ପ୍ରଭାବିତ ହୋଇଛି ଅର୍ଥନୀତି

ଭୁବନେଶ୍ୱର,୧୦ା୯(ବ୍ୟୁରୋ):କୋଭିଡ୍‌-୧୯ ମହାମାରୀ ଯୋଗୁ ରାଜ୍ୟର ଅର୍ଥନୀତି ପ୍ରଭାବିତ ହୋଇଛି। ରାଜ୍ୟର ସାମଗ୍ରିକ ଘରୋଇ ଉତ୍ପାଦ(ଜିଏସ୍‌ଡିପି), ରାଜସ୍ବ ବଳକା ହ୍ରାସ ପାଇବା ସହିତ ଋଣ ଭାର ଓ ରାଜସ୍ବ ନିଅଣ୍ଟ ବୃଦ୍ଧି ପାଇଛି। ଶିକ୍ଷା ଓ ସ୍ବାସ୍ଥ୍ୟସେବା ବ୍ୟୟ କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟ ତୁଳନାରେ ପଛରେ ରହିଛି। ୨୦୧୯-୨୦ ଆର୍ଥିକବର୍ଷରେ ପୁଞ୍ଜିଗତ ବ୍ୟୟ ପୂର୍ବବର୍ଷ ଗୁଡ଼ିକଠାରୁ କମ୍‌ ରହିଛି। ଗୁରୁବାର ବିଧାନସଭାରେ ଉପସ୍ଥାପିତ ହୋଇଥିବା କମ୍ପ୍‌ଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ(ସିଏଜି) ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି।
ରିପୋର୍ଟରେ କୁହାଯାଇଛି, ୨୦୧୮-୧୯ରେ ରାଜସ୍ବ ବଳକା ୧୪,୧୯୦ କୋଟି ଟଙ୍କା ଥିବାବେଳେ ୨୦୧୯-୨୦ରେ ଏହା ୨୪୩୦ କୋଟି ଟଙ୍କାକୁ ଖସି ଆସିଛି। ଅର୍ଥାତ୍‌ ରାଜସ୍ବ ବଳକା ପୂର୍ବବର୍ଷ ତୁଳନାରେ ୮୩ ପ୍ରତିଶତ କମ୍‌ ରହିଛି। ୨୦୧୯-୨୦ରେ ରାଜସ୍ବ ନିଅଣ୍ଟ ମଧ୍ୟ ବୃଦ୍ଧି ପାଇଛି। ୨୦୧୮-୧୯ରେ ରାଜସ୍ବ ନିଅଣ୍ଟ ୧୦,୧୫୭ କୋଟି ଟଙ୍କା ଥିବା ବେଳେ ୨୦୧୯-୨୦ରେ ଏହା ୧୮, ୮୧୯ କୋଟି ଟଙ୍କାକୁ ବୃଦ୍ଧି ପାଇଥିଲା। ପୂର୍ବବର୍ଷ ତୁଳନାରେ ନିଅଣ୍ଟ ୮୫ ପ୍ରତିଶତକୁ ବୃଦ୍ଧି ପାଇଥିଲା। ତେବେ ପୂର୍ବବର୍ଷ ତୁଳନାରେ ରାଜସ୍ବ ବୃଦ୍ଧି ଘଟିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୧୮-୧୯ରେ ରାଜସ୍ବ ୯୯,୫୪୬ କୋଟି ଥିବାବେଳେ ୨୦୧୯-୨୦ରେ ୧,୦୧,୫୬୮ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ରାଜସ୍ବ ପ୍ରାପ୍ତି ମୋଟ ବଜେଟ ଆକଳନଠାରୁ ୧୩,୬୯୮ କୋଟି ଟଙ୍କା ଥିଲା। ସେହିପରି ନିଜସ୍ବ ଟିକସ ପୂର୍ବବର୍ଷ ତୁଳନାରେ ୬.୫୯% ବୃଦ୍ଧି ପାଇଥିବାବେଳେ ଅଣଟିକସ ୨.୫୯% ବୃଦ୍ଧି ପାଇଛି। ରାଜସ୍ବ ବ୍ୟୟ ୨୦୧୮-୧୯ ତୁଳନାରେ ୧୬.୧୪% ବୃଦ୍ଧି ପାଇଛି। ଅନ୍ୟ ରାଜ୍ୟ ତୁଳନାରେ ସାମାଜିକ ସେବା ଏବଂ ଅର୍ଥନୈତିକ ପୁଞ୍ଜିଗତ ବ୍ୟୟ କ୍ଷେତ୍ରରେ ଓଡ଼ିଶା ଆଗୁଆ ରହିଛି। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ବିଭାଗଗୁଡ଼ିକ ୨୦୧୯-୨୦ ଆର୍ଥିକ ବର୍ଷରେ ୧୬,୩୦୧.୬୮ କୋଟି ଟଙ୍କାର ବିନିଯୋଗ ପ୍ରମାଣପତ୍ର ଦାଖଲ କରିନାହାନ୍ତି। ରାଜ୍ୟ ସରକାର ବିଭାଗଗୁଡ଼ିକୁ ୨୮,୪୬୫.୪୬ କୋଟି ଟଙ୍କା ଅନୁଦାନ ଯୋଗାଇ ଦେଇଥିଲେ। ସେଥିମଧ୍ୟରୁ ୧୬,୦୩୧.୬୮ କୋଟି ଟଙ୍କାର ବିନିଯୋଗ ପ୍ରମାଣପତ୍ର ବିଭାଗଗୁଡ଼ିକ ଦାଖଲ କରି ନ ଥିବା ସିଏଜି ରିପୋର୍ଟରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri