ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ ଭାଇଙ୍କ ଭଲ ପାଇବା ଦେଖି ସହିପାରିଲାନି ନିଷ୍ଠୁର ବିଧାତା। ଶେଷରେ ସାନ ଭାଇର ମୃତ୍ୟୁ ଖବର ଶୁଣି ବଡ଼ ଭାଇ ବି ଆଖି ବୁଜି ଦେଲେ। ଏଭଳି ଦୁଃଖଦ ଘଟଣା ଘଟଛି ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧି ବଳଦିଆ ଗ୍ରାମରେ। ଉକ୍ତ ଗ୍ରାମର ଲସ ଟୁଡୁଙ୍କ ସାନ ପୁଅ ଲୁକାଇଙ୍କ ଟୁଡୁ ଗତକାଲି ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ବାଇକ ଦୁର୍ଘଟଣାରେ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ସମୟରେ ବିଳମ୍ବିତ ରାତିରେ ମୃତ୍ୟୁବରଣ କରିଥିଲେ। ତେବେ ଲୁକାଇଙ୍କ ମୃତ୍ୟୁଖବର ପାଇ ଘରେ ଥିବା ବଡ଼ ଭାଇ ପାଲୁ ଟୁଡୁ ଦୁଃଖରେ ମ୍ରିୟମାଣ ହୋଇ ଭାଙ୍ଗିପଡ଼ିଥିଲେ ଏବଂ ହୃଦ୍‌ଘାତରେ ପାଲୁ ମୃତ୍ୟୁବରଣ କରିଛନ୍ତି। ଉକ୍ତ ଘଟଣାକୁ ନେଇ ଅଞ୍ଚଳରେ ଦୁଃଖର ଛାୟା ଖେଳି ଯାଇଥିବାବେଳେ ପରିବାର ଲୋକେ ସମ୍ପୂର୍ଣ ଭାଙ୍ଗି ପଡିଛନ୍ତି। ମୃତ୍ୟୁବରଣ କରିଥିବା ସାନ ଭାଇ ଲୁକାଇ ଅବିବାହିତ ଥିବାବେଳେ ବଡ଼ ଭାଇ ପାଲୁଙ୍କ ସ୍ତ୍ରୀ ମମିତା ଏବଂ ତାଙ୍କର ଦୁଇ ଝିଅ ଅସହାୟ ହୋଇ ପଡିଛନ୍ତି। ଦୁଇ ଝିଅଙ୍କ ମଧ୍ୟରୁ ଜଣେ ତୃତୀୟ ଏବଂ ଅନ୍ୟ ଜଣେ ଚତୁର୍ଥ ଶ୍ରେଣୀରେ ପଢୁଛନ୍ତି। ତେଣୁ ଏମାନଙ୍କ ପଢିବା ବ୍ୟବସ୍ଥା କରିବା ସହିତ ସହାୟତା ପାଇଁ ସ୍ତ୍ରୀ ମମିତା ନିବେଦନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri