Posted inରାଜ୍ୟ

ଆରମ୍ଭ ହେଲା ଇକୋ ପର୍ଯ୍ୟଟନ ପର୍ବ

ଭୁବନେଶ୍ୱର, (ବ୍ୟୁରୋ)/କୋଣାର୍କ (ଡି.ଏନ୍‌.ଏ.): କୋଭିଡ୍‌-୧୯ ଯୋଗୁ ରାଜ୍ୟରେ ପର୍ଯ୍ୟଟନ ଶିଳ୍ପ ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡ଼ିଥିଲା। ଗତ କିଛିମାସ ହେବ ପର୍ଯ୍ୟଟନ ଶିଳ୍ପ ଚଳଚଞ୍ଚଳ ହେବା ଆରମ୍ଭ କରିଛି। ଚଳିତ ବର୍ଷର ଇକୋ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଛି। ରାଜ୍ୟରେ ଥିବା ୭ଟି ଇକୋ ରିଟ୍ରିଟ୍‌ରେ ପର୍ଯ୍ୟଟକମାନେ ମଜା ନେଇପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭର୍ଚୁଆଲରେ ୭ଟି ପର୍ଯ୍ୟଟନସ୍ଥଳୀରେ ଇକୋ ରିଟ୍ରିଟ୍‌ର ଉଦ୍‌ଘାଟନ କରିଛନ୍ତି। ଗତବର୍ଷ ପରି ୫ଟି ସ୍ଥାନ ସହ ଚଳିତ ବର୍ଷ ଆଉ ୨ଟି ସ୍ଥାନରେ ପର୍ଯ୍ୟଟକଙ୍କୁ ମିଳିବ ଇକୋ ରିଟ୍ରିଟ୍‌ର ମଜା। ପ୍ରଥମ କରି କୋରାପୁଟ ଓ ଗଞ୍ଜାମରେ ଇକୋ ରିଟ୍ରିଟ୍‌ ଓଡ଼ିଶା-୨୦୨୧କୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ପର୍ଯ୍ୟଟକମାନେ କୋଣାର୍କ, ଦାରିଙ୍ଗବାଡ଼ି, ଭିତରକନିକା, ସମ୍ବଲପୁର, ସାତକୋଶିଆ ସମେତ କୋରାପୁଟ ଓ ଗଞ୍ଜାମରେ ନିଆରା ଉତ୍ସବର ମଜା ନେଇପାରିବେ।
କୋଭିଡ୍‌ କଟକଣାରେ ପ୍ରକୃତି କୋଳରେ ପ୍ରକୃତିର ମଜା ନେଇପାରିବେ ପର୍ଯ୍ୟଟକ। ପର୍ଯ୍ୟଟକଙ୍କ ପାଇଁ କଟେଜ୍‌ ସହିତ ବିଳାସପୂର୍ଣ୍ଣ ଟେଣ୍ଟ, ଖେଳ ସହ ଭଳିକି ଭଳି ଦେଶୀ, ବିଦେଶୀ ଖାଦ୍ୟ ଏବଂ ମନୋରଞ୍ଜନ ପାଇଁ ଭରପୂର କାର୍ଯ୍ୟକ୍ରମ ଆୟୋଜନ ହୋଇଛି। କୋଣାର୍କର ରାମଚଣ୍ଡୀ ନିକଟ କୁଶଭଦ୍ରା ନଦୀ ମୁହାଣରେ ୭୦ଟି ଅତ୍ୟାଧୁନିକ ଟେଣ୍ଟ ନିର୍ମାଣ କରାଯାଇଛି। ସେହିପରି ଭିତରକନିକା ପେଣ୍ଠ ବେଳାଭୂମି, ଦାରିଙ୍ଗବାଡ଼ି, ସମ୍ବଲପୁର ଆଦି ସ୍ଥାନରେ ହୋଇଥିବା ଇକୋ-ରିଟ୍ରିଟ୍‌ର ଭରପୂର ମଜା ନେଇପାରିବେ ପର୍ଯ୍ୟଟକ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଇକୋ ରିଟ୍ରିଟ୍‌ ଜରିଆରେ ପର୍ଯ୍ୟଟକମାନେ ପ୍ରକୃତି କୋଳର ମଜା ନେଇପାରିବେ। ଓଡ଼ିଶାରେ ଥିବା ଭାରତର ଉତ୍ତମ ଗୋପନ ସ୍ଥାନକୁ ଖୋଜି ବାହାର କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।
ରାମଚଣ୍ଡୀ ଇକୋ ରିଟ୍ରିଟ୍‌ରେ ଅତିଥି ଭାବେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବମର୍ର୍ା, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ଜଗତ୍‌ସିଂହପୁର ଏମ୍‌ପି ରାଜଶ୍ରୀ ମଲ୍ଲିକ, ପିପିଲି ବିଧାୟକ ରୁଦ୍ରପ୍ରତାପ ମହାରଥି, ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ପୁରୀ ଜିଲାପାଳ ସମର୍ଥ ବର୍ମା ଯୋଗଦେଇ ବେଲୁନ ଉଡ଼ାଇ ଉତ୍ସବକୁ ଆରମ୍ଭ କରିଥିଲେ। ଏଠାରେ ସମୁଦ୍ର ବେଳାଭୂମିରେ ପର୍ଯ୍ୟଟକଙ୍କ ପାଇଁ ନିର୍ମାଣ ହୋଇଛି ୫୮ଟି ଅତ୍ୟାଧୁନିକ ତମ୍ବୁଘର। ଏଥିରେ ପଞ୍ଚତାରକା ହୋଟେଲ ଭଳି ସମସ୍ତ ସୁବିଧା ରହିଛି। ତମ୍ବୁଘରଗୁଡ଼ିକର ମୂଲ୍ୟ ୧୧ହଜାରଠାରୁ ଆରମ୍ଭ କରି ୩୫ହଜାର ପର୍ଯ୍ୟନ୍ତ ରହିଛି। ସନ୍ଧ୍ୟାହେଲେ ବିଭିନ୍ନ ଲାଇଟ୍‌ ଆଲୋକରେ ଝଲସି ଉଠୁଛି ଏହି ବେଳାଭୂମି। ଏଥିସହିତ ଇକୋ ରିଟ୍ରିଟ୍‌ ପରିସରରେ ଜଳ କ୍ରୀଡ଼ା ସହିତ ପର୍ଯ୍ୟଟକଙ୍କୁ ଆକୃଷ୍ଟ କଲାଭଳି ପାରା ମୋଟରିଙ୍ଗ, ଜରବିଙ୍ଗ, ବିଚ ଭଲିବଲ, କାଇଟ ଫ୍ଲାଇଙ୍ଗ, ପାରାସେଲିଂ, ସେଲଫି ପଏଣ୍ଟ ଆଦି ଦେଖିବାକୁ ମିଳୁଛି। ମାସ୍କ ଓ ସାମାଜିକ ଦୂରତାକୁ ବିଶେଷ ଗୁରୁତ୍ୱ ଦିଆଯାଇଥିବାବେଳେ ସୁରକ୍ଷା ବ୍ୟବସ୍ତାକୁ କଡ଼ାକଡ଼ି କରାଯାଇଛି। ତେବେ ପ୍ରଥମଦିନରେ ୫ଟି ଟେଣ୍ଟ ବୁକିଂ ହୋଇଥିବାବେଳେ ୧୫ଜଣ ପର୍ଯ୍ୟଟକ ରହିଥିବା ଜଣାପଡ଼ିଛି। ଅନ୍ୟମାନଙ୍କ ମଧ୍ୟରେ ଜିଲା ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, ଅମିୟ କୁମାର ସେଠୀ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri