ପରକୀୟା ପ୍ରୀତିରୁ ବଧୂ ହତ୍ୟା ଘଟଣା: ନ୍ୟାୟ ଦାବିରେ ବାପଘର ଲୋକଙ୍କ ଧାରଣା

ନୀଳଗିରି,୨୦।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଗରଡ଼ି ଗାଁରେ ପରକୀୟା ପ୍ରୀତିକୁ କେନ୍ଦ୍ର କରି ବଧୂହତ୍ୟା ଘଟିଥିଲା। ଏହି ଘଟଣାରେ ୩ ଜଣଙ୍କ ନାମରେ ଅଭିଯୋଗ ହୋଇଥିଲା। ମାତ୍ର ପୋଲିସ କେବଳ ଜଣଙ୍କୁ ଅଟକ ରଖି ତଦନ୍ତ କରୁଥିବା ବେଳେ ଅନ୍ୟ ଦୁଇଜଣଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ସୋମବାର ପୂର୍ବାହ୍ନରେ ନ୍ୟାୟ ଦାବିରେ ବରହମପୁର ଥାନା ଆଗରେ ମୃତ ମହିଳାଙ୍କ ବାପଘର ଲୋକେ ଧାରଣାରେ ବସିଥିଲେ। ନୀଳଗିରି ଆଇଆଇସି ଗୋପାଳଚନ୍ଦ୍ର କର୍ଣ୍ଣ ସଦଳବଳେ ବରହମପୁର ଥାନାରେ ପହଞ୍ଚତ୍ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରନ୍ତୁ, ଅନ୍ୟ ଦୁଇ ଜଣଙ୍କ ସମ୍ପର୍କରେ ଦୁଇଦିନ ମଧ୍ୟରେ ତଦନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
କପ୍ତିପଦା ଥାନା ଅଞ୍ଚଳର ପ୍ରଶାନ୍ତ ମଣ୍ଡଳଙ୍କ ଝିଅ ସବିତାଙ୍କୁ ବରହମପୁର ଥାନା ଅଧୀନ ଗରଡ଼ିହି ଗାଁର ଦୀପ୍ତିକିଶୋର ବେହେରା ୪ବର୍ଷ ପୂର୍ବେ ବୈଦିକ ରୀତିରେ ବିବାହ କରିଥିଲେ। ହେଲେ ବାହାଘର ୬ମାସ ପରେ ଦୀପ୍ତିଙ୍କ ମା’ ବାପାଙ୍କ ସମେତ ପରିବାର ଲୋକେ ଅଧିକ ଯୌତୁକ ଦାବି କରି ମାର୍‌ପିଟ୍‌ କରିଆସୁଥିଲେ। ସବିତାଙ୍କ ଘର ଲୋକେ ଏହା ଜାଣିବା ପରେ ବହୁବାର ବୈଠକ କରି ବୁଝାଶୁଝା କରିଥିଲେ। ଉକ୍ତ ଘଟଣା ବାରମ୍ବାର ହେବା ପରେ ଏ ନେଇ ଗତ ୨୦୨୦ ଜୁଲାଇ ୧୬ରେ ବରହମପୁର ଥାନାରେ ଏକ ଲିଖିତ ଅଭିଯୋଗ ଦେଇଥିଲେ। ଝିଅର ଭବିଷ୍ୟତକୁ ଲକ୍ଷ୍ୟ କରି ଉଭୟଙ୍କ ମଧ୍ୟରେ ଥାନାରେ ଆପୋଷ ବୁଝାମଣା ମଧ୍ୟ ହୋଇଥିଲା। ପରେ ଦୀପ୍ତିଙ୍କ ସହ ଗାଁର ଅନ୍ୟ ଜଣେ ମହିଳାଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଯାହାକୁ ବିରୋଧ କରିଥିଲେ ସବିତା। ଶୁକ୍ରବାର ଦୀପ୍ତିଙ୍କ ପ୍ରେମିକା ତାଙ୍କ ଘରକୁ ଆସିବା ପରେ ସ୍ତ୍ରୀ ସ୍ବାମୀଙ୍କ ମଧ୍ୟରେ ପାଟିତୁଣ୍ଡ ଓ ମାରପିଟ୍‌ ହୋଇଥିଲା। ଏଥିରେ ସବିତା ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ମାରପିଟ୍‌ ଯୋଗୁ ସବିତାଙ୍କ ମୃତ୍ୟୁ ହୋଇଥିବା ତାଙ୍କ ବାପା ପ୍ରଶାନ୍ତ ମଣ୍ଡଳ ଶନିବାର ବରହମ୍‌ପୁର ଥାନାରେ ସ୍ବାମୀ ଦୀପ୍ତିକିଶୋର ବେହେରା, ଶାଶୁ କମଳା ବେହେରା, ମମତା ସାହୁଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକ୍ରମେ ବରହମପୁର ଥାନାରେ ଏକ ହତ୍ୟା ମାମଲା (ନଂ. ୨୯/୨୩) ରୁଜୁ କରାଯାଇ ସ୍ବାମୀ ଦୀପ୍ତି କିଶୋର ବେହେରାଙ୍କୁ ଅଟକ ରଖି ତଦନ୍ତ କରାଯାଉଛି। ଅନ୍ୟ ଦୁଇଜଣଙ୍କ ସମ୍ପର୍କରେ ତଦନ୍ତ ନ ହେବାରୁ ନ୍ୟାୟ ଦାବିରେ ମୃତ ମହିଳାଙ୍କ ବାପଘର ଲୋକେ ଧାରଣା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?