ଇକୋ-ଟଏଲେଟ୍‌ରେ ୩ ବର୍ଷ ହେଲା ତାଲାପଡ଼ିଛି

ପଟ୍ଟାମୁଣ୍ଡାଇ,୨୫।୪: (ସ୍ବ.ପ୍ର.) ସ୍ବଚ୍ଛ ଭାରତ ପାଇଁ କେନ୍ଦ୍ର ସରକାର ଅର୍ଥ ଖର୍ଚ୍ଚ କରିବା ସହ ସ୍ବଚ୍ଛତା ବିଷୟରେ ଲୋକଙ୍କୁ ସଚେତନ କରିବାକୁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ କରୁଛନ୍ତି। ତଥାପି ଏସବୁର ପ୍ରଭାବ ଓ ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ। ବାହାରେ ଶୌଚ ନ କରିବା ପାଇଁ ଲୋକଙ୍କୁ ବୁଝାଇବା ସହ ସେମାନଙ୍କ ବ୍ୟବହାର ପାଇଁ ଜନଗହଳି ସ୍ଥାନରେ ଶୌଚାଳୟ ନିର୍ମାଣ କରାଯାଇଛି। କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚରେ ତିଆରି ହୋଇଥିବା ଶୌଚାଳୟ ଲୋକଙ୍କ କାମରେ ଲାଗୁନାହଁ। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ସହରର ଗଳିକନ୍ଦିରେ। ଇକୋ- ଟଏଲେଟ୍‌ ନିର୍ବାଣକୁ ୩ ବର୍ଷ ହୋଇଥିଲେ ହେଁ ତାଲା ପଡ଼ିରହିଛି।
କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତ୍ତମ ସହର ହେଉଛି ପଟ୍ଟାମୁଣ୍ଡାଇ। ପ୍ରତିଦିନ ଏଠାକୁ ବେପାର ବଣିଜ ପାଇଁ ଆଖାପାଖି ୫ଟି ବ୍ଲକର ଶତାଧିକ ଲୋକ ନିର୍ଭର କରିଥା’ନ୍ତି। ଏଠାରେ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ, ବ୍ଲକ ଅଫିସ, ପୋଷ୍ଟ ଅଫିସ ଭଳି ସରକାରୀ କାର୍ଯ୍ୟାଳୟ ଓ ଅନେକ ବ୍ୟାଙ୍କ ଆଦି ରହିଛ। ଜନସାଧାରଣଙ୍କ ସୁବିଧା ଓ ସହରର ସ୍ବଚ୍ଛତା ନିମନ୍ତେ ୨୦୨୦ରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ବିଭିନ୍ନ ସ୍ଥାନରେ ୨୦ଟି ଇକୋ-ଟଏଲେଟ୍‌ ନିର୍ମାଣ କରାଯାଇଥିଲା। ଏହି ଇକୋ ଟଏଲେଟ୍‌ କାର୍ଯ୍ୟକୁ ମହାରାଷ୍ଟ୍ରର ଏକ ଠିକା ସଂସ୍ଥା ନିର୍ମାଣ କରିଥିବା ବେଳେ ପ୍ରତ୍ୟେକ ଇକୋ-ଟଏଲେଟ୍‌ରେ ୭ ଲକ୍ଷ ୫୬ ହଜାର ଟଙ୍କା ବ୍ୟୟ ଅଟକଳ କରାଯାଇ ୧ କୋଟି ୫୧ ଲକ୍ଷ ୨୦ ହଜାର ଟଙ୍କା ବ୍ୟୟ ହୋଇଛି। ମାତ୍ର ଏହି ଟଏଲେଟ୍‌ ନିର୍ମାଣର ୩ ବର୍ଷ ବିତି ଯାଇଥିଲେ ମଧ୍ୟ ତାହା ଏ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇ ନ ଥିବା ବେଳେ ତାଲା ପଡ଼ିରହିଛି। ଏ ନେଇ ଜନସାଧାରଣଙ୍କ ପକ୍ଷରୁ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଏ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଶୌଚାଳୟଗୁଡ଼ିକ ତିଆରି ହେବା ପରଠାରୁ ସେଠାରେ ତାଲା ଝୁଲୁଛି। ବ୍ୟବହାର ପାଇଁ ଲୋକେ ଚାବି ଖୋଜି ପାଉ ନ ଥିବା ଅଭିଯୋଗ ହେଉଛି। ଲୋକଙ୍କ ବ୍ୟବହାର ଉଦ୍ଦେଶ୍ୟରେ ତିଆରି ହୋଇଥିବା ଶୌଚାଳୟ କାମରେ ଆସୁ ନ ଥିବାରୁ ସରକାରୀ ଅର୍ଥର ଅପବ୍ୟବହାର ହେଉଛି ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି। ଏହାକୁ ଲୋକଙ୍କ ବ୍ୟବହାରରେ ଲଗାଇବାକୁ ଆଇନଜୀବୀ ପ୍ରମୋଦ ସାହୁ, ଭବାନୀ ଶଙ୍କର ପଣ୍ଡା, ସାମାଜିକ କର୍ମୀ ପ୍ରବୀର ନାୟକ, ସୂର୍ଯ୍ୟ ସିଂଘମ ଦାଶ, ବଣିକ ସଂଘ ସଭାପତି ଗୋପୀନାଥ କର, ବିକାଶ ପରିଷଦ ସଭାପତି ଗୋପୀବଲ୍ଲବ ନାୟକ, ସମ୍ପାଦକ ଗୋପୀବଲ୍ଲବ ତ୍ରିପାଠୀ ପ୍ରମୁଖ ଏହାକୁ ଖୋଲିବା ସହ ଅର୍ଥ ହେରଫେରର ତଦନ୍ତ କରିବାକୁ ଦାବି କରିଛନ୍ତି। ଏ ସମ୍ପର୍କରେ ପିଡି ରାଜେନ୍ଦ୍ର କୁମାର ପଣ୍ଡାଙ୍କୁ ପଚାରିବାରେ ସମସ୍ତ ଇକୋ-ଟଏଲେଟ୍‌ କାର୍ଯ୍ୟକ୍ଷମ ହୋଇ ରହିଛି। କ’ଣ ପାଇଁ ବନ୍ଦ ରହିଛି ସେଠାକୁ ଯାଇ ଘଟଣାର ତଦନ୍ତ କରି ସମସ୍ୟାର ସମାଧାନ କରିବା ଦିଗରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri