ଡ୍ରୋନ୍‌ରେ ସିଡ୍‌ବଲ୍‌ ବୁଣୁଛନ୍ତି ଶୁଭ୍ରାଂଶୁ

ଢେଙ୍କାନାଳ ଅଫିସ,୧୦।୯:  ସବୁଜ ବିକଳ୍ପ ପାଇଁ ପ୍ରୟାସ ଜାରି ରଖିଥିବା ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳର ପରିବେଶବିତ୍‌ ଶୁଭ୍ରାଂଶୁ ଶତପଥୀ ବନୀକରଣ କାର୍ଯ୍ୟରେ ବ୍ୟବହାର କରୁଛନ୍ତି ଉନ୍ନତ ଜ୍ଞାନକୌଶଳ। ଜଙ୍ଗଲ ଅବକ୍ଷୟ ହୋଇଥିବା ଦୁର୍ଗମ ସ୍ଥାନରେ ସେ ଡ୍ରୋନ୍‌ ସହାୟତାରେ ବୁଣୁଛନ୍ତି ସିଡ୍‌ବଲ୍‌ (ମଞ୍ଜିଗୋଳା)। ଖୋର୍ଦ୍ଧା ଜିଲାର ବରୁଣେଇ, ଭୁବନେଶ୍ୱରର ଚନ୍ଦକା, ଢେଙ୍କାନାଳ ଜିଲାର କପିଳାସ ଓ ସପ୍ତଶଯ୍ୟା ଅଞ୍ଚଳରେ ନୂତନ ଜଙ୍ଗଲ ସୃଷ୍ଟି କରିବାକୁ ସେ ଏଭଳି ଅଭିନବ ପନ୍ଥା ଆପଣାଇଛନ୍ତି। ଏଥିସହ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରେ କର୍ମଶାଳା ମାଧ୍ୟମରେ ସିଡ୍‌ବଲ୍‌ ତିଆରି କୌଶଳ ଏବଂ ଏହାର ବ୍ୟବହାର ପ୍ରଣାଳୀ ବିଷୟରେ ପ୍ରଶିକ୍ଷଣ ଦେଉଛନ୍ତି। ଅଦ୍ୟାବଧି ସେ ୧ ଲକ୍ଷ ସିଡ୍‌ବଲ ତିଆରି କରି ସାରିଥିବା ସୂଚନା ଦେଇଛନ୍ତି। ପରିବେଶ ସୁରକ୍ଷା ଅଭିଯାନରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଜାତିସଂଘ ପକ୍ଷରୁ ପୁରସ୍କାର ମଧ୍ୟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ: ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ବହନ କରିବ ଯୁଦ୍ଧାସ୍ତ୍ର

ବାଲେଶ୍ୱର,୭ା୧୨(ମାନସ ବିଶ୍ୱାଳ): ଭଦ୍ରକ ଜିଲା ଧାମରାସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ ହୋଇଛି।...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ପାହାଡ଼ରୁ ଧସିଲା ମାଟି ଅତଡ଼ା

କୋରାପୁଟ/ନାରାୟଣପାଟଣା,୭।୧୨(ଅମିତାଭ ବେହେରା/ରାଜକିଶୋର ଜେନା): ବାତ୍ୟା ମିଗ୍‌ଜୋମ୍‌ର ଭୟ ଟଳି ଯାଇଥିବା ବେଳେ ଦେଇଯାଇଛି ଦୁଃଖ l ଏହାର ପ୍ରଭାବରେ କୋରାପୁଟ ଜିଲାରେ ୨ ଦିନ ହେଲା...

ସରକାରୀ ଜାଗା ପ୍ରଦାନ ପାଇଁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ସ୍ମାରକପତ୍ର

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଓଡ଼ିଶା ଡ୍ରାଇଭର ମହାସଂଘ କବିସୂର୍ଯ୍ୟନଗର ଶାଖାର ନିଜସ୍ବ କାର୍ଯ୍ୟାଳୟ ପାଇଁ ସରକାରୀ ଜାଗା ପ୍ରଦାନ ନିମନ୍ତେ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର...

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ ।...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ।...

ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ...

ଫସଲ ଉଜାଡ଼ିଦେଲା ଅଦିନିଆ ବର୍ଷା: ବ୍ୟାପକ ଧାନ, କପା ଫସଲ ନଷ୍ଟ

ରାୟଗଡ଼ା,୭।୧୨(ଆଶିଷ ରଞ୍ଜନ ପଣ୍ଡା): ମିଗ୍‌ଜୋମ୍‌ ପ୍ରଭାବରେ ରାୟଗଡ଼ା ଜିଲାର ପ୍ରତ୍ୟେକ ଅଞ୍ଚଳରେ ବୁଧବାର ଦିନସାରା ବର୍ଷା ଲାଗି ରହିଛି । ମଙ୍ଗଳବାର ସକାଳୁ ପାଗ କୋହଲା...

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୭।୧୨(ହର ପ୍ରସନ୍ନ ପଣ୍ଡା)କବି ଦ୍ୱିଜ ଗୌରଚରଣ ଅଧିକାରୀ ଜନସାଧାରଣଙ୍କ ମାନସ ପଟରେ ଉଭେଇ ଯିବାକୁ ବସିଛନ୍ତି। ଏପରିକି ତାଙ୍କର ସ୍ମୃତି ପୀଠ ମଧ୍ୟ ମାଟିରେ ଲୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri