ଶେଷ ହେଲା ବ୍ରଜରାଜନଗର ଟ୍ରକ ମାଲିକ ସଂଘ ନିର୍ବାଚନ

ଝାରସୁଗୁଡ଼ା ଅଫିସ,୨୮।୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଟ୍ରକ ମାଲିକ ସଂଘ(ବିଟିଓଏ)ର ବାର୍ଷିକ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନରେ ବିଭିନ୍ନ ପଦପଦବୀ ପାଇଁ ୧୭ ଜଣ ପ୍ରାର୍ଥୀ ଅଂଶଗ୍ରହଣ କରିଥିଲେ। ଏଥିମଧ୍ୟରେ ସଭାପତି ଭାବେ ଦେବ ପ୍ରସାଦ ଦାଶ ୨୫୭ ଖଣ୍ଡ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ସତୀଶ ସିଂହ ୧୬୭ ଖଣ୍ଡ ଭୋଟ ପାଇଛନ୍ତି। ଦେବ ପ୍ରସାଦ ଦାଶ ତାଙ୍କ ନିକଟତମ ପ୍ରତିଦ୍ବନ୍ଦିଙ୍କ ନିକଟରୁ ଅଧିକ ୮୧ଖଣ୍ଡ ଭୋଟ ପାଇ ସଭାପତି ଭାବେ ବିଜୟୀ ହୋଇ ନିର୍ବାଚିତ ହୋଇଛନ୍ତି ।
ଉପସଭାପତି ଭାବେ ଅରୁଣ କୁମାର ଯାଦବ ୩୧୦ଖଣ୍ଡ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ସଞୟ ରାୟ ୨୨୭ଖଣ୍ଡ ଭୋଟ ପାଇଥିଲେ। ଅରୁଣ କୁମାର ଯାଦବ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀଙ୍କ ନିକଟରୁ ୮୩ ଖଣ୍ଡ ଅଧିକ ଭୋଟପାଇ ବିଜୟୀ ହୋଇଛନ୍ତି। ସାଧାରଣ ସମ୍ପାଦକ ଭାବେ ରାଜା ପୁରୋହିତ ୧୯୯ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ଧନଞୟ ସିଂହ ୧୮୧ ଭୋଟ ପାଇଛନ୍ତି। ଫଳରେ ରାଜା ପୁରୋହିତ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ନିକଟରୁ ୧୮ଖଣ୍ଡ ଅଧିକ ଭୋଟପାଇ ବିଜୟୀ ହୋଇଛନ୍ତି। ଯୁଗ୍ମ ସମ୍ପାଦକ ଭାବେ ମଧୁସୁଦନ ସିଂହ ୨୬୨ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ଆଛେଲାଲ ସିଂହ ୧୯୬ ଭୋଟ ପାଇଛନ୍ତି । ଫଳରେ ମଧୁସୁଦନ ସିଂହ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀଙ୍କ ନିକଟରୁ ୬୬ଖଣ୍ଡ ଅଧିକ ଭୋଟପାଇ ବିଜୟୀ ହୋଇଛନ୍ତି। କୋଷାଧ୍ୟକ୍ଷ ଭାବେ ରାଜୀବ କୁମାର ସିଂହ ୨୫୯ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ତାରକେଶ୍ବର ରାୟ ୧୦୨ଖଣ୍ଡ ଭୋଟ ପାଇଛନ୍ତି। ଫଳରେ ରାଜୀବ କୁମାର ସିଂହ ୧୫୭ଖଣ୍ଡ ଅଧିକ ଭୋଟପାଇ ବିଜୟୀ ହୋଇଛନ୍ତି। ଏହି ନିର୍ବାଚନ ଜିଲା ପ୍ରଶାସନର ନିଦ୍ଦେର୍ଶ କ୍ରମେ ଚାଲିଥିବା ବେଳେ ନିର୍ବାଚନ ଅଧିକାରୀ ଭାବେ ଆଇନଜୀବୀ ବିଶ୍ବନାଥ ନାୟକ ଏହାକୁ ଶାନ୍ତି ଶୃଙ୍ଖଳା ସହ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?