ପାଳଙ୍ଗରୁ ଆରମ୍ଭ ହେଲା ବିଜେଡିର ନିର୍ବାଚନୀ ସଭା

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଆସନ୍ତା ମେ’ ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳର ରଣନୀତି ଆରମ୍ଭ ହେଲାଣି। ବିଭିନ୍ନ ରାଜନୈତିକ ଦଳଠାରୁ ଶାସକ ଦଳ ଆଗୁଆ ଥିବା ଜଣାପଡ଼ିଛି। ବିଜେଡି ପ୍ରଥମ ଦଳ ଭାବେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପାଲଙ୍ଗ ପଞ୍ଚାୟତରୁ ଆରମ୍ଭ କରିଛି ନିର୍ବାଚନୀ ସଭା। ଏଥିସହ ଘରକୁ ଘର ବୁଲି ପ୍ରଚାର ମଧ୍ୟ ଆରମ୍ଭ ହୋଇଛି। ପାଲଙ୍ଗ ପଞ୍ଚାୟତରୁ ବହୁ ବିଜୁ କର୍ମୀକୁ ନେଇ ଗଞ୍ଜାମ ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରଥ ପାହାନଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ନିର୍ବାଚନରେ ଛତ୍ରପୁରର ବିଜେଡି ପ୍ରାର୍ଥୀ ସୁବାସ ଚନ୍ଦ୍ର ବେହେରାଙ୍କୁ ଶଙ୍ଖ ଚିହ୍ନରେ ଭୋଟ୍‌ ଦେଇ ବିପୁଳ ଭୋଟ୍‌ରେ ବିଜୟୀ କରିବାକୁ ଉପସ୍ଥିତ କର୍ମୀଙ୍କୁ ଆହ୍ବାନ ଦିଆଯାଇଥିଲା। ଗତଥର ନିର୍ବାଚନ ଅପେକ୍ଷା ଚଳିତ ବର୍ଷ ଦୁଇ ଗୁଣା ଅଧିକ ଭୋଟ୍‌ ବ୍ୟବଧାନରେ ବିଜୟୀ କରିବା ସହ ମୁଖ୍ୟମନ୍ତ୍ରୀ ଷଷ୍ଠଥର ମୁଖ୍ୟମନ୍ତ୍ରୀ କରିବା ପାଇଁ କର୍ମୀଙ୍କୁ ପର୍ଯ୍ୟବେକ୍ଷକ ନାରାୟଣ ଜେନା ଆହ୍ବାନ ଦେଇଛନ୍ତି। ବିଧାୟକ ସୁବାସ ବେହେରା ଜଣେ ଉତ୍ତମ ଚରିତ୍ର ବ୍ୟକ୍ତି ସେଥିପାଇଁ ଦଳ ସୁପ୍ରିମୋ ତାଙ୍କ ଉପରେ ପୁଣି ଆସ୍ଥା ପ୍ରକଟ କରି ଦ୍ୱିତୀୟ ଥର ପାଇଁ ବିଧାୟକ ଟିକେଟ୍‌ ପ୍ରଦାନ କରିଛନ୍ତି। ତେଣୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବଙ୍କୁ କୃତଜ୍ଞତା ଜଣାଇଛନ୍ତି ଦଳୀୟ ନେତା ଓ କର୍ମୀ। ବିଧାୟକ ବେହେରା ତାଙ୍କ ୫ ବର୍ଷ ସମୟ ମଧ୍ୟରେ ଦୁର୍ନୀତିକୁ ପ୍ରଶୟ ଦେଇନାହାନ୍ତି କିମ୍ବା କୌଣସି ରାଜନୈତିକ ହିଂସା ହୋଇନାହିଁ ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା। ଏହି ଭଳି ପ୍ରାର୍ଥୀଙ୍କୁ ପୁଣି ବିଜୟୀ କରିବାକୁ ଅନୁରୋଧ କରାଯାଇଛି। ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନତିମୂଳକ ଯୋଜନା ଉପରେ ଆଲୋକପାତ କରିବା ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବା ଲାଗି ବିଧାୟକ ବେହେରା ଆହ୍ବାନ ଦେଇଥିଲେ। ଏହି ବୈଠକରେ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଜିଲା ପରିଷଦ ସଭ୍ୟ ସନାତନ ବେହେରା, ଛତ୍ରପୁର ଏନ୍‌ଏସି ଉପାଧ୍ୟାକ୍ଷ ଜି ପାପା ରାଓ, ପୂର୍ବତନ ସମିତି ମେମ୍ବର କୈଳାସ ସ୍ବାଇଁ, ସରପଞ୍ଚ ପ୍ରତିନିଧି ସୁଦାମ ବେହେରାଙ୍କ ସମେତ ରମ୍ଭା ଅଞ୍ଚଳର ନେତା କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri