କାର୍ଯ୍ୟକ୍ଷମ ହେଉନି ପାନୀୟ ଜଳ ପ୍ରକଳ୍ପ

ନରାଜ,୧୨।୧୦(ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ବ୍ଲକ ବେଲଗଛିଆ ପଞ୍ଚାୟତ ଅନ୍ତର୍ଗତ ଜୟପୁର ଗ୍ରାମରେ ବହୁ ବର୍ଷ ଧରି ଏକ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ୨୦୦୫ରେ ୧୫ ଲକ୍ଷ ଟଙ୍କା ବ୍ୟୟରେ ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲା। ଏହା ଜରିଆରେ ଜୟପୁର ଓ ଗୋଠପୁର ଗ୍ରାମର ୩ ହଜାର ଗ୍ରାମବାସୀଙ୍କୁ ପାଇପ୍‌ ଜରିଆରେ ପାନୀୟ ଜଳ ଯୋଗାଇଦେବା ପାଇଁ ବ୍ୟବସ୍ଥା ହୋଇଥିଲା। ମାତ୍ର ନିର୍ମାଣ ହେବାର ୧୫ ବର୍ଷ ବିତିଯାଇଥିଲେ ମଧ୍ୟ ଉଭୟ ଗ୍ରାମବାସୀଙ୍କୁ ଏପର୍ଯ୍ୟନ୍ତ ବିଶୁଦ୍ଧ ପାନୀୟ ଜଳ ମିଳିପାରିନାହିଁ। ପ୍ରକଳ୍ପ ପାଇଁ ଆବଶ୍ୟକ ହେଉଥିବା ବୋରିଂ, ପମ୍ଫ ଘର, ବିଦ୍ୟୁତ ଓ ପାଇପଲାଇନ କାମ ସରିଥିଲେ ମଧ୍ୟ ଉଭୟ ଗ୍ରାମବାସୀଙ୍କ କାର୍ଯ୍ୟରେ ଲାଗୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଏତେବର୍ଷ ଧରି ପ୍ରକଳ୍ପଟି କାର୍ଯ୍ୟକ୍ଷମ ହୋଇ ନଥିବାରୁ ବହୁ ଯନ୍ତ୍ରପାତି ଚୋରି ହୋଇଯାଇଥିବା ବେଳେ ବୋରିଂ ପାଇପ୍‌ କୌଣସି କାରଣରୁ ପୋଡ଼ିି ନଷ୍ଟ ହୋଇଯାଇଛି। ରକ୍ଷଣାବେକ୍ଷଣ ଅଭାବରୁ ପ୍ରକଳ୍ପ ପାଇଁ ତିଆରି ହୋଇଥିବା ଗୃହ ଚାରିପାଖେ ଅନାବନା ଗଛ ଉଠି ଭୂତକୋଠିରେ ପରିଣତ ହୋଇଯାଇଛି। ଅପରପକ୍ଷେ ପ୍ରକଳ୍ପ ପାଇଁ ନିୟୋଜିତ ଥିବା କର୍ମଚାରୀଙ୍କୁ ବର୍ଷ ବର୍ଷ ଧରି ଦରମା ଦିଆଯାଉଥିବା ଅଭିଯୋଗ ହୋଇଛି। ଏନେଇ ବିଭାଗୀୟ ଅଧିକାରୀ ଓ ସରପଞ୍ଚଙ୍କ ନିକଟରେ ବାରମ୍ବାର ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ନାହିଁ ବୋଲି ଗ୍ରାମବାସୀ କହିଛନ୍ତି।
ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ କୁମାର ସେଠୀ କହିଛନ୍ତି, ଅଭିଯୋଗ ପାଇବା ପରେ ସେଠାକୁ ଯାଇ ତଦନ୍ତ କରିଛନ୍ତି। ମାତ୍ର ବହୁଦିନ ଧରି ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ଯନ୍ତ୍ରପାତିଗୁଡିକ ନଷ୍ଟ ହୋଇଯାଇଛି। ଏହାକୁ ମରାମତି କରାଗଲେ ଏକ ନୂଆ ପ୍ରକଳ୍ପର ଖର୍ଚ୍ଚ ସହ ସମାନ ହୋଇଯିବ। ଏ ସମ୍ପର୍କରେ ନିର୍ବାହୀଯନ୍ତ୍ରୀଙ୍କୁ ଅବଗତ କରାଯାଇଛି। ନୂତନ ଯୋଜନା ଆସିଲେ ଏନେଇ ତ୍ୱରିତ ପଦକ୍ଷେପ ନିଆଯିବ ବୋଲି ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri