Posted inରାଜ୍ୟ

ଆରମ୍ଭ ହେଲା ଇକୋ ପର୍ଯ୍ୟଟନ ପର୍ବ

ଭୁବନେଶ୍ୱର, (ବ୍ୟୁରୋ)/କୋଣାର୍କ (ଡି.ଏନ୍‌.ଏ.): କୋଭିଡ୍‌-୧୯ ଯୋଗୁ ରାଜ୍ୟରେ ପର୍ଯ୍ୟଟନ ଶିଳ୍ପ ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡ଼ିଥିଲା। ଗତ କିଛିମାସ ହେବ ପର୍ଯ୍ୟଟନ ଶିଳ୍ପ ଚଳଚଞ୍ଚଳ ହେବା ଆରମ୍ଭ କରିଛି। ଚଳିତ ବର୍ଷର ଇକୋ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଛି। ରାଜ୍ୟରେ ଥିବା ୭ଟି ଇକୋ ରିଟ୍ରିଟ୍‌ରେ ପର୍ଯ୍ୟଟକମାନେ ମଜା ନେଇପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭର୍ଚୁଆଲରେ ୭ଟି ପର୍ଯ୍ୟଟନସ୍ଥଳୀରେ ଇକୋ ରିଟ୍ରିଟ୍‌ର ଉଦ୍‌ଘାଟନ କରିଛନ୍ତି। ଗତବର୍ଷ ପରି ୫ଟି ସ୍ଥାନ ସହ ଚଳିତ ବର୍ଷ ଆଉ ୨ଟି ସ୍ଥାନରେ ପର୍ଯ୍ୟଟକଙ୍କୁ ମିଳିବ ଇକୋ ରିଟ୍ରିଟ୍‌ର ମଜା। ପ୍ରଥମ କରି କୋରାପୁଟ ଓ ଗଞ୍ଜାମରେ ଇକୋ ରିଟ୍ରିଟ୍‌ ଓଡ଼ିଶା-୨୦୨୧କୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ପର୍ଯ୍ୟଟକମାନେ କୋଣାର୍କ, ଦାରିଙ୍ଗବାଡ଼ି, ଭିତରକନିକା, ସମ୍ବଲପୁର, ସାତକୋଶିଆ ସମେତ କୋରାପୁଟ ଓ ଗଞ୍ଜାମରେ ନିଆରା ଉତ୍ସବର ମଜା ନେଇପାରିବେ।
କୋଭିଡ୍‌ କଟକଣାରେ ପ୍ରକୃତି କୋଳରେ ପ୍ରକୃତିର ମଜା ନେଇପାରିବେ ପର୍ଯ୍ୟଟକ। ପର୍ଯ୍ୟଟକଙ୍କ ପାଇଁ କଟେଜ୍‌ ସହିତ ବିଳାସପୂର୍ଣ୍ଣ ଟେଣ୍ଟ, ଖେଳ ସହ ଭଳିକି ଭଳି ଦେଶୀ, ବିଦେଶୀ ଖାଦ୍ୟ ଏବଂ ମନୋରଞ୍ଜନ ପାଇଁ ଭରପୂର କାର୍ଯ୍ୟକ୍ରମ ଆୟୋଜନ ହୋଇଛି। କୋଣାର୍କର ରାମଚଣ୍ଡୀ ନିକଟ କୁଶଭଦ୍ରା ନଦୀ ମୁହାଣରେ ୭୦ଟି ଅତ୍ୟାଧୁନିକ ଟେଣ୍ଟ ନିର୍ମାଣ କରାଯାଇଛି। ସେହିପରି ଭିତରକନିକା ପେଣ୍ଠ ବେଳାଭୂମି, ଦାରିଙ୍ଗବାଡ଼ି, ସମ୍ବଲପୁର ଆଦି ସ୍ଥାନରେ ହୋଇଥିବା ଇକୋ-ରିଟ୍ରିଟ୍‌ର ଭରପୂର ମଜା ନେଇପାରିବେ ପର୍ଯ୍ୟଟକ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଇକୋ ରିଟ୍ରିଟ୍‌ ଜରିଆରେ ପର୍ଯ୍ୟଟକମାନେ ପ୍ରକୃତି କୋଳର ମଜା ନେଇପାରିବେ। ଓଡ଼ିଶାରେ ଥିବା ଭାରତର ଉତ୍ତମ ଗୋପନ ସ୍ଥାନକୁ ଖୋଜି ବାହାର କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।
ରାମଚଣ୍ଡୀ ଇକୋ ରିଟ୍ରିଟ୍‌ରେ ଅତିଥି ଭାବେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବମର୍ର୍ା, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ଜଗତ୍‌ସିଂହପୁର ଏମ୍‌ପି ରାଜଶ୍ରୀ ମଲ୍ଲିକ, ପିପିଲି ବିଧାୟକ ରୁଦ୍ରପ୍ରତାପ ମହାରଥି, ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ପୁରୀ ଜିଲାପାଳ ସମର୍ଥ ବର୍ମା ଯୋଗଦେଇ ବେଲୁନ ଉଡ଼ାଇ ଉତ୍ସବକୁ ଆରମ୍ଭ କରିଥିଲେ। ଏଠାରେ ସମୁଦ୍ର ବେଳାଭୂମିରେ ପର୍ଯ୍ୟଟକଙ୍କ ପାଇଁ ନିର୍ମାଣ ହୋଇଛି ୫୮ଟି ଅତ୍ୟାଧୁନିକ ତମ୍ବୁଘର। ଏଥିରେ ପଞ୍ଚତାରକା ହୋଟେଲ ଭଳି ସମସ୍ତ ସୁବିଧା ରହିଛି। ତମ୍ବୁଘରଗୁଡ଼ିକର ମୂଲ୍ୟ ୧୧ହଜାରଠାରୁ ଆରମ୍ଭ କରି ୩୫ହଜାର ପର୍ଯ୍ୟନ୍ତ ରହିଛି। ସନ୍ଧ୍ୟାହେଲେ ବିଭିନ୍ନ ଲାଇଟ୍‌ ଆଲୋକରେ ଝଲସି ଉଠୁଛି ଏହି ବେଳାଭୂମି। ଏଥିସହିତ ଇକୋ ରିଟ୍ରିଟ୍‌ ପରିସରରେ ଜଳ କ୍ରୀଡ଼ା ସହିତ ପର୍ଯ୍ୟଟକଙ୍କୁ ଆକୃଷ୍ଟ କଲାଭଳି ପାରା ମୋଟରିଙ୍ଗ, ଜରବିଙ୍ଗ, ବିଚ ଭଲିବଲ, କାଇଟ ଫ୍ଲାଇଙ୍ଗ, ପାରାସେଲିଂ, ସେଲଫି ପଏଣ୍ଟ ଆଦି ଦେଖିବାକୁ ମିଳୁଛି। ମାସ୍କ ଓ ସାମାଜିକ ଦୂରତାକୁ ବିଶେଷ ଗୁରୁତ୍ୱ ଦିଆଯାଇଥିବାବେଳେ ସୁରକ୍ଷା ବ୍ୟବସ୍ତାକୁ କଡ଼ାକଡ଼ି କରାଯାଇଛି। ତେବେ ପ୍ରଥମଦିନରେ ୫ଟି ଟେଣ୍ଟ ବୁକିଂ ହୋଇଥିବାବେଳେ ୧୫ଜଣ ପର୍ଯ୍ୟଟକ ରହିଥିବା ଜଣାପଡ଼ିଛି। ଅନ୍ୟମାନଙ୍କ ମଧ୍ୟରେ ଜିଲା ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, ଅମିୟ କୁମାର ସେଠୀ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri