ହାଇଡ୍ରୋଲିକରେ ଚାପି ହୋଇ ଡ୍ରାଇଭରଙ୍କ ଜୀବନ ଗଲା, ଉତ୍ତେଜନା

କୋକସରା,୨ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝିଗୁଡ଼ା-ଟେମେରାରାଣାପଡା ରାସ୍ତା କାମରେ ନିୟୋଜିତି ଥିବା ବେଳେ ଶନିବାର ଏକ ଟ୍ରାକ୍ଟର ହାଇଡ୍ରୋଲିକ୍‌ ତଳେ ଚାପି ହୋଇ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଡିସମ୍ବର ପୁଞ୍ଜି(୨୪)। ମିଳିଥିବା ସୂଚନା ମୁତାବକ, ରାସ୍ତା କାମରେ ନିୟୋଜିତ ଥିବା ଟ୍ରାକ୍ଟର(ନଂ.ଓଡି୦୮ଏଫ୍‌-୩୪୨୧) ହାଇଡ୍ରୋଲିକରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲେ। ଏନେଇ ଡ୍ରାଇଭର ଡିସମ୍ବର ତ୍ରୁଟି ସଜାଡୁଥିଲେ। ସେତିକିବେଳେ ସେ ହାଇଡ୍ରୋଲିକ ତଳେ ଚାପି ହୋଇଯାଇଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ତୁରନ୍ତ ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦାବି କରି କରିଥିଲେ। ଏନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବର ପାଇ କୋକସରା ଥାନା ଅଧିକାରୀ ବାସୁଦେବ ଛତ୍ରୀୟା ପହଞ୍ଚି ଲୋକଙ୍କୁ ବୁଝାଶୁୁଝା କରିବା ସହ କ୍ଷତିପୂରଣ ପ୍ରଦାନ ପରେ ପରିସ୍ଥିତି ଶାନ୍ତ ପଡିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଏକ ମାମଲା(ନଂ.୨/୨୧) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ  ମଙ୍ଗଳବାର ମଧ୍ୟାହ୍ନ…

ଶିକ୍ଷକ ନାଁରେ କଳଙ୍କ:  ଭୟ ଦେଖାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର, ଉଠାଇ ନେଲା ପୋଲିସ

ଫୁଲବାଣୀ, ୩ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୋଛାପଡା ଥାନା ଅଞ୍ଚଳ କଟ୍ରିଙ୍ଗିଆରେ ଥିବା ଏକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର…

ଯୁଦ୍ଧ ମଝିରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ବିଶ୍ୱଯୁଦ୍ଧ ପାଇଁ…

ଓ଼୍ବାଶିଂଟନ,୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ମଙ୍ଗଳବାର (୩ ମାର୍ଚ୍ଚ) ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତ୍ତି ଆସିଛି ଯେ ଇରାନ…

ପୂର୍ବତନ ସମିତିସଭ୍ୟ ସୁବାସ ସେଠୀଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ସୁବାସ ସେଠୀଙ୍କ ୮୧ ବର୍ଷ ବୟସରେ ମଙ୍ଗଳବାର ଅପରାହ୍ନରେ ତାଙ୍କ…

ଜଗନ୍ନାଥପୁର ଛକରେ ଇ-ରିକ୍ସାକୁ ଧକ୍କା ଦେଲା କାର୍‌, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚାଳକଙ୍କୁ…

ଭୋଗରାଇ, ୩ l୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଜଳେଶ୍ୱର – ଚନ୍ଦନେଶ୍ୱର ୫୭ ନଂ ରାଜ୍ୟ ରାଜପଥ ଜଗନ୍ନାଥପୁର ଛକଠାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ କାର ସହିତ…

ଜଳୁଛି ଜାଗୁଳାଇପାଟଣା ଜଗନ୍ନାଥ ମନ୍ଦିର ପଛପଟ ଜଙ୍ଗଲ, ପହଞ୍ଚିଲା ଅଗ୍ନିଶମ ବିଭାଗ

ଖୋର୍ଦ୍ଧା,୩।୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଜାଗୁଳାଇ ପାଟଣା ଜଗନ୍ନାଥ ମନ୍ଦିର ପଛ ପଟେ ଥିବା ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିଛି। କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ…

ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ

ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri