ଇସିଆଇ ଟିମ୍‌ ଗସ୍ତକୁ ନେଇ ବଢ଼ିଲା ଆଗୁଆ ନିର୍ବାଚନ ଚର୍ଚ୍ଚା

ଭୁବନେଶ୍ୱର,୨୩୮ (ଅନିଲ ଦାସ): ଆଗୁଆ ସାଧାରଣ ନିର୍ବାଚନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଏକ ଟିମ୍‌ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଆସନ୍ତା ସେପ୍ଟେମ୍ବର ୧୩ରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ଏଥିସହିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଗୁଆ ନିର୍ବାଚନ ନେଇ ଭବିଷ୍ୟବାଣୀ କରିବା ପରେ ରାଜ୍ୟରେ ଆଗୁଆ ନିର୍ବାଚନ ନେଇ ଚର୍ଚ୍ଚା ପୁଣି ଆରମ୍ଭ ହୋଇଯାଇଛି। ତେବେ ନିର୍ବାଚନ କମିଶନ ଟିମ୍‌ଙ୍କ ଗସ୍ତ ସହିତ ଆଗୁଆ ନିର୍ବାଚନର କୌଣସି ସମ୍ପର୍କ ନାହିଁ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ଅନ୍ୟପକ୍ଷରେ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ କଂଗ୍ରେସ, ଭାଜପା ଓ ବିଜେଡି ନିର୍ବାଚନ ପାଇଁ ପ୍ରସ୍ତୁତ ଥିବା ପୂର୍ବରୁ ସଙ୍କେତ ଦେଇସାରିଛନ୍ତି। ଇସିଆଇଙ୍କ ଟିମ୍‌ ସେପ୍ଟେମ୍ବର ୧୩ରେ ଜିଲାପାଳମାନଙ୍କ ସହ ଆଲୋଚନା କରିବେ। ଆସନ୍ତା ଅକ୍ଟୋବରରେ ଇଭିଏମ୍‌ ଓ ଭିଭିପାଟ୍‌ଗୁଡ଼ିକ ଯାଞ୍ଚ କରାଯିବ। ନଭେମ୍ବର ୧୫ ସୁଦ୍ଧା ଏହି ପ୍ରକି୍ରିୟା ଶେଷ ହେବ । ତେବେ ଇସିଆଇ ଟିମ୍‌ଙ୍କ ଓଡ଼ିଶା ଗସ୍ତ ସହିତ ଆଗୁଆ ନିର୍ବାଚନର କୌଣସି ସମ୍ପର୍କ ନାହିଁ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଉଭୟ ବିଧାନସଭା ଓ ଲୋକ ସଭା ନିର୍ବାଚନ ହେବ ବୋଲି ସିଇଓ କହିଛନ୍ତି। ଚଳିତ ବର୍ଷ ଶେଷ ଆଡ଼କୁ ଅନ୍ୟ ୫ ରାଜ୍ୟ ସହ ଓଡ଼ିଶା ବିଧାନସଭା ପାଇଁ ନିର୍ବାଚନ ହେବ ବୋଲି ଭାଜପା ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ସମୟରେ ପୂର୍ବାନୁମାନ କରାଯାଇ ଆସୁଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟରେ ଆଗୁଆ ନିର୍ବାଚନ ପାଇଁ ବିଜେଡି ପ୍ରସ୍ତୁତ ହେଉଥିବା କଥା ପୂର୍ବରୁ ଅନେକ ଥର ଗଣମାଧ୍ୟମକୁ କହିଛନ୍ତି। ତେବେ ଆଗୁଆ ନିର୍ବାଚନ ନେଇ ବିଜେଡି ପକ୍ଷରୁ କୌଣସି ଆକଳନ କରାଯାଇ ନ ଥିବା ଦଳ ପକ୍ଷରୁ କୁହାଯାଇଛି। ଯଦି ଆଗୁଆ ନିର୍ବାଚନ ନେଇ କେନ୍ଦ୍ରରୁ ସଙ୍କେତ ମିଳିବ ସେ ନେଇ ଦଳ ପ୍ରସ୍ତୁତ ରହିଛି ବୋଲି ବିଜେଡି ନେତା କହୁଛନ୍ତି। ୨୦୦୪ରେ ଆଗୁଆ ନିର୍ବାଚନ କରାଯାଇଥିଲା। ଏହା ପରଠାରୁ କେବେ ଆଗୁଆ ନିର୍ବାଚନ ହୋଇ ନାହିଁ। ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ଥିବାରୁ ରାଜ୍ୟ ସରକାର ଅନେକ ଜନକଲ୍ୟାଣକାରୀ ଯୋଜନା ଘୋଷଣା କରି ସାରିଲେଣି। ନିର୍ବାଚନ ଯେତେବେଳେ ବି ହେଉ ରାଜ୍ୟବାସୀଙ୍କ ଆଶୀର୍ବାଦ ମୁଖ୍ୟମନ୍ତ୍ରୀ ନବୀନଙ୍କ ଉପରେ ରହିଛି। ଏଥିପାଇଁ ଭୟ କରିବାର କିଛି ନାହିଁ ବୋଲି ବିଜେଡି ବିଧାୟକ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ମଧ୍ୟ ଆଗୁଆ ନିର୍ବାଚନ ପାଇଁ ପ୍ରସ୍ତୁତ ରହିଛି। ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଆଗୁଆ ନିର୍ବାଚନ ପାଇଁ ଦଳ ସବୁବେଳେ ପ୍ରସ୍ତୁତ ରହିଛି। ରାଜ୍ୟବାସୀ ଜାଣି ସାରିଛନ୍ତି ଭାଜପା ଓ ବିଜେଡି ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ସେହିପରି ଭାଜପା ବିଧାୟକ ମୁକେଶ ମହାଲିଙ୍ଗ କହିଛନ୍ତି, ନିର୍ବାଚନ ଯେତେବେଳେ ହେଲେ ବି ଦଳ ପ୍ରସ୍ତୁତରେ ରହିଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ପ୍ରତାପ ଷଡ଼ଙ୍ଗୀ କହିଛନ୍ତି, ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ପୃଥକ୍‌ ଭାବେ କରାଗଲେ ନିର୍ବାଚନ ଖର୍ଚ୍ଚ ଦୁଇଗୁଣା ବଢ଼ିଯିବ। ରାଜ୍ୟର ବିକାଶ କାର୍ଯ୍ୟ ବାଧାପ୍ରାପ୍ତ ହେବ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆସନ୍ତା ବର୍ଷ ଜୁନ୍‌ ମାସ ପୂର୍ବରୁ ବିଧାନସଭା ନିର୍ବାଚନ ଶେଷ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। ସେହିପରି ୨୦୨୬ର ଦ୍ବିତୀୟ...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି...

କଳିଯୁଗର ପୁଅ: ନିଜ ବାପାଙ୍କୁ ହତ୍ୟା କରିବାକୁ ଦେଇଥିଲେ ୫ ଲକ୍ଷ ଟଙ୍କା ସୁପାରି, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ଜଣେ ଅବସରପ୍ରାପ୍ତ ଭାରତୀୟ ବାୟୁସେନା (IAF) ଅଧିକାରୀଙ୍କ ଗୁଳିମାଡ଼ ଘଟଣାରେ ଗାଜିଆବାଦ ପୋଲିସ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି। ପୋଲିସ ଦାବି କରିଛି ଯେ...

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri