ନିର୍ବାଚନ କମିଶନଙ୍କୁ ସତ୍ୟପାଠ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୨୩।୧୧: ରାଜ୍ୟରେ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର ମାମଲାର ଶୁଣାଣି ସୋମବାର ହୋଇଛି। ଏହି ମାମଲାରେ ରାଜ୍ୟ ନିର୍ବାଚନ କମିଶନଙ୍କୁ ହାଇକୋର୍ଟ ଜବାବ ତଲବ କରିଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୂରଲୀଧର ଏବଂ ବିଚାରପତି ଏ.କେ.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଆସନ୍ତା ଡିସେମ୍ବର ୨୦ ତାରିଖ ସୁଦ୍ଧା ସତ୍ୟପାଠ ଦାଖଲ କରିବା ପାଇଁ କମିଶନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି କି ନାହିଁ କୋର୍ଟ ଜାଣିବାକୁ ଚାହିଁଥିଲେ। ଏ ନେଇ ପରବର୍ତ୍ତୀ ଶୁଣାଣି ଡିସେମ୍ବର ୨୦ରେ ହେବ। ଏହି ମାମଲାକୁ ଆଇନଜୀବୀ ସୁକାନ୍ତ କୁମାର ଦଳେଇ ପରିଚାଳନା କରୁଛନ୍ତି।
ସୂଚନା ଅନୁଯାୟୀ, ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ବୀରେନ୍ଦ୍ର ଦାସ ଏ ନେଇ ହାଇକେର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। ସେ ତାଙ୍କ ପିଟିଶନରେ ଦର୍ଶାଇଥିଲେ, ଗତ ଜାନୁୟାରୀ ୧୦ରେ ରାଜ୍ୟ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସରପଞ୍ଚ ପଦବୀ ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କେଉଁ ପଞ୍ଚାୟତ କେଉଁ ବର୍ଗଙ୍କ ପାଇଁ ସଂରକ୍ଷିତ ତାହା ଏହି ବିଜ୍ଞପ୍ତିରେ ଉଲ୍ଲେଖ ରହିଥିଲା। ତେବେ ପଞ୍ଚାୟତିରାଜ ଆଇନ ଅନୁଯାୟୀ, ଏଥିରେ ବିଭିନ୍ନ ବର୍ଗଙ୍କ ଲାଗି ସେମାନଙ୍କ ଜନସଂଖ୍ୟା ଅନୁପାତରେ ସଂରକ୍ଷଣ ରଖାଯିବା କଥା। କିନ୍ତୁ ଏହାକୁ ଅଣଦେଖା କରାଯାଇଛି। ତେଣୁ ଉକ୍ତ ବିଜ୍ଞପ୍ତିକୁ ରଦ୍ଦ କରାଯାଉ। ଏଥିସହ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ହାଇକୋର୍ଟଙ୍କୁ ପ୍ରାର୍ଥନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri