୫୦ ଲକ୍ଷ ଟଙ୍କାର ବାଣ ବୋଝେଇ ଟ୍ରକ ଛାଡି ପଳାଇଲେ ଚାଳକ

ଧରାକୋଟ,୧୨ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ମୁଣ୍ଡମରାଇ ଗ୍ରାମ ନିକଟ କଲେଜସ୍ଥିତ ପାହାଡ଼ପାଖରୁ ଏକ ବାଣବୋଝେଇ ଟ୍ରକକୁ ବୁଧବାର ରାତିରେ ଧରାକୋଟ ପୋଲିସ ଜବତ କରିଛି। ଟ୍ରକ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।
ପ୍ରକାଶ ଯେ, ଖବର ପାଇ ଆସିକା ଏସ୍‌ଡିପିଓଙ୍କ ଉପସ୍ଥିତିରେ ଧରାକୋଟ ଥାନାଧିକାରୀ ସହଦେବ ମହାପାତ୍ର ସଦଳବଳ ବୁଧବାର ରାତିରେ ଚଢାଉ କରି ପାହାଡ ନିକଟରୁ ଏକ ଟ୍ରକ ଜବତ କରିଥିଲେ। ପୋଲିସକୁ ଦେଖି ଚାଳକ ଦୌଡି ପଳାଇଥିଲେ। ଯାଞ୍ଚବେଳେ ଟ୍ରକ୍‌ରୁ ପ୍ରାୟ ୧୦୦ ପେଟି ବାଣ ମିଳିଥିଲା। ଟ୍ରକ୍‌ (ନଂ.ଓଆର୍‌୦୭ବି-୪୧୦୧) ସହ ବାଣ ଜବତ କରିଥିଲା ପୋଲିସ। ଯାହାର ଆନୁମାନିକ ମୂଲ୍ୟ ୫୦ଲକ୍ଷ ଟଙ୍କା ହେବ ବୋଲି ପୋଲିସ ଆକଳନ କରିଛି। ଧରାକୋଟ ଥାନାରେ ଏନେଇ ନଂ.୧୬୯/୨୦ରେ ମାମଲା ରୁଜୁ ହୋଇଛି। ବାଣଗୁଡ଼ିକୁ ଧରାକୋଟ ଥାନାରେ ରଖାଯାଇଥିବାବେଳେ କୋର୍ଟ ନିର୍ଦ୍ଦେଶ ଆସିଲା ପରେ ନଷ୍ଟ କରାଯିବ କିମ୍ବା ଅନ୍ୟ ପଦକ୍ଷେପ ନିଆଯିବ ବୋଲି ଧରାକୋଟ ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri