୧୭୨ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ

ଛତ୍ରପୁର ୩।୯(ଡିଏନଏ ): ଅଗଷ୍ଟ ୧୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ହେଲମେଟ ଯାଞ୍ଚ କଡାକଡି କରାଯାଇଥିଲା। ବେପରୁଆ ଗାଡିଚାଳନା ପାଇଁ ଦୈନିଦିନ ବହୁ ସଡକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି। ବିଶେଷକରି ବହୁ ଦୁଇଚକିଆ ଗାଡିର ଚାଳକମାନେ ବିନା ହେଲମେଟରେ ଗାଡି ଚଳାଉଥିବା ଯୋଗୁ ଦୁର୍ଘଟଣାର ଶିକାର ହୋଇଥାନ୍ତି। ବଢୁଥିବା ଏହି ସଡକ ଦୁର୍ଘଟଣା ଏବଂ ଦୁର୍ଘଟଣାଜନିତ ମୃତ୍ୟୁ ରୋକିବା ଲାଗି ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସଟିଏ) ସ୍ବତନ୍ତ୍ର ହେଲମେଟ ଯାଞ୍ଚ କରିବାକୁ ରାଜ୍ୟର ସମସ୍ତ ଜିଲାର ଆରଟିଓମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେଣୁ ଜାତୀୟ ଏବଂ ରାଜ୍ୟ ରାଜପଥରେ ଏହି ସ୍ବତନ୍ତ୍ର ଅଭିଯାନ ଗଞ୍ଜାମ ଆରଟିଓଙ୍କ ପକ୍ଷରୁ କଡାକଡି ଯାଞ୍ଚ କରାଯାଇଥିଲା ।
ଆରଟିଓ ମାନସ କୁମାର ସାହୁଙ୍କ ନେତୃତ୍ୱରେ ଏକ ଟିମ ଗଠନ ହୋଇ ଦୁଇଚକିଆ ଗାଡିର ଯାଞ୍ଚ କରିଥିଲେ। ଗୋଟିଏ ବାଇକରେ ୩ଜଣ ବସି ଜାତୀୟ ରାଜପଥରେ ଯାଉଥିବା ୫୪ ଗାଡିର ଚାଳକ ବେଳେ ଧରାପଡିଛନ୍ତି । ସେମାନଙ୍କ ନିକଟରୁ ଜରିମାନା ଆଦାୟ କରାଯାଇଛି । ସେହିପରି ୬ଜଣ ରାଜ୍ୟ ରାଜପଥରେ ଧରାପଡିଛନ୍ତି । ବିନା ହେଲମେଟରେ ୬୭୫ ଜଣ ଜାତୀୟ ରାଜପଥରେ ଗାଡି ଚଳାଉଥିବା ବେଳେ ରାଜ୍ୟ ରାଜପଥରେ ୧୦୩ ଜଣ ଏହି ଯାଞ୍ଚ ବେଳେ ଧରାପଡିଛନ୍ତି। ସମୁଦାୟ ୭୭୮ ଜଣ ଗାଡି ଚାଳକ ବିନା ହେଲମେଟରେ ଗାଡି ଚଳାଉଥିବା ବେଳେ ଧରାପଡିଛନ୍ତି। ୧୭୨ଜଣ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି। ୪୭ଟି ଗାଡିକୁ ଜବତ କରାଯାଇଥିବା ବେଳେ ପରବର୍ତ୍ତୀ ସମୟରେ ସେମାନେ ଜରିମାନା ଦେଇଥିଲେ। ଏହି ୧୫ ଦିନ ମଧ୍ୟରେ ଗଞ୍ଜାମ ଆରଟିଓଙ୍କ ପକ୍ଷରୁ ବେଆଇନ ଗାଡି ଚାଳନା ପାଇଁ ୨ ଲକ୍ଷ ୯ହଜାର ଟଙ୍କା ଜରିମାନା ବାବାଦକୁ ଆଦାୟ କରାଯାଇଛି ବୋଲି ଆରଟିଓ କହିଛନ୍ତି। ଓଡିଶାରେ ପ୍ର୍ରତ୍ୟେକ ଦିନ ସଡକ ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ହେଉଛି । ଯାହାକି ବିନା ହେଲମେଟରେ ଗାଡି ଚାଳନା କରୁଥିବା ବ୍ୟକ୍ତି ଏହି ମୃତ୍ୟୁର କାରଣ ହୋଇଥାଏ। ଏହାକୁ ରୋକିବା ଉଦେଶ୍ୟରେ ଏହି ସବୁ ଧରପଗଡ କରାଯିବା ସହ ସଚେତନତା କରାଯାଇଥାଏ । ଏପରିକି ଓଡିଶାରେ ସବୁ ଜିଲା ଅପେକ୍ଷା ଗଞ୍ଜାମ ଜିଲାରେ ସଡକ ଦୁର୍ଘଟଣା ହାର ବୃଦ୍ଧି ପାଇଛି ।
ସୂଚନାଯୋଗ୍ୟ ଯେ. ଗଞ୍ଜାମ ଜିଲାରେ ୫ ବର୍ଷ ମଧ୍ୟରେ ଦୁଇ ହଜାରରୁ ଉର୍ଦ୍ଧ ବ୍ୟକ୍ତିଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଜିଲାରେ ୨୦୧୯ ବର୍ଷରେ ୭୩୩ ଟି ସଡକ ଦୁର୍ଘଟଣା ହୋଇଥିବା ବେଳେ ୩୮୫ ଜଣଙ୍କ ମୃତ୍ୟୁ ଏଥିରେ ହୋଇଛି। ୨୦୨୦ରେ ୬୧୬ ଟି ଦୁର୍ଘଟଣା ହୋଇଥିବା ବେଳେ ସେଥିରେ ୩୬୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଚଳିତ ବର୍ଷର ଜୁନ ଶେଷ ସୁଦ୍ଧା ୩୫୪ଟି ଦୁର୍ଘଟଣା ଘଟି ୧୮୬ ଜଣଙ୍କ ମତ୍ୟୁ ଘଟିଛି । ଏହା ସହିତ ୨୬୨ ଜଣ ଗୁରୁତର ଆହତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri