଏବେ ସମ୍ପୃକ୍ତ ଗ୍ରାମବାସୀଙ୍କୁ ଜଟିଳ ସମସ୍ୟାରେ ପକାଇଛି ା ପାଇପ ବିଛାଯିବା କାର୍ଯ୍ୟ ପାଇଁ ଖୋଳାଯାଇଥିବା ଗାତରେ ପଡି ଦୈନନ୍ଦିନ ଗୃହପାଳିତ ପ୍ରାଣୀ ସମେତ ଅନ୍ୟାନ୍ୟ ଜୀବଜନ୍ତୁ ଆହତ ହେଉଛନ୍ତି ା ଏଭଳିକି ମାଟି କାଦୁଅ ଯୋଗୁ ଗ୍ରାମବାସୀ ଯାତାୟାତ ପାଇଁ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ବନିତା ପ୍ରଧାନଙ୍କୁ ମଧ୍ୟ ଅଭିଯୋଗ କରିଛନ୍ତି ା ସ୍ଥାନୀୟ ତୁରନ୍ତ ଗାତ ପୋତାଯାଇ ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ କରା ନ ଗଲେ ଗ୍ରାମବାସୀ ଧାରଣାରେ ବସିବାକୁ ଆରତୀ ବେହେରା, ମୁକୁନ୍ଦ ବେହେରା, ଭାଗବତ ବେହେରା, ରମାକାନ୍ତ ବେହେରା, ହଡିବନ୍ଧୁ ମୁର୍ମୁ ଓ ୱାର୍ଡସଭ୍ୟା ଦମୟନ୍ତୀ ବେହେରା ପ୍ରମୁଖ ଚେତାବନୀ ଦେଇଛନ୍ତି।
ସେମାନଙ୍କର ଅଭିଯୋଗ ଅନୁଯାୟୀ ଗ୍ରାମରେ ଗ୍ରାମ୍ୟ ଜଳ ଏବଂ ପରିମଳ ବିଭାଗ ତରଫରୁ ଏକ ସୋଲାର ପମ୍ପ ବସାଇବା ଉଦ୍ଦେଶ୍ୟରେ ପାଇପ ବିଛାଇବାକୁ ଅନ୍ୟୁନ ୧ ମାସ ତଳେ ଗାତ ଖୋଳି ଛାଡି ଦିଆଯାଇଥିଲା ା
ତେବେ ବର୍ଷା ହେବା ପରେ ଏହି ଗାତରେ ପାଣି ଭର୍ତ୍ତି ହେବା ସହ ଗ୍ରାମବାସୀଙ୍କ ପାଇଁ ବିଷମ ପରିସ୍ଥିତି ସୃଷ୍ଟି କରୁଛି। ଯାତାୟାତ ରାସ୍ତାରେ ମାଟି କାଦୁଅ ଜମିବା ଯୋଗୁ ସାଧାରଣ ଲୋକଙ୍କୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି ା
ଗୋରୁ ଓ ଛେଳି ଏହି ଗାତରେ ପଡି ଖଣ୍ଡିଆଖାବରା ହେଉଛନ୍ତି ା
ଗ୍ରାମବାସୀ ପୂର୍ବର ଯନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିବା ସତ୍ତ୍ୱେ ଠିକାଦାର ସମ୍ୟକ କର୍ଣ୍ଣପାତ କରୁନାହାନ୍ତି ା ଏ ସମ୍ପର୍କରେ ଯନ୍ତ୍ରୀ ବିକ୍ରମାଦିତ୍ୟ ପ୍ରଧାନଙ୍କୁ ପଚାରିବାରେ ସେ ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରିବେ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?