୨୩ ଜିଲାରେ ସ୍ଥିତି ସଙ୍ଗିନ

ଭୁବନେଶ୍ୱର,୧୧ା୮(ବ୍ୟୁରୋ):ରାଜ୍ୟରେ ବର୍ଷା ଅଭାବରୁ ମରୁଡ଼ି ଆଶଙ୍କା ଦେଖାଦେଲାଣି। ରାଜ୍ୟର ୨୩ ଜିଲାରେ ସ୍ବଳ୍ପ ବର୍ଷା ଯୋଗୁ ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ସେହି ଜିଲାଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗୀର, ବାଲେଶ୍ୱର, ବରଗଡ଼, ବୌଦ୍ଧ, ଭଦ୍ରକ, ଦେବଗଡ଼, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦ୍ରାପଡ଼ା, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର। ଏସବୁ ଜିଲାରେ ୨୫ରୁ ୫୦ ପ୍ରତିଶତ କମ୍‌ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଜିଲାଗୁଡ଼ିକ ଏବେ ରେଡ୍‌ ଜୋନ୍‌ରେ ରହିଛି।
ରାଜ୍ୟରେ ଏ ପର୍ଯ୍ୟନ୍ତ ସ୍ବାଭାବିକଠାରୁ ୨୯ ପ୍ରତିଶତ କମ୍‌ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ଅଗଷ୍ଟ ୧୦ ମଧ୍ୟରେ ରାଜ୍ୟରେ ୬୮୮.୧ ମିଲିମିଟର ବଦଳରେ ୪୮୮.୬ ମିଲିମିଟର ବର୍ଷା ହୋଇଛି। ଆସନ୍ତା ସପ୍ତାହ ମଧ୍ୟରେ ବର୍ଷା ନ ହେଲେ ଧାନ ଫସଲ ଉଜୁଡିବା ଆଶଙ୍କା ବଢ଼ିଲାଣି। ଚାଷୀମାନେ ମୌସୁମୀ ବର୍ଷାକୁ ଚାହିଁ ରହିଛନ୍ତି। ଆସନ୍ତା ୧୬ରେ ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
୧୭ରେ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୧୮ରୁ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ମଧ୍ୟ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri