ଭୋଟ ଗଣତି ଚାଲିଥିବାବେଳେ ନିର୍ବାଚନ କମିଶନର ନିଖୋଜ!

ଇସ୍‌ଲାମାବାଦ,୮।୨:ପାକିସ୍ତାନରେ କାଁଭାଁ ହିଂସାକାଣ୍ଡ ମଧ୍ୟରେ ଗୁରୁବାର ମତଦାନ ଶେଷ ହୋଇଛି। ପାକିସ୍ତାନରେ ଭୋଟ ଗଣତି ସମୟରେ ନିର୍ବାଚନ କମିଶନର ନିଖୋଜ ଥିବା ଚର୍ଚ୍ଚା ହେଉଛି। ନିଜକୁ ଜଣେ ଅନ୍ତର୍ଜାତୀୟ ଥିଙ୍କ ଟ୍ୟାଙ୍କର ଡେପୁଟି ଡାଇରେକ୍ଟର ବୋଲି ଦାବି କରୁଥିବା ଜଣେ ବ୍ୟକ୍ତି ସୋସିଆଲ ମିଡିଆ ପ୍ଲାଟଫର୍ମରେ ନିର୍ବାଚନ କମିଶନରଙ୍କ ନିଖୋଜ ବିଷୟରେ ସୂଚନା ଦେଇଛନ୍ତି।
ଆତଙ୍କବାଦୀ ଆକ୍ରମଣ ଆଶଙ୍କାରେ ମୋବାଇଲ ଏବଂ ଇଣ୍ଟରନେଟ୍‌ ସେବା ବନ୍ଦ ରହିଥିଲା। ଭୋଟ ଚାଲିଥିବାବେଳେ ଖାଇବର ପାଖ୍‌ତୁନ୍‌ଖ୍ବା ପ୍ରଦେଶର ଡେରା ଇସ୍‌ମାଇଲ୍‌ ଖାନ୍‌ ଜିଲାରେ ଆତଙ୍କବାଦୀ ବିସ୍ଫୋରଣ ଘଟାଇବାରୁ ୫ ପୋଲିସ କର୍ମଚାରୀ ନିହତ ହେବା ସହ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ପୋଲିସ୍‌ର ଏକ ମୋବାଇଲ ଭ୍ୟାନ୍‌କୁ ଟାର୍ଗେଟ କରି ଆତଙ୍କବାଦୀ ପ୍ରଥମେ ଆଇଇଡି ବିସ୍ଫୋରଣ କରିବା ସହ ଗୁଳି ଚଳାଇଥିଲେ।
୧୨,୮୫,୮୫,୭୬୦ ପଞ୍ଜୀକୃତ ଭୋଟରଙ୍କ ମତଦାନ ଲାଗି ଗୁରୁବାରକୁ ଛୁଟି ଘୋଷଣା କରାଯାଇଥିଲା। ସକାଳ ୮ରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିଥିଲା। ଭୋଟ ଗଣନା ଆରମ୍ଭ ହୋଇଥିବାବେଳେ ଆଜି ସକାଳ ସୁଦ୍ଧା ଫଳାଫଳ ଜଣାପଡ଼ିଯିବ ବୋଲି କୁହାଯାଉଛି। ନଓ୍ବାଜ ଶରିଫ୍‌ଙ୍କ ପାକିସ୍ତାନ ମୁସ୍‌ଲିମ୍‌ ଲିଗ୍‌-ନଓ୍ବାଜ ନିର୍ବାଚନରେ ଏକକ ସଂଖ୍ୟାଗରିଷ୍ଠତା ହାସଲ କରିବା ଆଶା କରାଯାଉଛି।
ଦେଶବ୍ୟାପୀ ମୋବାଇଲ ଓ ଇଣ୍ଟରନେଟ ସେବା ବନ୍ଦ ଥିବାରୁ ରାଜନୈତିକ ଦଳଗୁଡ଼ିକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭୋଟିଂ ପ୍ରକ୍ରିୟାର ସ୍ବଚ୍ଛତାକୁ ନେଇ ସେମାନେ ପ୍ରଶ୍ନ ଉଠାଇଛନ୍ତି। ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ସାରା ଦେଶରେ ୬,୫୦,୦୦୦ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯାଇଥିଲା। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଜେଲରେ ଥାଇ ପୋଷ୍ଟାଲ ବାଲଟ ଜରିଆରେ ଭୋଟ ଦେଇଛନ୍ତି। ଇମ୍ରାନ୍‌ଙ୍କ ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ ପାର୍ଟିକୁ ନିର୍ବାଚନ କମିଶନ ଦଳୀୟ ଚିହ୍ନ ‘ବ୍ୟାଟ୍‌’ରୁ ବଞ୍ଚତ୍ତ କରିବା ସହ ସୁପ୍ରିମକୋର୍ଟ ଉକ୍ତ ନିଷ୍ପତ୍ତିକୁ କାଏମ ରଖିଥିଲେ। ଫଳରେ ଇମ୍ରାନଙ୍କ ଦଳୀୟ ପ୍ରାର୍ଥୀମାନେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ସାଂଘାତିକ ଧମକ ଦେଲେ ଟ୍ରମ୍ପ, ଦେଲେ ୪୮ ଘଣ୍ଟାର ଅଲ୍ଟିମେଟମ୍‌, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଇରାନ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ ଇରାନକୁ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ ଚେତାବନୀ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri