ଟ୍ରକରେ ବସିଥିବା ଅବସ୍ଥାରେ ଚାଲିଗଲା ଚାଳକଙ୍କ ଜୀବନ

ବଡବିଲ,୩୧।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡି ଥାନା ଅଧୀନ ବାରବାଙ୍କ ସ୍ଥିତ ୫୨୦ନମ୍ବର ଜାତୀୟ ରାଜପଥରେ ଛିଡା ହୋଇଥିବା ଏକ ଟ୍ରକରେ ବସିଥିବା ଅବସ୍ଥାରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ପୋଲିସ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ମୃତକ ହେଲେ ଝାଡ଼ଖଣ୍ଡ ରାଜ୍ୟ ଛାତ୍ରା ଜିଲା ଚରକାକଳା ଅଞ୍ଚଳର ସୁରେନ୍ଦ୍ର ଚୌଧୁରୀ(୩୨)।

ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଓଡି୦୯ଭି୪୪୮୯ନମ୍ବର ବିଶିଷ୍ଟ ଟ୍ରକ ଯୋଗେ ସୁରେନ୍ଦ୍ର ଜିଲିଂ ଖଣିରୁ ଲୁହାପଥର ନେଇ ରାଉରକେଲା ଅଭିମୁଖେ ବାହାରିଥିଲେ। ବିଳମ୍ବିତ ରାତିରେ ୫୨୦ ନମ୍ବର ଜାତୀୟ ରାଜପଥ ଦେଇଯାଉଥିବା ବେଳେ ବାରବାଙ୍କ ନିକଟରେ ଟ୍ରକଟି ଅଟକି ରହିଥିଲା। ହେଲେ ଶୁକ୍ରବାର ଟ୍ରକ୍‌ ଛିଡା ହୋଇଥିବା ବେଳେ ସିଟରେ ବସିଥିବା ଅବସ୍ଥାରେ ତାଙ୍କର ମୃତଦେହ ମିଳିଥିଲା।

ଖବର ପାଇ ରୁଗୁଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ପ୍ରବଳ ଗରମ ଓ ଗୁଳୁଗୁଳି ଯୋଗୁଁ ହୃଦଘାତରେ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୨/୨୪) ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri