‘ଅର୍ଥନୀତିକୁ ଅଚଳ କରିଦେଇଥିଲା ଉପା’

ନୂଆଦିଲ୍ଲୀ,୯ା୨ ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ଉପା) ସରକାର ପୂର୍ବରୁ ଭାରତରେ ଏକ ସୁସ୍ଥ ଅର୍ଥନୀତି ଥିଲା। କିନ୍ତୁ କଂଗ୍ରେସ ନେତୃତ୍ୱାଧୀନ ଏହି ସରକାର କ୍ଷମତାକୁ ଆସିବା ପରେ ଅର୍ଥନୀତିକୁ ଅଚଳ କରିଦେଇଥିଲା ବୋଲି ଗୁରୁବାର କେନ୍ଦ୍ର ପକ୍ଷରୁ ଲୋକ ସଭାରେ ଉପସ୍ଥାପିତ ଶ୍ୱେତପତ୍ରରେ ଅଭିଯୋଗ ଅଣାଯାଇଛି। ନିର୍ମଳା ସୀତାରାମନ୍‌ ଲୋକ ସଭାରେ ହ୍ବାଇଟ୍‌ ପେପର ଉପସ୍ଥାପନ କରି କହିଛନ୍ତି, ୨୦୦୪ରେ ୮% ହାରରେ ଆର୍ଥିକ ଅଭିବୃଦ୍ଧି ଘଟୁଥିଲା। ଶିଳ୍ପ ଓ ସେବା କ୍ଷେତ୍ରରେ ୭% ଏବଂ କୃଷି କ୍ଷେତ୍ରରେ ୯%ରୁ ଊର୍ଦ୍ଧ୍ୱ ଅଭିବୃଦ୍ଧି ଦେଖାଯାଇଥିଲା। କିନ୍ତୁ କଂଗ୍ରେସର କୁପରିଚଳାନା ଓ କ୍ଷୀଣଦୃଷ୍ଟି ଯୋଗୁ ଭାରତୀୟ ଅର୍ଥନୀତିର ମୂଳଦୁଆ ଦୁର୍ବଳ ହୋଇଯାଇଥିଲା। ଉପା ସରକାର ଅର୍ଥନୀତିକୁ ସ୍ଥାଣୁ ଅବସ୍ଥାକୁ ନେଇଆସିଥିଲେ। ଆର୍ଥିକ ଉଦାରବାଦକୁ ତ୍ୟାଗ କରିଦେବାରୁ ବିଶୃଙ୍ଖଳା ଓ ଦୁର୍ନୀତି ଯୋଗୁ କୃଷିଠାରୁ ନେଇ ବ୍ୟାଙ୍କିଙ୍ଗ୍‌ ସେକ୍ଟର ପର୍ଯ୍ୟନ୍ତ ସଙ୍କଟ ଦେଖାଯାଇଥିଲା। ବିତ୍ତୀୟ ନିଅଣ୍ଟ ଦେଶର ଅର୍ଥନୀତି ପାଇଁ ବୋଝ ପାଲଟି ଯାଇଥିଲା। କିନ୍ତୁ ମୋଦି ସରକାର ଆସିବା ପରେ ଅର୍ଥନୀତି ପୁଣି ଟ୍ରାକ୍‌କୁ ଫେରିଥିଲା। ଫଳରେ ଭାରତ ବିଶ୍ୱର ଦ୍ରୁତତମ ତଥା ପଞ୍ଚମ ବୃହତ୍‌ ଅର୍ଥନୀତିରେ ପରିଣତ ହୋଇଥିବା ଶ୍ୱେତପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?