Posted inରାଜ୍ୟ

୭ ଯୋଡ଼ା ଟ୍ରେନ୍‌ର ପୁନଃ ପ୍ରଚଳନ

ଭୁବନେଶ୍ୱର,୩୦।୬: ଲକ୍‌ଡାଉନ ସମୟରେ ବାତିଲ ହୋଇଥିବା କିଛି ଟ୍ରେନ୍‌ ପୁନଃ ପ୍ରଚଳନ ପାଇଁ ନିକଟରେ ଓଡ଼ିଶା ଗସ୍ତରେ ଆସିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୂର୍ବତଟ ରେଳପଥର ୪ ଯୋଡ଼ା ଟ୍ରେନ୍‌ ପୁନଃ ପ୍ରଚଳନ କରିବାକୁ ଘୋଷଣା କରିଥିଲେ। ଉପରୋକ୍ତ ବିଷୟକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ଏହା ଅଧୀନରେ ୭ ଯୋଡ଼ା ଟ୍ରେନକୁ ପୁନଃ ପ୍ରଚଳନ କରିବାକୁ ବିଜ୍ଞପ୍ତି ପ୍ରକାଶ କରିଛି।

ଉକ୍ତ ଟ୍ରେନ୍‌ଗୁଡିକ ହେଉଛି ପୁରୀ-ସାଇନାଗର ଶିରିଡ଼ି-ପୁରୀ ଏକ୍ସପ୍ରେସ, ପୁରୀ-ପାରାଦୀପ-ପୁରୀ ଏକ୍ସପ୍ରେସ, କଟକ-ଭଦ୍ରକ-କଟକ ମେମୁ ସ୍ପେଶାଲ, ବିଶାଖାପଟନମ୍‌-କୋରାପୁଟ-ବିଶାଖାପଟନମ୍‌ ଇଣ୍ଟରସିଟି, ବିଶାଖାପଟନମ୍‌-ବ୍ରହ୍ମପୁର-ବିଶାଖାପଟନମ ଏକ୍ସପ୍ରେସ, କଟକ-ପଲାସା-କଟକ ସ୍ପେଶାଲ୍‌ ଏବଂ ପୁରୀ-ତାଳଚେର-ପୁରୀ ମେମୁ ସ୍ପେଶାଲର ନାମ ରହିଛି।
୧୮୪୧୪-୧୩ ପୁରୀ-ପାରାଦୀପ-ପୁରୀ ଏକ୍ସପ୍ରେସ ୨୭ଜୁନଠାରୁ ଉଭୟ ପାର୍ଶ୍ୱରୁ ଚଳାଚଳ କରୁଛି। ଏହା ପୁରୀରୁ ସକାଳ ୬ଘ.୧୫ମି.ରେ ଛାଡୁଥିବାବେଳେ ପାରାଦୀପରୁ ସା ୬ ଘଟିକାରେ ଛାଡୁଛି। ୦୮୪୩୮-୩୭ କଟକ-ଭଦ୍ରକ-କଟକ ସ୍ପେଶାଲ୍‌ ୨୭ ଜୁନଠାରୁ ଉଭୟ ପାର୍ଶ୍ୱରୁ ଚଳାଚଳ କରୁଛି। କଟକରୁ ଏହି ଟ୍ରେନ୍‌ ପୂର୍ବାହ୍ନ ୧୧ଘ.୫୫ମି.ରେ ଏବଂ ଭଦ୍ରକରୁ ଅପରାହ୍ନ ୩ଘ.୩୦ମି.ରେ ଛାଡୁଛି। ୧୮୫୧୨-୧୧ ବିଶାଖାପଟନମ୍‌-କୋରାପୁଟ-ବିଶାଖାପଟନମ୍‌ ଇଣ୍ଟର ସିଟି ଏକ୍ସପ୍ରେସ ଜୁଲାଇ ୧ରୁ ପ୍ରତ୍ୟେକ ସୋମବାର ଏବଂ ଶୁକ୍ରବାର ଅପରାହ୍ନ ୨ଘ.୫୦ମି.ରେ ବିଶାଖାପାଟଣା ଠାରୁ ଛାଡିବାକୁ ଥିବାବେଳେ ଏହା ଜୁଲାଇ ୨ଠାରୁ ପ୍ରତ୍ୟେକ ମଙ୍ଗଳବାର ଏବଂ ଶନିବାର ଦିନ ସକାଳ ୫ଘ.୨୫ମି.ରେ କୋରାପୁଟଠାରୁ ଛାଡିବ। ୧୮୫୨୬-୨୫ ବିଶାଖାପଟନମ୍‌-ବ୍ରହ୍ମପୁର-ବିଶାଖାପାଟନମ୍‌ ଏକ୍ସପ୍ରେସ ଜୁଲାଇ ୧୪ଠାରୁ ବିଶାଖାପାଟଣାରୁ ଅପରାହ୍ନ ୩ ଘଟିକାରେ ଛାଡିବାକୁ ଥିବାବେଳେ ଜୁଲାଇ ୧୫ଠାରୁ ବ୍ରହ୍ମପୁରରୁ ପୂର୍ବାହ୍ନ ୦୯ଘ.୪୫ମି.ରେ ଛାଡିବ।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?