ନିର୍ବାଚନ ଆୟୋଗ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ବୈଠକ ଡାକିଛନ୍ତି। ତେବେ ଏହି ବୈଠକ ଶନିବାର ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବ। ସିଏସ୍‌, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଏହି ବୈଠକରେ ଯୋଗ ଦେବେ। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ବୈଠକରେ ଏ ସମ୍ପର୍କିତ ଆଲୋଚନା ହେବା ନେଇ ସୂଚନା ରହିଛି।