ଡିସେମ୍ବର ୧୨ରେ ଓକିଲ ସଂଘ ନିର୍ବାଚନ

କଟକ ଅଫିସ,୯ା୧୧: ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନ ଆସନ୍ତା ଡିସେମ୍ବର ୧୨ରେ ଅନୁଷ୍ଠିତ ହେବ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଥିବା ଓଡ଼ିଶା ବାର୍‌ କାଉନ୍‌ସିଲ ସମ୍ପାଦକ ଜେ. କେ. ସାମନ୍ତସିଂହାର ସୂଚନା ଦେଇଛନ୍ତି। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ନିର୍ବାଚନର ସମସ୍ତ ପ୍ରକ୍ରିୟା ହେବ। ଭୋଟ୍‌ ପାଇଁ ପର୍ଯ୍ୟାପ୍ତ ପରିମାଣର ମାସ୍କ, ସାନିଟାଇଜର, ସାମାଜିକ ଦୂରତ୍ୱ ଓ ଗହଳି କମାଇବାକୁ ଅଧିକ ସଂଖ୍ୟାରେ ପୋଲିଂ ବୁଥ୍‌ ବ୍ୟବସ୍ଥା କରାଯିବ।
ନିର୍ବାଚନ ନିମନ୍ତେ ଆସନ୍ତା ୨୪ ଓ ୨୫ ତାରିଖରେ ପ୍ରାର୍ଥିପତ୍ର ଦାଖଲ ଏବଂ ୨୬ରେ ଯାଞ୍ଚ କରାଯିବ। ପ୍ରାର୍ଥିପତ୍ର ଯାଞ୍ଚ ବେଳେ ଆବେଦନ କରିଥିବା ପ୍ରାର୍ଥୀମାନେ ନିଜର ପ୍ରଥମ ଓ ଦ୍ୱିତୀୟ ପ୍ରସ୍ତାବକଙ୍କ ପରିଚୟପତ୍ର (ବାର୍‌ କାଉନ୍‌ସିଲ ଦ୍ୱାରା ଦିଆଯାଇଥିବା)ର ନକଲ କପି ନିର୍ବାଚନ ଅଧିକାରୀଙ୍କ ନିକଟରେ ଜମା କରିବେ। ପ୍ରାର୍ଥିପତ୍ର ଦାଖଲର ଦେୟ ବାର୍‌ ଆସୋସିଏଶନମାନେ ନିଜସ୍ବ ଭାବେ ନିର୍ଦ୍ଧାରଣ କରିବେ। ବାର୍‌ ଆସୋସିଏଶନ ଦ୍ୱାରା ଦିଆଯାଇଥିବା ମନିରିସିପ୍ଟକୁ ପ୍ରାର୍ଥୀମାନେ ପ୍ରାର୍ଥିପତ୍ର ଦାଖଲର ଫର୍ମ ସହ ସଂଲଗ୍ନ କରିବେ। ଆସନ୍ତା ୨୭ରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ ଓ ୨୮ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିବସ। ଡିସେମ୍ବର ୧୨ରେ ସିକ୍ରେଟ ବାଲଟ ଯୋଗେ ସକାଳ ୮ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ଜାରି ରହିବ। ଫଳାଫଳ ନିର୍ବାଚନ ଅଧିକାରୀମାନେ ଓଡ଼ିଶା ବାର୍‌ କାଉନ୍‌ସିଲର ସମ୍ପାଦକଙ୍କ ନିକଟକୁ ଡିସେମ୍ବର ୧୩ରେ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଗତ ମାର୍ଚ୍ଚରେ ହେବାକୁ ଥିବା ନିର୍ବାଚନ କରୋନା ଯୋଗୁ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri