୧ ନିୟୁତ ଟନ୍‌ ପାଉଁଶ ପରିବହନ କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୯।୧୦ (ବ୍ୟୁରୋ): ୨୦୨୦-୨୧ରେ ପଣ୍ୟ ପରିବହନରେ ନିଜର ଅଂଶ ବୃଦ୍ଧି କରିବାକୁ ପୂର୍ବତଟ ରେଳପଥ ଲକ୍ଷ୍ୟ ରଖିଛି। ସଡ଼କ ମାର୍ଗରେ ପରିବହନ ହେଉଥିବା ପଣ୍ୟକୁ ରେଳପଥ ପ୍ରତି କିପରି ଆକୃଷ୍ଟ କରାଯାଇପାରିବ ସେଥିପ୍ରତି ପୂର୍ବତଟ ରେଳପଥ ଗୁରୁତ୍ୱାରୋପ କରୁଛି। ମହାପ୍ରବନ୍ଧକ ବିଦ୍ୟା ଭୂଷଣଙ୍କ ନିର୍ଦ୍ଦେଶ ପରେ ପୂର୍ବତଟ ରେଳପଥର ବ୍ୟବସାୟ ବିକାଶ ୟୁନିଟ୍‌ (ବିଡିୟୁ) ରେଳ ଦ୍ୱାରା ଫ୍ଲାଏ ଆଶ୍‌ ପରିବହନ ସମ୍ବନ୍ଧରେ ଇତି ମଧ୍ୟରେ ଥର୍ମାଲ ପାୱାର ପ୍ଲାଣ୍ଟର ପ୍ରତିନିଧି, ଇଣ୍ଟିଗ୍ରେଟେଡ୍‌ ଷ୍ଟିଲ୍‌ ପ୍ଲାଣ୍ଟ, ଆଲୁମିନିୟମ୍‌ ସ୍ମେଲଟର ପ୍ଲାଣ୍ଟ ଏବଂ ସିମେଣ୍ଟ ପ୍ଲାଣ୍ଟର ପ୍ରତିନିଧିଙ୍କୁ ଭେଟିଛି। ଆଲୋଚନା ସମୟରେ ରେଳପଥ ଦ୍ୱାରା ଫ୍ଲାଏ ଆଶ୍‌ ପରିବହନ ଉପରେ ଦିଆଯାଇଥିବା ୪୦% ପଣ୍ୟ ପରିବହନ ରିହାତିର ଲାଭ ଉଠାଇବାକୁ ଶିଳ୍ପ ପ୍ରତିନିଧିଙ୍କୁ ପରାମର୍ଶ ଦିଆଯାଇଛି। ଅକ୍ଟୋବର ୨୦୨୦ରୁ ମାର୍ଚ୍ଚ ୨୦୨୧ ମଧ୍ୟରେ ଅନ୍ତତଃପକ୍ଷେ ୧ ନିୟୁତ ଟନ୍‌ ଫ୍ଲାଏ ପାଉଁଶ ପରିବହନ କରାଯାଇପାରିବ ବୋଲି ଆକଳନ କରାଯାଇଥିବା ପୂର୍ବତଟ ରେଳପଥ ପକ୍ଷରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?