ସାନପୁଅ ପାଇଁ ବାଇକ୍‌ କିଣିଦେବାରୁ ସମ୍ପର୍କ ଭୁଲିଗଲେ ବଡ଼ପୁଅ

ଢେଙ୍କାନାଳ ଅଫିସ, ୯।୨: ସମ୍ପତ୍ତି ଲୋଭ ପାଇଁ ପର ହୋଇଗଲା ରକ୍ତସମ୍ପର୍କ। ସାନପୁଅ ପାଇଁ ଦାମୀ ବାଇକ୍‌ କିଣିଦେବାରୁ ଇର୍ଷାପରାୟଣ ହୋଇ ବ୍ଲେଡ୍‌ରେ ୭୦ ବର୍ଷୀୟ ବୃଦ୍ଧ ବାପାଙ୍କ ତଣ୍ଟି କାଟିଦେଲେ ବଡ଼ପୁଅ। ଏହା ପରେ ପଥରରେ ମୁଣ୍ଡକୁ ଛେଚି ଅତି ନିର୍ମମ ଭାବେ ହତ୍ୟା କଲେ। ମାମଲା ରଫାଦଫା କରିବାକୁ ସମ୍ପର୍କୀୟଙ୍କ ସହ ମିଶି ମୃତଦେହକୁ ପୋଡ଼ିଦେବାକୁ ଯୋଜନା କରୁଥିବାବେଳେ ସୂଚନା ପାଇ ଅଭିଯୁକ୍ତଙ୍କୁ ମାଡ଼ିବସିଲା ପୋଲିସ। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ହେଲେ ତ୍ରିଲୋଚନ ପଧାନ। ମୃତକଙ୍କ ସାନପୁଅ ଦୀପକ ପଧାନଙ୍କ ଅଭିଯୋଗ ଆଧାରରେ ପୋଲିସ ଅଭିଯୁକ୍ତ ବଡ଼ଭାଇ ପ୍ରକାଶ ପଧାନ ଏବଂ ଦାଦା ବୀର ପଧାନଙ୍କୁ ଅଟକ ରଖି ପଚରାଉଚରା କରୁଛି। ଢେଙ୍କାନାଳ ସହର ଉପକଣ୍ଠ ୨୩ନଂ. ଓ୍ବାର୍ଡ ଅଧୀନ କୋରିଅଁା କାଳୀସାହିରେ ଘଟିଥିବା ଏଭଳି ଏକ ସ୍ପର୍ଶକାତର ଘଟଣାକୁ ନେଇ ସାରା ଜିଲାରେ ଚର୍ଚ୍ଚା ଜୋର୍‌ ଧରିଛି।
ଟାଉନ ଥାନା ପୋଲିସ ନିକଟରେ ହୋଇଥିବା ଅଭିଯୋଗ ଅନୁଯାୟୀ, ପ୍ରାୟ ଦେଢ଼ମାସ ତଳେ ତ୍ରିଲୋଚନ ଏକ ଜମିକୁ ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରି କରିଥିଲେ। ଉକ୍ତ ଟଙ୍କାରେ ସାନପୁଅ ଦୀପକ ପାଇଁ ଏକ ଦାମୀ ବାଇକ୍‌ କିଣି ଦେଇଥିଲେ। ଅବଶିଷ୍ଟ ଟଙ୍କା ମଧ୍ୟ ତାଙ୍କୁ ଦେଇଥିଲେ। ଏହାକୁ ନେଇ ପ୍ରକାଶ ଏବଂ ତ୍ରିଲୋଚନଙ୍କ ମଧ୍ୟରେ ବିବାଦର ସୂତ୍ରପାତ ହୋଇଥିଲା। ସୋମବାର ରାତିରେ ଘରେ କେହି ନ ଥିବାବେଳେ ଉଭୟଙ୍କ ଭିତରେ ଗଣ୍ଡଗୋଳ ତୀବ୍ର ରୂପ ନେଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ପ୍ରକାଶ ଏକ ବ୍ଲେଡ୍‌ରେ ବାପାଙ୍କ ତଣ୍ଟିକୁ କାଟି ଦେଇଥିଲେ। ଅଚେତ ହୋଇ ପଡ଼ିଯିବା ପରେ ମୁଣ୍ଡକୁ ପଥରରେ ଛେଚି ଦେଇଥିଲେ। ଘଟଣାସ୍ଥଳରେ ହିଁ ତ୍ରିଲୋଚନଙ୍କ ମୃତ୍ୟୁ ହୋଇଯାଇଥିଲା। ମଙ୍ଗଳବାର ପୂର୍ବାହ୍ନରେ ମୃତଦେହକୁ ଲୁଚାଇ ପୋଡ଼ିଦେବା ପାଇଁ ନେଉଥିବା ବେଳେ ସୂଚନା ପାଇ ସଦର ଏସ୍‌ଡିପିଓ ବିକାଶ ବେଉରାଙ୍କ ନେତୃତ୍ୱରେ ଟାଉନ ଥାନାଧିକାରୀ ରାଜେନ୍ଦ୍ର ମହାପାତ୍ର, ଏସ୍‌ଆଇ ଚନ୍ଦ୍ରକାନ୍ତ ସେଠୀ, ସୌଭାଗ୍ୟ ପାଣି ପ୍ରମୁଖ ଚଢ଼ାଉ କରି ପଥରଖାଇଚାଠାରୁ ଜବତ କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ଦୀପକଙ୍କ ଅଭିଯୋଗକ୍ରମେ ପୋଲିସ ନଂ. ୭୧/୨୨ରେ ଏକ ମାମଲା ରୁଜୁ କରିଛି। ଅଭିଯୁକ୍ତ ପ୍ରକାଶ ଏବଂ ବୀରଙ୍କୁ ଅଟକ ରଖି ତଦନ୍ତ କରାଯାଉଥିବା ଥାନାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri