ସରିଲା ନିର୍ବାଚନ, ବଢ଼ିଲା ଉତ୍କଣ୍ଠା

ଖୋର୍ଦ୍ଧା ଅଫିସ,୨୫ା୩: ଖୋର୍ଦ୍ଧା ପୌର ନିର୍ବାଚନ ପାଇଁ ଗୁରୁବାର ଭୋଟଗ୍ରହଣ ସରିଛି। ଚଳିତ ବର୍ଷ ପୌର ଅଧ୍ୟକ୍ଷ ପାଇଁ ସିଧାସଳଖ ଭୋଟ ଗ୍ରହଣ କରାଯାଇଛି। ଭୋଟରମାନେ ନିଜ ପସନ୍ଦର କାଉନସିଲର ଏବଂ ପୌରାଧ୍ୟକ୍ଷା ପ୍ରାର୍ଥୀଙ୍କୁ ବାଛିଛନ୍ତି। ବିଜେଡି ପୌରାଧ୍ୟକ୍ଷା ପ୍ରାର୍ଥୀ କନକଲକ୍ଷ୍ମୀ ମହାନ୍ତି, ଭାଜପାର କୁନିଲତା ସ୍ବାଇଁ ଏବଂ କଂଗ୍ରେସର ବିନୋଦିନୀ ମହାପାତ୍ରଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଛି। ଭୋଟ ଗ୍ରହଣ ସରିବା ପରେ କାହା ହାତକୁ ଯିବ ପୌର ଅଧ୍ୟକ୍ଷ, ତାହାକୁ ନେଇ ସବୁଠି ରହିଛି ଉତ୍କଣ୍ଠା। ବିଜେଡି ଏବଂ ଭାଜପା ପ୍ରାର୍ଥୀ ମଧ୍ୟରେ କଡା ଟକ୍କର ହୋଇଛି। ପୌର ନିର୍ବାଚନରେ ବିଜେଡି ବହୁମତ ସହ ପ୍ରାର୍ଥୀ ବିଜୟ ହେବା ସହ ପୌର ଅଧ୍ୟକ୍ଷ ଦଖଲ କରିବ ବୋଲି ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର କହିଛନ୍ତି। ଅନ୍ୟପଟେ ଭାଜପା ଜିଲା ସଭାପତି ରଶ୍ମି ମହାପାତ୍ର କୁହନ୍ତି,ଭାଜପା ପ୍ରାର୍ଥୀଙ୍କ ପ୍ରତି ଲୋକଙ୍କ ଆସ୍ଥା ରହିଛି। ଚଳିତ ପୌର ଅଧ୍ୟକ୍ଷ ଭାଜପା ଦଖଲ କରିବ ବୋଲି ମଧ୍ୟ ସେ କହିଛନ୍ତି।
ବିଜେଡିର ପୌର ଅଧ୍ୟକ୍ଷା ପ୍ରାର୍ଥୀଙ୍କୁ ନେଇ ପୂର୍ବରୁ ଦଳରେ ଅସନ୍ତୋଷ ରହିଥିବା ବେଳେ ପରବର୍ତ୍ତି ସମୟରେ ଦଳୀୟ ନିଷ୍ପତ୍ତିକୁ ସମ୍ମାନ ଜଣାଇ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ। ଏପରିକି ପ୍ରଚାରର ଶେଷ ପର୍ଯ୍ୟାୟରେ ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ ଏବଂ ଖୋର୍ଦ୍ଧା ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ଗୋଟିଏ ମଞ୍ଚରେ ଏକାଠି ହୋଇ ପ୍ରଚାର କରିଥିଲେ। ଅନ୍ୟପଟେ ଭାଜପା ପ୍ରାର୍ଥୀ କୁନିଲତା ଜଣେ ନାରୀନେତ୍ରୀ। ପୂର୍ବରୁ ସେ ୩ଥର କାଉନସିଲର ଏବଂ ଉପାଧ୍ୟକ୍ଷ ମଧ୍ୟ ହୋଇଥିଲେ। କୁନିଲତା ଜନତାଙ୍କ ପ୍ରଥମ ପସନ୍ଦ ରହିଛନ୍ତି। ତେଣୁ ଭାଜପା ପୌର ଅଧ୍ୟକ୍ଷ ହାତେଇବା ନେଇ ଚର୍ଚ୍ଚା ହେଉଛି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛତା ଆଗରେ ବିରୋଧୀଙ୍କ କୌଣସି ରଣନୀତି କାମ କରିବ ନାହିଁ। ଖୋର୍ଦ୍ଧା ପୌର ପରିଷଦ ପୁଣି ଥରେ ବିଜେଡି ବହୁମତରେ ଦଖଲ କରିବ ବୋଲି ବିଧାୟକ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri