ସାଇବର ସେଲ୍‌ ଖୋଲିଲା ପୂର୍ବତଟ ରେଳପଥ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ସାଇବର ଅପରାଧ ରୋକିବା ଲାଗି ପୂର୍ବତଟ ରେଳପଥର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ପକ୍ଷରୁ ଏକ ସାଇବର ସେଲ୍‌ ପ୍ରତିଷ୍ଠା କରାଯାଇଛି। ଭୁବନେଶ୍ୱରସ୍ଥିତ ମୁଖ୍ୟାଳୟଠାରେ ଗୁରୁବାର ଏହି ସାଇବର ସେଲ୍‌କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣ ଉଦ୍‌ଘାଟନ କରିଥିଲେ। ଡିଜିଟାଲ ତଥ୍ୟ ଓ ପ୍ରମାଣ ସଂଗ୍ରହ ଏବଂ ସାଇବର ଅନୁସନ୍ଧାନ ପ୍ରଣାଳୀର ପ୍ରୟୋଗ ନିମନ୍ତେ ଏହି ସେଲ୍‌ ପ୍ରତିଷ୍ଠା କରାଯାଇଛି। ଅନଧିକୃତ ସଫ୍ଟଓ୍ବେର ତଥା ଆପ୍ଲିକେଶନ ଦ୍ୱାରା ବେଆଇନ ଟ୍ରେନ ଟିକେଟ କାରବାର କରୁଥିବା ଠକଙ୍କୁ ଠାବ କରିବାରେ ଏହି ସେଲ୍‌ ବିଶେଷ ସହାୟକ ହେବ। ସେହିଭଳି ରେଳ କାର୍ଯ୍ୟାଳୟ ତଥା ଷ୍ଟେଶନ ପରିସରରୁ ରେଳପଥର ବିଭିନ୍ନ ସାମଗ୍ରୀ ଚୋରି କରିବା, ରେଳ ଫାଟକ ଆଦି ଭାଙ୍ଗି ପଳାଉଥିବା ଅଭିଯୁକ୍ତଙ୍କୁ ଧରିବାରେ ମଧ୍ୟ ସହଜ ହେବ।
ଅନ୍ୟପକ୍ଷରେ ଏହି ସେଲ୍‌ ଟ୍ରେନ୍‌ ଏବଂ ଷ୍ଟେଶନରେ ମହିଳା ଓ ଶିଶୁଙ୍କ ପ୍ରତି ଘଟୁଥିବା ଅପରାଧ, ନିଶା କାରବାର, ଜଙ୍ଗଲଜାତ ଦ୍ରବ୍ୟର ଚୋରା କରବାର ଆଦି ଅପରାଧ ସଂକ୍ରାନ୍ତ ତଥ୍ୟ ସଂଗ୍ରହ କରିବା ସହ ଅନ୍ୟ ଆଇନ ପ୍ରବର୍ତ୍ତନ ସଂସ୍ଥାଙ୍କୁ ପ୍ରଦାନ କରିବ। ରେଲ୍‌ଓ୍ବେରେ ଘଟୁଥିବା ଅପରାଧକୁ ହ୍ରାସ କରିବା ସହ ଯାତ୍ରୀଙ୍କ ପାଇଁ ଅଧିକ ସୁରକ୍ଷିତ ବାତାବରଣ ଉପଲବ୍ଧ କରାଇବା ଏହାର ମୁଖ୍ୟ ଲକ୍ଷ୍ୟ ରହିବ ବୋଲି ମହାପ୍ରବନ୍ଧକ ବିଦ୍ୟାଭୂଷଣ କହିଛନ୍ତି। ଏହି ଅବସରରେ ସେ ବୃଦ୍ଧି ପାଉଥିବା ଅନ୍‌ଲାଇନ ଠକେଇକୁ ଧରିବା ପାଇଁ ସୁରକ୍ଷା କର୍ମଚାରୀଙ୍କୁ ଅଧିକ ବୈଷୟିକ ତାଲିମ ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ପୂର୍ବତଟ ରେଳପଥ ଅତିରିକ୍ତ ମହାପ୍ରବନ୍ଧକ ସୁଧୀର କୁମାର, ମୁଖ୍ୟ ନିରାପତ୍ତା କମିଶନର ରାଜାରାମ, ଖୋର୍ଦ୍ଧାରୋଡ ଡିଆର୍‌ଏମ୍‌ ଶଶିକାନ୍ତ ସିଂ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri