ଆନ୍ଦୋଳନରୁ ଓହରିଲେ ଡ୍ରାଇଭର

ଭୁବନେଶ୍ୱର,୭।୧(ଅନିଲ ଦାସ): କେନ୍ଦ୍ର ସରକାରଙ୍କ ହିଟ୍‌ ଆଣ୍ଡ ରନ୍‌କୁ ନେଇ ହୋଇଥିବା ନୂଆ ଆଇନ ଓ ଦୀର୍ଘଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ କରାଯାଇଥିବା ଦାବିକୁ ନେଇ ଓଡ଼ିଶା ଡ୍ରାଇଭର ସଂଘ ଚଳାଇଥିବା ଷ୍ଟିୟରିଂ ଛାଡ଼ ଆନ୍ଦୋଳନରୁ ଓହରି ଯାଇଛି। ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରି ଯାଇଥିବା ସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଳି କହିଛନ୍ତି। ଏଥିସହିତ ଡ୍ରାଇଭରମାନଙ୍କୁ ଆନ୍ଦୋଳନରୁ ଓହରି ନିଜ କାର୍ଯ୍ୟରେ ଯୋଗଦେବାକୁ ସେ ଆହ୍ବାନ ଦେଇଛନ୍ତି। ରାଜ୍ୟ ସରକାର ଦାବି ଶୁଣିଥିବାରୁ ଆନ୍ଦୋଳନରୁ ଓହରି ଯିବାକୁ ସେ ଭିଡିଓ ବାର୍ତ୍ତା ଜାରିକରି କହିଛନ୍ତି। ହିଟ୍‌ ଆଣ୍ଡ ରନ୍‌ ଆଇନକୁ ବିରୋଧ କରି ୨୮ଟି ରାଜ୍ୟ ଆନ୍ଦୋଳନରେ ସାମିଲ ହେଉ ନ ଥିବାରୁ ଆମେ ଓହରିଗଲୁ । ସୋମବାର କେନ୍ଦ୍ର ଆଇନ ବିଷୟରେ ଆଲୋଚନା କରିବୁ ବୋଲି ସେ କହିଛନ୍ତି।
ଆନ୍ଦୋଳନ ସ୍ଥଗିତ ନେଇ ରାଜ୍ୟ ପରିବହନ କମିଶନର ଅମିତାଭ ଠାକୁର ମଧ୍ୟ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଡ୍ରାଇଭର ସଂଘ ଆନ୍ଦୋଳନରୁ ଓହରି ଯାଇଛି। ରାଜ୍ୟ ସରକାରଙ୍କଠାରେ ଥିବା ସେମାନଙ୍କ ଦାବି ପୂରଣ ହୋଇଛି। ଗାଡ଼ି ଚଳାଚଳ ସ୍ବାଭାବିକ କରିବାକୁ ସଂଘ ସବୁ ଜିଲାକୁ ଜଣାଇଛି।
ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଯୋଗୁ ଶନିବାର ରାଜ୍ୟରେ ପେଟ୍ରୋଲ, ଡିଜେଲ, କ୍ଷୀର ସମେତ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଅଭାବ ପରିଲକ୍ଷିତ ହୋଇଥିଲା। ଏହି ଆନ୍ଦୋଳନ ପ୍ରଭାବରେ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଲୋଡ଼ିଂ ୭୫% କମିଥିବା ବେଳେ ପେଟ୍ରୋଲ ପମ୍ପରେ ତେଲ ପାଇଁ ପ୍ରବଳ ଭିଡ଼ ଦେଖାଦେଇଥିଲା। ଲୋକମାନେ ବିକଳରେ ତେଲ କିଣୁଥିବାରୁ ଟାଙ୍କିରେ ମହଜୁଦ ତେଳ ଶେଷ ହୋଇଯିବା ଆଶଙ୍କା ଦେଖାଦେଇଥିଲା।
ସାରା ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନର ପ୍ରଭାବ ସବୁଠି ଦେଖିବାକୁ ମିଳିଛି। ଏଥିଯୋଗୁ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ପରିବହନରେ ବାଧା ସୃଷ୍ଟି ହୋଇଥିଲା। ଓମ୍‌ଫେଡ କ୍ଷୀର ବଜାରକୁ ଆସିପାରି ନ ଥିଲା। ସେହିପରି କଟକ ନେତାଜୀ ବସ୍‌ ଟର୍ମିନାଲରେ ବସ୍‌ ଚଳାଚଳ ବନ୍ଦ ରହିବା ଯୋଗୁ ଯାତ୍ରୀମାନେ ହଇରାଣ ହରକତ ହୋଇଥିଲେ। ମୋ ବସ୍‌ ଚଳାଚଳ କରୁଥିବାରୁ ସେଥିରେ ଅଧିକ ଭିଡ଼ ଦେଖିବାକୁ ମିଳିଥିଲା।
ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁ ବିଭିନ୍ନ ରୁଟ୍‌ରେ ବସ୍‌ ଚଳାଚଳ ମଧ୍ୟ ପ୍ରଭାବିତ ହୋଇଥିଲା। ସାରା ଓଡ଼ିଶାରେ ଗାଡ଼ି ଚଳାଚଳ ବନ୍ଦ ଥିଲା। ରାଜ୍ୟ ସରକାର ଏକ କମିଟି ଗଠନ କରି ଡ୍ରାଇଭରଙ୍କ ସମସ୍ୟା ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ତାହାକୁ କାର୍ଯ୍ୟକାରୀ ନ କରିବାରୁ ଡ୍ରାଇଭରମାନେ ଗାଡ଼ି ଚଳାଇବା ବନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri