ଡିସେମ୍ବର ୧୨ରେ ଓକିଲ ସଂଘ ନିର୍ବାଚନ

କଟକ ଅଫିସ,୯ା୧୧: ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନ ଆସନ୍ତା ଡିସେମ୍ବର ୧୨ରେ ଅନୁଷ୍ଠିତ ହେବ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଥିବା ଓଡ଼ିଶା ବାର୍‌ କାଉନ୍‌ସିଲ ସମ୍ପାଦକ ଜେ. କେ. ସାମନ୍ତସିଂହାର ସୂଚନା ଦେଇଛନ୍ତି। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ନିର୍ବାଚନର ସମସ୍ତ ପ୍ରକ୍ରିୟା ହେବ। ଭୋଟ୍‌ ପାଇଁ ପର୍ଯ୍ୟାପ୍ତ ପରିମାଣର ମାସ୍କ, ସାନିଟାଇଜର, ସାମାଜିକ ଦୂରତ୍ୱ ଓ ଗହଳି କମାଇବାକୁ ଅଧିକ ସଂଖ୍ୟାରେ ପୋଲିଂ ବୁଥ୍‌ ବ୍ୟବସ୍ଥା କରାଯିବ।
ନିର୍ବାଚନ ନିମନ୍ତେ ଆସନ୍ତା ୨୪ ଓ ୨୫ ତାରିଖରେ ପ୍ରାର୍ଥିପତ୍ର ଦାଖଲ ଏବଂ ୨୬ରେ ଯାଞ୍ଚ କରାଯିବ। ପ୍ରାର୍ଥିପତ୍ର ଯାଞ୍ଚ ବେଳେ ଆବେଦନ କରିଥିବା ପ୍ରାର୍ଥୀମାନେ ନିଜର ପ୍ରଥମ ଓ ଦ୍ୱିତୀୟ ପ୍ରସ୍ତାବକଙ୍କ ପରିଚୟପତ୍ର (ବାର୍‌ କାଉନ୍‌ସିଲ ଦ୍ୱାରା ଦିଆଯାଇଥିବା)ର ନକଲ କପି ନିର୍ବାଚନ ଅଧିକାରୀଙ୍କ ନିକଟରେ ଜମା କରିବେ। ପ୍ରାର୍ଥିପତ୍ର ଦାଖଲର ଦେୟ ବାର୍‌ ଆସୋସିଏଶନମାନେ ନିଜସ୍ବ ଭାବେ ନିର୍ଦ୍ଧାରଣ କରିବେ। ବାର୍‌ ଆସୋସିଏଶନ ଦ୍ୱାରା ଦିଆଯାଇଥିବା ମନିରିସିପ୍ଟକୁ ପ୍ରାର୍ଥୀମାନେ ପ୍ରାର୍ଥିପତ୍ର ଦାଖଲର ଫର୍ମ ସହ ସଂଲଗ୍ନ କରିବେ। ଆସନ୍ତା ୨୭ରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ ଓ ୨୮ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିବସ। ଡିସେମ୍ବର ୧୨ରେ ସିକ୍ରେଟ ବାଲଟ ଯୋଗେ ସକାଳ ୮ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ଜାରି ରହିବ। ଫଳାଫଳ ନିର୍ବାଚନ ଅଧିକାରୀମାନେ ଓଡ଼ିଶା ବାର୍‌ କାଉନ୍‌ସିଲର ସମ୍ପାଦକଙ୍କ ନିକଟକୁ ଡିସେମ୍ବର ୧୩ରେ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଗତ ମାର୍ଚ୍ଚରେ ହେବାକୁ ଥିବା ନିର୍ବାଚନ କରୋନା ଯୋଗୁ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରଜା ମନ୍ଦିରରେ ପୂଜା ପରେ ସମ୍ବଲପୁର ଗଲେ ପ୍ରଣବ

ଯାଜପୁର ଟାଉନ,୨୯ା୩(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଚଳିତ ନିର୍ବାଚନରେ ବିଜେଡି ପକ୍ଷରୁ ସମ୍ବଲପୁର ସାଂସଦ ପ୍ରାର୍ଥୀ...

ରାସ୍ତା କାର୍ଯ୍ୟରେ ଅନିୟମିତତା ଅଭିଯୋଗ

କାଳିଆପାଣି,୨୯ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ଅଞ୍ଚଳରେ ବିଭିନ୍ନ ଯୋଜନାରେ ନିର୍ମାଣାଧୀନ କଂକ୍ରିଟ ରାସ୍ତା ଅତି ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏଭଳି...

ଭାଜପା-କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ

ତିହିଡ଼ି,୨୯।୩ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ଓ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ...

ପିଏଚ୍‌.ଡି. ପାଇଁ ଏନ୍‌ଇଟି ସ୍କୋର

ଭୁବନେଶ୍ୱର, ୨୯ା୩(ଅସମାପିକା ସାହୁ):ଏଣିକି ପିଏଚ୍‌.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା ବା ଏନ୍‌ଇଟି ସ୍କୋର୍‌ ଆବଶ୍ୟକ ହେବ। ଆଶାୟୀ ଛାତ୍ରୀଛାତ୍ର ଏନ୍‌ଇଟି ପରୀକ୍ଷାରେ ରଖିଥିବା...

୫ ମାସ ପରେ ବି ସରିଲାନି ଡିପିଆର୍‌

ଯାଜପୁର,୨୯ା୩ (ହର୍ଷବର୍ଦ୍ଧନ ବେହେରା):ଯାଜପୁର ରୋଡ୍‌ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ଯାଜପୁର ଓ ଆରଡି ପ୍ରସ୍ତାବିତ ନୂତନ ରେଳପଥର ଚୂଡ଼ାନ୍ତ ଲୋକେଶନ ସର୍ଭେ ଏବଂ ଡିଟେଲ...

ମନରେଗା ମଜୁରି ବୃଦ୍ଧି: ଓଡ଼ିଶା ଶ୍ରମିକଙ୍କ ଏତିକି ଟଙ୍କା ମଜୁରି ବଢିଲା

ନୂଆଦିଲ୍ଲୀ,୨୯ା୩(ପି.ଟି.):ବିଭିନ୍ନ ରାଜ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ମଜୁରିକୁ ୪ରୁ ୧୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ଯୋଜନାରେ ଓଡ଼ିଶାରେ...

ଭାଜପା ଛାଡ଼ିଲେ ପ୍ରକାଶ ବେହେରା

ଭୁବନେଶ୍ୱର,୨୯ା୩: ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାଜପା ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା...

‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri