ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଅଣ୍ଡାଦାନ ପରେ ମା’ କୁମ୍ଭୀର ୫୦ରୁ ୬୦ ଦିନ ପର୍ଯ୍ୟନ୍ତ ସେଠାରେ ଜଗି ରହିଥାଏ। ମା’ କୁମ୍ଭୀର ଅଣ୍ଡାଦାନସ୍ଥଳରେ ଜଗି ରହିଥିବା ବେଳେ ପୁରୁଷ କୁମ୍ଭୀର ଖାଦ୍ୟ ସଂଗ୍ରହ କରି ଆଣି ଦେଇଥାଏ। ଅଣ୍ଡାକୁ କୁଆ, ଚିଲ, ବିଲୁଆ ଆଦି ପ୍ରାଣୀ ଖାଇ ଦେବାର ଭୟ ଥିବାରୁ ମା’ କୁମ୍ଭୀର ଅଧିକ ଯତ୍ନବାନ୍‌ ହୋଇଥାଏ। ସାଧାରଣତଃ ନଦୀ ନାଳଘେରା ଘଞ୍ଚ ବୁଦା ମୂଳ ଉଚ୍ଚ ସ୍ଥାନକୁ ମା’ ବଉଳା କୁମ୍ଭୀର ସୁରକ୍ଷିତଭାବି ବସା ବାନ୍ଧିଥାଏ। ବିଶେଷ କରି ଗୋବରୀ, ଲୁଣା, ରାମଚଣ୍ଡୀ ଗଳିଆ ନାଳ, ବତିଘର, ଖରିନାଶି ନାଳ, ଜମ୍ବୁ, ସୁନିତି, କଣ୍ଟିଲୋ ସଂରକ୍ଷିତ ଜଙ୍ଗଲ ଧାରରେ ବଉଳା କୁମ୍ଭୀର ଅଣ୍ଡା ଦେଇଥାନ୍ତି। ଦେଢ଼ମାସରୁ ଦୁଇ ମାସ ମଧ୍ୟରେ ଅଣ୍ଡା ଫୁଟିବା ପରେ ଶାବକମାନଙ୍କୁ ନଦୀ ନାଳରେ ଲହଡ଼ା ପାର ଉତ୍ତାର ପାଇଁ ମା’ କୁମ୍ଭୀର ପଛରେ ଯିବା ବେଳେ ପୁରୁଷ କୁମ୍ଭୀର ଆଗରେ ଯାଇଥାନ୍ତି। ଯେଉଁ ଶାବକଗୁଡ଼ିକ ଉଚ୍ଚ ଲହଡ଼ି ପାର ହେବାରେ ବାଧକ ହେଲା ସେମାନଙ୍କ ଜୀବନ ପ୍ରତି ବିପଦ ଥାଏ ବୋଲି ପରିବେଶବିତମାନେ ମତବ୍ୟକ୍ତ କରିଛନ୍ତି। ଏହି ସମୟରେ କୁମ୍ଭୀର ଅଧିକ ହିଂସ୍ର ହୋଇ ଥିବାରୁ ନଦୀ ନାଳରେ ପ୍ରବେଶ ନ କରିବା ପାଇଁ ବାରଣ କରାଯାଇଛି ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ଏ ସଂକ୍ରାନ୍ତରେ ରାଜନଗର ବନ ଖଣ୍ଡ ଅଧିକାରୀ ଭରଦ୍ୱାଜ ଗାଁଓକରଙ୍କୁ ପଚାରିବାରେ ବିଭାଗ ପକ୍ଷରୁ ସ୍ବତନ୍ତ୍ର ଦୃଷ୍ଟି ରହିଛି ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri