ଇସିଆଇ ଟିମ୍‌ ଗସ୍ତକୁ ନେଇ ବଢ଼ିଲା ଆଗୁଆ ନିର୍ବାଚନ ଚର୍ଚ୍ଚା

ଭୁବନେଶ୍ୱର,୨୩୮ (ଅନିଲ ଦାସ): ଆଗୁଆ ସାଧାରଣ ନିର୍ବାଚନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଏକ ଟିମ୍‌ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଆସନ୍ତା ସେପ୍ଟେମ୍ବର ୧୩ରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ଏଥିସହିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଗୁଆ ନିର୍ବାଚନ ନେଇ ଭବିଷ୍ୟବାଣୀ କରିବା ପରେ ରାଜ୍ୟରେ ଆଗୁଆ ନିର୍ବାଚନ ନେଇ ଚର୍ଚ୍ଚା ପୁଣି ଆରମ୍ଭ ହୋଇଯାଇଛି। ତେବେ ନିର୍ବାଚନ କମିଶନ ଟିମ୍‌ଙ୍କ ଗସ୍ତ ସହିତ ଆଗୁଆ ନିର୍ବାଚନର କୌଣସି ସମ୍ପର୍କ ନାହିଁ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ଅନ୍ୟପକ୍ଷରେ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ କଂଗ୍ରେସ, ଭାଜପା ଓ ବିଜେଡି ନିର୍ବାଚନ ପାଇଁ ପ୍ରସ୍ତୁତ ଥିବା ପୂର୍ବରୁ ସଙ୍କେତ ଦେଇସାରିଛନ୍ତି। ଇସିଆଇଙ୍କ ଟିମ୍‌ ସେପ୍ଟେମ୍ବର ୧୩ରେ ଜିଲାପାଳମାନଙ୍କ ସହ ଆଲୋଚନା କରିବେ। ଆସନ୍ତା ଅକ୍ଟୋବରରେ ଇଭିଏମ୍‌ ଓ ଭିଭିପାଟ୍‌ଗୁଡ଼ିକ ଯାଞ୍ଚ କରାଯିବ। ନଭେମ୍ବର ୧୫ ସୁଦ୍ଧା ଏହି ପ୍ରକି୍ରିୟା ଶେଷ ହେବ । ତେବେ ଇସିଆଇ ଟିମ୍‌ଙ୍କ ଓଡ଼ିଶା ଗସ୍ତ ସହିତ ଆଗୁଆ ନିର୍ବାଚନର କୌଣସି ସମ୍ପର୍କ ନାହିଁ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଉଭୟ ବିଧାନସଭା ଓ ଲୋକ ସଭା ନିର୍ବାଚନ ହେବ ବୋଲି ସିଇଓ କହିଛନ୍ତି। ଚଳିତ ବର୍ଷ ଶେଷ ଆଡ଼କୁ ଅନ୍ୟ ୫ ରାଜ୍ୟ ସହ ଓଡ଼ିଶା ବିଧାନସଭା ପାଇଁ ନିର୍ବାଚନ ହେବ ବୋଲି ଭାଜପା ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ସମୟରେ ପୂର୍ବାନୁମାନ କରାଯାଇ ଆସୁଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟରେ ଆଗୁଆ ନିର୍ବାଚନ ପାଇଁ ବିଜେଡି ପ୍ରସ୍ତୁତ ହେଉଥିବା କଥା ପୂର୍ବରୁ ଅନେକ ଥର ଗଣମାଧ୍ୟମକୁ କହିଛନ୍ତି। ତେବେ ଆଗୁଆ ନିର୍ବାଚନ ନେଇ ବିଜେଡି ପକ୍ଷରୁ କୌଣସି ଆକଳନ କରାଯାଇ ନ ଥିବା ଦଳ ପକ୍ଷରୁ କୁହାଯାଇଛି। ଯଦି ଆଗୁଆ ନିର୍ବାଚନ ନେଇ କେନ୍ଦ୍ରରୁ ସଙ୍କେତ ମିଳିବ ସେ ନେଇ ଦଳ ପ୍ରସ୍ତୁତ ରହିଛି ବୋଲି ବିଜେଡି ନେତା କହୁଛନ୍ତି। ୨୦୦୪ରେ ଆଗୁଆ ନିର୍ବାଚନ କରାଯାଇଥିଲା। ଏହା ପରଠାରୁ କେବେ ଆଗୁଆ ନିର୍ବାଚନ ହୋଇ ନାହିଁ। ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ଥିବାରୁ ରାଜ୍ୟ ସରକାର ଅନେକ ଜନକଲ୍ୟାଣକାରୀ ଯୋଜନା ଘୋଷଣା କରି ସାରିଲେଣି। ନିର୍ବାଚନ ଯେତେବେଳେ ବି ହେଉ ରାଜ୍ୟବାସୀଙ୍କ ଆଶୀର୍ବାଦ ମୁଖ୍ୟମନ୍ତ୍ରୀ ନବୀନଙ୍କ ଉପରେ ରହିଛି। ଏଥିପାଇଁ ଭୟ କରିବାର କିଛି ନାହିଁ ବୋଲି ବିଜେଡି ବିଧାୟକ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ମଧ୍ୟ ଆଗୁଆ ନିର୍ବାଚନ ପାଇଁ ପ୍ରସ୍ତୁତ ରହିଛି। ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଆଗୁଆ ନିର୍ବାଚନ ପାଇଁ ଦଳ ସବୁବେଳେ ପ୍ରସ୍ତୁତ ରହିଛି। ରାଜ୍ୟବାସୀ ଜାଣି ସାରିଛନ୍ତି ଭାଜପା ଓ ବିଜେଡି ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ସେହିପରି ଭାଜପା ବିଧାୟକ ମୁକେଶ ମହାଲିଙ୍ଗ କହିଛନ୍ତି, ନିର୍ବାଚନ ଯେତେବେଳେ ହେଲେ ବି ଦଳ ପ୍ରସ୍ତୁତରେ ରହିଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ପ୍ରତାପ ଷଡ଼ଙ୍ଗୀ କହିଛନ୍ତି, ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ପୃଥକ୍‌ ଭାବେ କରାଗଲେ ନିର୍ବାଚନ ଖର୍ଚ୍ଚ ଦୁଇଗୁଣା ବଢ଼ିଯିବ। ରାଜ୍ୟର ବିକାଶ କାର୍ଯ୍ୟ ବାଧାପ୍ରାପ୍ତ ହେବ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆସନ୍ତା ବର୍ଷ ଜୁନ୍‌ ମାସ ପୂର୍ବରୁ ବିଧାନସଭା ନିର୍ବାଚନ ଶେଷ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri