ଜମିଜମା ବିବାଦ: ସାନଭାଇ, ପୁତୁରା ଆକ୍ରମଣରେ ବଡ଼ଭାଇଙ୍କ ଜୀବନ ଗଲା

ବରୀ,୧୧ା୧୨(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ବାଲିବିଲ ପଞ୍ଚାୟତ ବାଲିବିଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ମୁତାବକ ବନୋଜ କବି(୬୨) ଓ ତାଙ୍କ ସାନ ଭାଇ ସନାତନ କବି(୫୭)ଙ୍କ ମଧ୍ୟରେ ଜମିଜମା ଘଟଣାକୁ ନେଇ ଦୀର୍ଘଦିନ ଧରି ବିବାଦ ଲାଗିଆସିଥିଲା। ସୋମବାର ସକାଳେ ଉଭୟଙ୍କ ପରିବାର ମଧ୍ୟରେ ବଚସା ହେବା ପରେ ଉଭୟ ପରିବାରର ସଦସ୍ୟମାନେ ପରସ୍ପରକୁ ଆକ୍ରମଣ ପ୍ରତି ଆକ୍ରମଣ କରିଥିଲେ। ଉପସ୍ଥିତ ଥିବା ସନାତନ କବି ଓ ତାଙ୍କ ଦୁଇ ପୁଅ ସୁନା କବି ଓ ଚିନା କବିଙ୍କ ଆକ୍ରମଣରେ ବନୋଜ କବି ଗୁରୁତର ହୋଇଥିଲେ। ତାଙ୍କୁ ସ୍ଥାନୀୟ ଲୋକମାନେ ପ୍ରଥମେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତର ଅଧିକ ଚିକିତ୍ସା ପାଇଁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ମାତ୍ର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିବା ପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ବରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସନାତନ କବିଙ୍କୁ ଥାନାରେ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri