Posted inଜାତୀୟ

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ ନେଇ ନିର୍ବାଚନ ଆୟୋଗ ଭାଜପା ଏବଂ କଂଗ୍ରେସକୁ ନୋଟିସ୍‌ ଜାରି କରିଛନ୍ତି। ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ମାମଲାରେ ନିର୍ବାଚନ କମିଶନ ଉଭୟ ନେତାଙ୍କୁ ନୋଟିସ୍‌ ଜାରି କରିଛନ୍ତି।

ନିର୍ବାଚନ ଆୟୋଗ ୨୯ ଏପ୍ରିଲ ସୁଦ୍ଧା ଭାଜପା ସଭାପତି ଜେପି ନଡା ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କଠାରୁ ଉତ୍ତର ଲୋଡ଼ିଛନ୍ତି। କହିରଖୁଛୁ, ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ କଂଗ୍ରେସ ନିର୍ବାଚନ ଆୟୋଗରେ ଅଭିଯୋଗ କରିଥିବା ବେଳେ ରାହୁଲଙ୍କ ଉପରେ ଭାଜପା ଅଭିଯୋଗ କରିଛି।

ବାସ୍ତବରେ ପ୍ରଧାନମନ୍ତ୍ରୀ ମୋଦି ତଥା କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀଙ୍କ ଦ୍ୱାରା ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ହୋଇଥିବା ନେଇ ନିର୍ବାଚନ ଆୟୋଗ ଜାଣିଛନ୍ତି। ନିର୍ବାଚନ ଆୟୋଗ କହିଛନ୍ତି ଯେ, ରାଜନୈତିକ ଦଳଗୁଡ଼ିକ ସେମାନଙ୍କ ପ୍ରାର୍ଥୀ ତଥା ଷ୍ଟାର ପ୍ରଚାରକଙ୍କ ଆଚରଣ ପାଇଁ ପ୍ରାଥମିକ ତଥା ବୃଦ୍ଧି ଦାୟିତ୍ୱ ଗ୍ରହଣ କରିବାକୁ ପଡ଼ିବ। ଶୀର୍ଷ ପଦବୀରେ ଥିବା ନେତାଙ୍କ ନିର୍ବାଚନୀ ଭାଷଣର ପରିଣାମ ଅଧିକ ଗୁରୁତର ଅଟେ।

ସୂଚନାଯୋଗ୍ୟ, ରାଜସ୍ଥାନର ବାନ୍‌ସଓ୍ବାଡାଠାରେ ପ୍ରଧାନମନ୍ତ୍ରୀ ମୋଦି ଦେଇଥିବା ଭାଷଣ ସମ୍ପର୍କରେ କଂଗ୍ରେସ ତଥା ଅନ୍ୟ ବିରୋଧୀ ଦଳର ଅଭିଯୋଗ ଉପରେ ନିର୍ବାଚନ ଆୟୋଗ ଭାଜପା ମୁଖ୍ୟ ଜେପି ନଡାଙ୍କୁ ଉତ୍ତର ମାଗିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ ରାହୁଲଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗକୁ ଭାଜପା ଏବଂ କଂଗ୍ରେସ ମୁଖିଆଙ୍କ ସହ ଶେୟାର କରିଥିବା ବେଳେ ଏପ୍ରିଲ ୧୨୯ ସୁଦ୍ଧା ଏହାର ଉତ୍ତର ମାଗିଛନ୍ତି ନିର୍ବାଚନ କମିଶନ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri