ଖୁବ୍‌ଶୀଘ୍ର ପ୍ରଥମରୁ ଅଷ୍ଟମ ପାଠପଢ଼ା

ଭୁବନେଶ୍ୱର, ୭।୨(ବ୍ୟୁରୋ) : କରୋନା ସ୍ଥିତି ସ୍ବାଭାବିକ ହେଉଥିବାବେଳେ ଦୀର୍ଘ ୯ମାସ ଧରି ବନ୍ଦ ରହିଥିବା ଶିକ୍ଷା କ୍ଷେତ୍ରକୁ ପୁଣି ଟ୍ରାକ୍‌କୁ ଆଣିବାକୁ ରାଜ୍ୟ ସରକାର ପୂରା ଦମ୍‌ରେ ଲାଗିପଡ଼ିଛନ୍ତି। ପରୀକ୍ଷା ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ପ୍ରଥମେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ୍‌ ଖୋଲାଯାଇଥିଲା। ଆସନ୍ତା ସୋମବାରଠାରୁ ନବମ ଓ ଏକାଦଶ ଶ୍ରେଣୀର ପିଲା ସ୍କୁଲ୍‌ ଆସିବେ। ଇତିମଧ୍ୟରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ମଧ୍ୟ ଖୋଲିଯାଇଥିବାବେଳେ ଖୁବ୍‌ଶୀଘ୍ର ପ୍ରଥମରୁ ଅଷ୍ଟମ ପାଠପଢ଼ା ଆରମ୍ଭ ହେବାକୁ ଯାଉଛି। ଫେବୃୟାରୀ ଶେଷ ସପ୍ତାହରେ ଏସବୁ ଶ୍ରେଣୀ ଖୋଲିବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଥିବା ସୂଚନା ମିଳିଛି। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବାକୁ ଏସ୍‌ଓପି ପ୍ରସ୍ତୁତ କରାଯାଉଛି। ଏଥିପାଇଁ ଏସ୍‌ଆର୍‌ସି ମାର୍ଗଦର୍ଶିକା ଜାରି କରିଛନ୍ତି। ଯେହେତୁ ଅଙ୍ଗନଓ୍ବାଡ଼ି ଖୋଲି ସାରିଲାଣି, ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟ ଖୁବ୍‌ଶୀଘ୍ର ଖୋଲାଯିବ। ତେବେ କେବେ ଖୋଲିବ ସେ ନେଇ ମନ୍ତ୍ରୀ କିଛି ସ୍ପଷ୍ଟ କରିନାହାନ୍ତି।

ତେବେ ଆସନ୍ତା ୮ ତାରିଖରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲୁଥିବାରୁ ଏଥିପାଇଁ ଶିକ୍ଷକ ଅଭାବ ରହିବ ନାହିଁ। ଦକ୍ଷ ପ୍ରାଥମିକ ସ୍କୁଲ ଶିକ୍ଷକଙ୍କୁ ଏସବୁ ଶ୍ରେଣୀରେ ଶିକ୍ଷାଦାନ ପାଇଁ ନିୟୋଜିତ କରିବାକୁ ଜିଲା ଶିକ୍ଷା ଅଧିକାରୀ ଓ ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏପରି କି ଅବସରପ୍ରାପ୍ତ ଶିକ୍ଷକ ମଧ୍ୟ ଶିକ୍ଷାଦାନରେ ନିୟୋଜିତ ହେବେ। ତେବେ ରବିବାର କ୍ଲାସ ହେବନି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ସେପଟେ ରବିବାର ସ୍କୁଲ ବନ୍ଦ ରଖିବା ପାଇଁ ଦାବି କରୁଛି ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ। ଏ ନେଇ ସଂଘର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି କହିଛନ୍ତି, ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଏବେ ରବିବାର ପାଠ ପଢ଼ାଯାଉଛି। ଏହାଦ୍ୱାରା ପିଲା ତଥା ଶିକ୍ଷକଙ୍କ ଉପରେ ମାନସିକ ଚାପ ପଡ଼ୁଛି। ବିଶେଷକରି ଶିକ୍ଷୟିତ୍ରୀଙ୍କ ଉପରେ ଅଧିକ ପ୍ରଭାବ ପଡ଼ୁଛି। ସେହିପରି ପିଲାମାନେ ମଧ୍ୟ ରବିବାର ସ୍କୁଲ ଆସିବା ପାଇଁ ଅମଙ୍ଗ ହେଉଛନ୍ତି। ତେଣୁ ସରକାରଙ୍କୁ ଆମେ ନିବେଦନ କରୁଛୁ ଯେ, ରବିବାର ପାଠପଢ଼ାକୁ ବନ୍ଦ କରାଯାଉ। ଓଡ଼ିଶା ଅଭିଭାବକ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ କହିଛନ୍ତି, ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ବାଗତଯୋଗ୍ୟ। କିନ୍ତୁ ଆସନ୍ତା ଶିକ୍ଷାବର୍ଷ ଅଗଷ୍ଟ ମାସରୁ କରାଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?