ପରୀକ୍ଷାମୂଳକ ଭାବେ ଗଡ଼ିଲା ବିଦ୍ୟୁତ୍‌ ଟ୍ରେନ୍‌

ନୟାଗଡ଼ ଅଫିସ,୩୧।୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ପରୀକ୍ଷାମୂଳକ ଭାବେ ବିଦ୍ୟୁତ୍‌ ଟ୍ରେନ ଚଳାଚଳ କରିଛି। ମଙ୍ଗଳବାର ପୂର୍ବାହ୍ନ ୯ଟାରେ ଖୋର୍ଦ୍ଧା ରୋଡ଼(ଜଟଣୀ)ରୁ ବାହାରିଥିବା ଏହି ଟ୍ରେନ ନୟାଗଡ଼ରେ ମଧ୍ୟାହ୍ନ ୧୨ଟା ୧୫ରେ ପହଞ୍ଚିଥିଲା। ପରେ ସେହି ଟ୍ରେନ ୧୨.୪୫ଟାରେ ନୟାଗଡ଼ ଟାଉନ ଷ୍ଟେଶନ ଛାଡିଥିଲା। ଖୋର୍ଦ୍ଧା ରୋଡ଼ରୁ ନୟାଗଡ଼ ଷ୍ଟେଶନର ଦୂରତା ୬୫ କିମି। ଇତିମଧ୍ୟରେ ସେହି ରେଳପଥରେ ବିଦ୍ୟୁତ୍‌କରଣ କାର୍ଯ୍ୟଶେଷ ହୋଇଛି। ସୋମବାର ପରୀକ୍ଷାମୂଳକଭାବେ ରେଳଇଞ୍ଜିନ ଚାଲିଥିଲା। ବିଦ୍ୟୁତ୍‌କରଣ କାର୍ଯ୍ୟର ତଦାରଖ ପାଇଁ ମଙ୍ଗଳବାର ପୂର୍ବତଟ ରେଳପଥ ମୁଖ୍ୟ ନିରାପତ୍ତା କମିଶନ ଏ.ଏମ୍‌ ଚୌଧୁରୀଙ୍କ ନେତୃତ୍ୱରେ ଏକ ଟିମ୍‌ ଆସିଥିଲା। କମିଶନଙ୍କ ଚୂଡ଼ାନ୍ତ ରିପୋର୍ଟ ଆଧାରରେ ଆସନ୍ତା ୧୩ରୁ ବିଦ୍ୟୁତ୍‌ଚାଳିତ ଏକ ସ୍ବତନ୍ତ୍ର ଟ୍ରେନ(ସେବା ଏକ୍ସପ୍ରେସ) ଭୁବନେଶ୍ୱର-ନୟାଗଡ଼ ମଧ୍ୟରେ ଚଳାଚଳ କରିବ ବୋଲି ବିଭାଗୀୟ ଅଧିକାରୀମାନେ କହିଛନ୍ତି ା କୋଭିଡ୍‌ କଟକଣା ଯୋଗୁ ନୟାଗଡ଼କୁ ରେଳ ଚଳାଚଳ କରୁନାହିଁ। ଯଦି ବିଦ୍ୟୁତ୍‌ ଚାଳିତ ରେଳ ଚଳାଚଳରେ କିଛି ଅସୁବିଧା ହୁଏ, ୧୩ରୁ ଡିଜେଲ ଟ୍ରେନ ଚାଲିବ ବୋଲି ସୂଚନା ଦିଆଯାଇଛି।
ନୟାଗଡ଼ ରେଳ ଷ୍ଟେଶନରେ ବିଦ୍ୟୁତକରଣ କାମ ଶେଷ ହୋଇଥିବାରୁ ନୟାଗଡ଼ରୁ ଅଧିକ ସଂଖ୍ୟକ ଟ୍ରେନ ଚଳାଚଳର ଆବଶ୍ୟକତା ରହିଛି। ଏନେଇ ଭାରତ ବିକାଶ ପରିଷଦ, ନୟାଗଡ଼ ଶାଖା ପକ୍ଷରୁ ଏକ ଦାବିପତ୍ର ପୂର୍ବତଟ ରେଳପଥର ଆଞ୍ଚଳିକ ମହାପ୍ରବନ୍ଧକଙ୍କ ଉଦ୍ଦେଶ୍ୟରେ ଖୋର୍ଦ୍ଧାରୋଡ଼ ଡିଭିଜନ ମ୍ୟାନେଜର ଏସ୍‌.କେ. ସିଂଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri