ବାପାଙ୍କୁ ଛୁରି ଭୁସି ହତ୍ୟା କଲା ବଡପୁଅ  

ଖୁଣ୍ଟୁଣୀ,୧୨ା୭(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ମୁଷୁଳିଆ ଗ୍ରାମ ମୁଣ୍ଡାସାହିର ନାଥ ପୂର୍ତ୍ତିଙ୍କୁ ଶନିବାର ରାତି ପ୍ରାୟ ୧୦ଟାରେ ତାଙ୍କ ବଡ଼ପୁଅ ଛୁରି ଭୁସି ହତ୍ୟା କରିଛନ୍ତି।
ଏଥିସହିତ ସାନଭାଇ ଯୋଗେଶ୍ୱର ପୂର୍ତ୍ତିଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ପୋଲିସ ରବିବାର ଏକ ହତ୍ୟା ମାମଲା (ନଂ.୯୨/୨୦)ରୁଜୁକରି ଅଭିଯୁକ୍ତ ବଡ଼ପୁଅ ମନୋଜ ପୂର୍ତ୍ତିଙ୍କୁ ଗିରଫ କରିଛି।
ପ୍ରକାଶ ଯେ, ପାଠପଢ଼ା ପାଇଁ ଜମିର ପଟ୍ଟା ଆବଶ୍ୟକ ଥିବାରୁ ମନୋଜ ତାଙ୍କ ବାପା ନାଥଙ୍କୁ ଜଣାଇଥିଲେ। ମଝିଆ ଓ ସାନ ପୁଅଙ୍କୁ ପଚାରି ପଟ୍ଟା ଦେବେ ବୋଲି ତାଙ୍କ ବାପା କହିଥିଲେ। ଏଥିରେ ମନୋଜ ରାଗିଯାଇ ଦାଣ୍ଡରେ ତାଙ୍କ ବାପା ଓ ସାନଭାଇଙ୍କୁ ଗାଳିଗୁଲଜ କରିଥିଲେ। ଘଟଣା ସମ୍ପର୍କରେ ତାଙ୍କ ବାପା ଓ ସାନଭାଇ ଗ୍ରାମର ମୁରବିଙ୍କୁ ଜଣାଇ ରାତି ପ୍ରାୟ ୧୦ଟାରେ ଘରକୁ ଫେରୁଥିଲେ। ଏହି ସମୟରେ ପୂର୍ବରୁ ଲୁଚି ରହିଥିବା ବଡ଼ ପୁଅ ମନୋଜ ହଠାତ୍‌ ଏକ ଛୁରିରେ ତାଙ୍କ ବାପାଙ୍କ ପେଟକୁ ଭୁସି ଦେଇଥିଲେ। ସାନଭାଇ ଯୋଗେଶ ଏହାର ପ୍ରତିବାଦ କରିବାରୁ ମନୋଜ ମଧ୍ୟ ତାଙ୍କ ପେଟକୁ ଛୁରିରେ ଭୁସିଥିଲେ। ଘଟଣାସ୍ଥଳରେ ତାଙ୍କ ବାପାଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ଖୁଣ୍ଟୁଣୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଯୋଗେଶ୍ୱରଙ୍କୁ ଏକ ଆମ୍ବୁଲାନ୍ସରେ କଟକ ବଡ଼ ଡାକ୍ତରଖାନା ପଠାଇଥିଲା। ରବିବାର ସକାଳେ ଚୌଦ୍ୱାର ଏସ୍‌ଡିପିଓ ପ୍ରଶାନ୍ତ କୁମାର ମଲ୍ଲ, ଥାନା ଅଧିକାରୀ ସୁଚିତ୍ର ବିର୍ଯ୍ୟ ଦାସ ଓ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଏହା ପରେ ଅଭିଯୁକ୍ତ ମନୋଜଙ୍କୁ ଗିରଫ କରିବା ସହ ହତ୍ୟାରେ ବ୍ୟବହୃତ ଛୁରିକୁ ଜବତ କରିଥିଲେ। ଖବର ଲେଖା ହେବା ପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri