ଇସିଆଇ ଟିମ୍‌ ଗସ୍ତକୁ ନେଇ ବଢ଼ିଲା ଆଗୁଆ ନିର୍ବାଚନ ଚର୍ଚ୍ଚା

ଭୁବନେଶ୍ୱର,୩୦ା୮ (ଅନିଲ ଦାସ): ଆଗୁଆ ସାଧାରଣ ନିର୍ବାଚନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଏକ ଟିମ୍‌ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଆସନ୍ତା ସେପ୍ଟେମ୍ବର ୧୩ରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ଏଥିସହିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଗୁଆ ନିର୍ବାଚନ ନେଇ ଭବିଷ୍ୟବାଣୀ କରିବା ପରେ ରାଜ୍ୟରେ ଆଗୁଆ ନିର୍ବାଚନ ନେଇ ଚର୍ଚ୍ଚା ପୁଣି ଆରମ୍ଭ ହୋଇଯାଇଛି। ତେବେ ନିର୍ବାଚନ କମିଶନ ଟିମ୍‌ଙ୍କ ଗସ୍ତ ସହିତ ଆଗୁଆ ନିର୍ବାଚନର କୌଣସି ସମ୍ପର୍କ ନାହିଁ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ଅନ୍ୟପକ୍ଷରେ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ କଂଗ୍ରେସ, ଭାଜପା ଓ ବିଜେଡି ନିର୍ବାଚନ ପାଇଁ ପ୍ରସ୍ତୁତ ଥିବା ପୂର୍ବରୁ ସଙ୍କେତ ଦେଇସାରିଛନ୍ତି। ଇସିଆଇଙ୍କ ଟିମ୍‌ ସେପ୍ଟେମ୍ବର ୧୩ରେ ଜିଲାପାଳମାନଙ୍କ ସହ ଆଲୋଚନା କରିବେ। ଆସନ୍ତା ଅକ୍ଟୋବରରେ ଇଭିଏମ୍‌ ଓ ଭିଭିପାଟ୍‌ଗୁଡ଼ିକ ଯାଞ୍ଚ କରାଯିବ। ନଭେମ୍ବର ୧୫ ସୁଦ୍ଧା ଏହି ପ୍ରକି୍ରିୟା ଶେଷ ହେବ । ତେବେ ଇସିଆଇ ଟିମ୍‌ଙ୍କ ଓଡ଼ିଶା ଗସ୍ତ ସହିତ ଆଗୁଆ ନିର୍ବାଚନର କୌଣସି ସମ୍ପର୍କ ନାହିଁ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଉଭୟ ବିଧାନସଭା ଓ ଲୋକ ସଭା ନିର୍ବାଚନ ହେବ ବୋଲି ସିଇଓ କହିଛନ୍ତି। ଚଳିତ ବର୍ଷ ଶେଷ ଆଡ଼କୁ ଅନ୍ୟ ୫ ରାଜ୍ୟ ସହ ଓଡ଼ିଶା ବିଧାନସଭା ପାଇଁ ନିର୍ବାଚନ ହେବ ବୋଲି ଭାଜପା ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ସମୟରେ ପୂର୍ବାନୁମାନ କରାଯାଇ ଆସୁଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟରେ ଆଗୁଆ ନିର୍ବାଚନ ପାଇଁ ବିଜେଡି ପ୍ରସ୍ତୁତ ହେଉଥିବା କଥା ପୂର୍ବରୁ ଅନେକ ଥର ଗଣମାଧ୍ୟମକୁ କହିଛନ୍ତି। ତେବେ ଆଗୁଆ ନିର୍ବାଚନ ନେଇ ବିଜେଡି ପକ୍ଷରୁ କୌଣସି ଆକଳନ କରାଯାଇ ନ ଥିବା ଦଳ ପକ୍ଷରୁ କୁହାଯାଇଛି। ଯଦି ଆଗୁଆ ନିର୍ବାଚନ ନେଇ କେନ୍ଦ୍ରରୁ ସଙ୍କେତ ମିଳିବ ସେ ନେଇ ଦଳ ପ୍ରସ୍ତୁତ ରହିଛି ବୋଲି ବିଜେଡି ନେତା କହୁଛନ୍ତି। ୨୦୦୪ରେ ଆଗୁଆ ନିର୍ବାଚନ କରାଯାଇଥିଲା। ଏହା ପରଠାରୁ କେବେ ଆଗୁଆ ନିର୍ବାଚନ ହୋଇ ନାହିଁ। ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ଥିବାରୁ ରାଜ୍ୟ ସରକାର ଅନେକ ଜନକଲ୍ୟାଣକାରୀ ଯୋଜନା ଘୋଷଣା କରି ସାରିଲେଣି। ନିର୍ବାଚନ ଯେତେବେଳେ ବି ହେଉ ରାଜ୍ୟବାସୀଙ୍କ ଆଶୀର୍ବାଦ ମୁଖ୍ୟମନ୍ତ୍ରୀ ନବୀନଙ୍କ ଉପରେ ରହିଛି। ଏଥିପାଇଁ ଭୟ କରିବାର କିଛି ନାହିଁ ବୋଲି ବିଜେଡି ବିଧାୟକ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ମଧ୍ୟ ଆଗୁଆ ନିର୍ବାଚନ ପାଇଁ ପ୍ରସ୍ତୁତ ରହିଛି। ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଆଗୁଆ ନିର୍ବାଚନ ପାଇଁ ଦଳ ସବୁବେଳେ ପ୍ରସ୍ତୁତ ରହିଛି। ରାଜ୍ୟବାସୀ ଜାଣି ସାରିଛନ୍ତି ଭାଜପା ଓ ବିଜେଡି ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ସେହିପରି ଭାଜପା ବିଧାୟକ ମୁକେଶ ମହାଲିଙ୍ଗ କହିଛନ୍ତି, ନିର୍ବାଚନ ଯେତେବେଳେ ହେଲେ ବି ଦଳ ପ୍ରସ୍ତୁତରେ ରହିଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ପ୍ରତାପ ଷଡ଼ଙ୍ଗୀ କହିଛନ୍ତି, ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ପୃଥକ୍‌ ଭାବେ କରାଗଲେ ନିର୍ବାଚନ ଖର୍ଚ୍ଚ ଦୁଇଗୁଣା ବଢ଼ିଯିବ। ରାଜ୍ୟର ବିକାଶ କାର୍ଯ୍ୟ ବାଧାପ୍ରାପ୍ତ ହେବ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆସନ୍ତା ବର୍ଷ ଜୁନ୍‌ ମାସ ପୂର୍ବରୁ ବିଧାନସଭା ନିର୍ବାଚନ ଶେଷ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri