Posted inଖେଳ

ବର୍ଣ୍ଣବୈଷମ୍ୟ ମନ୍ତବ୍ୟ ଦେଇ ଇଷ୍ଟ ବେଙ୍ଗଲ କୋଚ୍‌ ଦଣ୍ଡିତ

କୋଲକାତା,୩।୨(ପି.ଟି.): ଏବେ ବିଭିନ୍ନ ଭୁଲ କାରଣ ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଚର୍ଚ୍ଚାରେ ରହିଛି। ଇଷ୍ଟ ବେଙ୍ଗଲର ହାଇପ୍ରୋଫାଇଲ ଇଂଲଣ୍ଡ କୋଚ୍‌ ରୋବି ଫୋଲର ରେଫରିଙ୍କ ବିରୋଧରେ ବର୍ଣ୍ଣବୈଷମ୍ୟ ମନ୍ତବ୍ୟ ଦେଇ ଦଣ୍ଡିତ ହୋଇଛନ୍ତି। ଶୃଙ୍ଖଳାଗତ କମିଟି ମଙ୍ଗଳବାର ତାଙ୍କୁ ୫ଟି ମ୍ୟାଚ୍‌ରୁ ବାସନ୍ଦ କରିଛି। ଏଥିସହ ତାଙ୍କ ଉପରେ ୬ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଧାର୍ଯ୍ୟ କରାଯାଇଛି।
ଜାନୁୟାରୀ ୨୯ରେ ଏଫ୍‌ସି ଗୋଆ ବିପକ୍ଷରେ ଇଷ୍ଟ ବେଙ୍ଗଲ ୧-୧ ଗୋଲରେ ମ୍ୟାଚ୍‌ ଡ୍ର ରଖିଥିଲା। ଏଥିରେ ଫୋଲର ନୈରାଶ୍ୟ ଜାହିର କରିଥିଲେ। ସେ ରେଫରିଙ୍କ ନିଷ୍ପତ୍ତିରେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ରେଫରି ଇଂଲିଶ ବିରୋଧୀ କିମ୍ବା ଇଷ୍ଟବେଙ୍ଗଲ ବିରୋଧୀ ହୋଇପାରନ୍ତି ବୋଲି ସେ ମନ୍ତବ୍ୟ ଦେଇଥିଲେ। ଏହାକୁ ମ୍ୟାଚ୍‌ କମିଶନର ଗୁରୁତ୍ୱ ଦେଇ ଶୃଙ୍ଖଳାଗତ କମିଟିକୁ ଏ ନେଇ ଅବଗତ କରାଇଥିଲେ। ଏ ନେଇ ଶୁଣାଣି ହେବା ପରେ କମିଟି ଦୃଷ୍ଟାନ୍ତମୂଳକ ନିଷ୍ପତ୍ତି ନେଇ ଫୋଲରଙ୍କୁ ଦଣ୍ଡିତ କରିଛି। ଫୋଲର ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଓ ତାଙ୍କୁ ଅତିକମ୍‌ରେ ୫ଟି ମ୍ୟାଚ୍‌ରୁ ବାସନ୍ଦ କରାଯିବା ସହ ୬ ଲକ୍ଷ ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି ବୋଲି ଆଇଏସ୍‌ଏଲର ଜଣେ ଅଧିକାରୀ କହିଛନ୍ତି। ବର୍ଣ୍ଣବୈଷମ୍ୟ ମନ୍ତବ୍ୟ ଦେଇ ଲିଭରପୁଲର ଏହି ପୂର୍ବତନ ଖେଳାଳି ଫୋଲର ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ଆଚରଣବିଧିର ୫୯.୧ (ଏ)ର ଉଲ୍ଲଂଘନ କରିଛନ୍ତି ବୋଲି କୁହାଯାଇଛି। ଲିଗ୍‌ର ଚଳିତ ସଂସ୍କରଣରେ ଫୋଲର ଏହାପୂର୍ବରୁ ଏକାଧିକବାର ରେଫରିଙ୍କ ନିଷ୍ପତ୍ତିରେ ଅସନ୍ତୋଷ ଜାହିର କରିଛନ୍ତି। ଲିଗ୍‌ରେ ଇଷ୍ଟବେଙ୍ଗଲ ୧୪ଟି ମ୍ୟାଚ୍‌ ଖେଳି ୨ ବିଜୟ, ୭ ଡ୍ର ଓ ୫ ପରାଜୟ ସହ ୧୩ ପଏଣ୍ଟ ପାଇ ତାଲିକାର ଦଶମ ସ୍ଥାନରେ ରହି ଓଡ଼ିଶା ଉପରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?