ଖୁବ୍‌ଶୀଘ୍ର ପ୍ରଥମରୁ ଅଷ୍ଟମ ପାଠପଢ଼ା

ଭୁବନେଶ୍ୱର, ୭।୨(ବ୍ୟୁରୋ) : କରୋନା ସ୍ଥିତି ସ୍ବାଭାବିକ ହେଉଥିବାବେଳେ ଦୀର୍ଘ ୯ମାସ ଧରି ବନ୍ଦ ରହିଥିବା ଶିକ୍ଷା କ୍ଷେତ୍ରକୁ ପୁଣି ଟ୍ରାକ୍‌କୁ ଆଣିବାକୁ ରାଜ୍ୟ ସରକାର ପୂରା ଦମ୍‌ରେ ଲାଗିପଡ଼ିଛନ୍ତି। ପରୀକ୍ଷା ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ପ୍ରଥମେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ୍‌ ଖୋଲାଯାଇଥିଲା। ଆସନ୍ତା ସୋମବାରଠାରୁ ନବମ ଓ ଏକାଦଶ ଶ୍ରେଣୀର ପିଲା ସ୍କୁଲ୍‌ ଆସିବେ। ଇତିମଧ୍ୟରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ମଧ୍ୟ ଖୋଲିଯାଇଥିବାବେଳେ ଖୁବ୍‌ଶୀଘ୍ର ପ୍ରଥମରୁ ଅଷ୍ଟମ ପାଠପଢ଼ା ଆରମ୍ଭ ହେବାକୁ ଯାଉଛି। ଫେବୃୟାରୀ ଶେଷ ସପ୍ତାହରେ ଏସବୁ ଶ୍ରେଣୀ ଖୋଲିବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଥିବା ସୂଚନା ମିଳିଛି। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବାକୁ ଏସ୍‌ଓପି ପ୍ରସ୍ତୁତ କରାଯାଉଛି। ଏଥିପାଇଁ ଏସ୍‌ଆର୍‌ସି ମାର୍ଗଦର୍ଶିକା ଜାରି କରିଛନ୍ତି। ଯେହେତୁ ଅଙ୍ଗନଓ୍ବାଡ଼ି ଖୋଲି ସାରିଲାଣି, ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟ ଖୁବ୍‌ଶୀଘ୍ର ଖୋଲାଯିବ। ତେବେ କେବେ ଖୋଲିବ ସେ ନେଇ ମନ୍ତ୍ରୀ କିଛି ସ୍ପଷ୍ଟ କରିନାହାନ୍ତି।

ତେବେ ଆସନ୍ତା ୮ ତାରିଖରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲୁଥିବାରୁ ଏଥିପାଇଁ ଶିକ୍ଷକ ଅଭାବ ରହିବ ନାହିଁ। ଦକ୍ଷ ପ୍ରାଥମିକ ସ୍କୁଲ ଶିକ୍ଷକଙ୍କୁ ଏସବୁ ଶ୍ରେଣୀରେ ଶିକ୍ଷାଦାନ ପାଇଁ ନିୟୋଜିତ କରିବାକୁ ଜିଲା ଶିକ୍ଷା ଅଧିକାରୀ ଓ ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏପରି କି ଅବସରପ୍ରାପ୍ତ ଶିକ୍ଷକ ମଧ୍ୟ ଶିକ୍ଷାଦାନରେ ନିୟୋଜିତ ହେବେ। ତେବେ ରବିବାର କ୍ଲାସ ହେବନି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ସେପଟେ ରବିବାର ସ୍କୁଲ ବନ୍ଦ ରଖିବା ପାଇଁ ଦାବି କରୁଛି ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ। ଏ ନେଇ ସଂଘର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି କହିଛନ୍ତି, ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଏବେ ରବିବାର ପାଠ ପଢ଼ାଯାଉଛି। ଏହାଦ୍ୱାରା ପିଲା ତଥା ଶିକ୍ଷକଙ୍କ ଉପରେ ମାନସିକ ଚାପ ପଡ଼ୁଛି। ବିଶେଷକରି ଶିକ୍ଷୟିତ୍ରୀଙ୍କ ଉପରେ ଅଧିକ ପ୍ରଭାବ ପଡ଼ୁଛି। ସେହିପରି ପିଲାମାନେ ମଧ୍ୟ ରବିବାର ସ୍କୁଲ ଆସିବା ପାଇଁ ଅମଙ୍ଗ ହେଉଛନ୍ତି। ତେଣୁ ସରକାରଙ୍କୁ ଆମେ ନିବେଦନ କରୁଛୁ ଯେ, ରବିବାର ପାଠପଢ଼ାକୁ ବନ୍ଦ କରାଯାଉ। ଓଡ଼ିଶା ଅଭିଭାବକ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ କହିଛନ୍ତି, ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ବାଗତଯୋଗ୍ୟ। କିନ୍ତୁ ଆସନ୍ତା ଶିକ୍ଷାବର୍ଷ ଅଗଷ୍ଟ ମାସରୁ କରାଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri