ଶୋଇଥିବା ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା

ଖମାର,୧୭ା୬ (ରଜନୀକାନ୍ତ ମହାରଣା) ଅସହ୍ୟ ଗରମରୁ ରକ୍ଷା ପାଇବା ପାଇଁ ବାରଣ୍ଡାରେ ଖଟ ପକାଇ ଶୋଇଥିବା ଜଣେ ଯୁବକଙ୍କୁ ଦଳିଦେଇଛି ହିଂସ୍ର ଦନ୍ତା। ଅନୁଗୋଳ ଜିଲା ପାଲଲହଡ଼ା ବନାଞ୍ଚଳ ଅଧୀନ ପେଚାମୁଣ୍ଡି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା। ମୃତକ ହେଲେ ପବିତ୍ର ନାଏକ (୩୦)।
ପରିବାର ଲୋକଙ୍କ କହିବା କଥା, ପବିତ୍ର ରାତ୍ରଭୋଜନ ସାରି ଘରେ ଶୋଇଥିଲେ। ଅସହ୍ୟ ଗୁଳୁଗୁଳି ହେଉଥିବାରୁ ପରେ ବାରଣ୍ଡାରେ ଖଟ ପକାଇ ଶୋଇବାକୁ ଚାଲିଯାଇଥିଲେ। ବିଳମ୍ବିତ ରାତିରେ ନିକଟ ଜଙ୍ଗଲରୁ ଗଁାମୁହଁା ହୋଇଥିବା ଏକ ଦନ୍ତା ତାଙ୍କୁ ଟେକିନେଇ କଚାଡ଼ି ଦେବା ସହ ପାଦରେ ଦଳିଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପରିବାର ଲୋକଙ୍କଠାରୁ ସୂଚନା ପାଇ ରେଞ୍ଜର ଦୁର୍ଯ୍ୟୋଧନ ଜରାଇ ବନ କର୍ମଚାରୀଙ୍କ ସହ ପହଞ୍ଚତ୍ ତଦନ୍ତ କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ବନ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ସରକାରୀ ନିୟମ ଅନୁଯାୟୀ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ପବିତ୍ରଙ୍କ ଶୁଦ୍ଧିକ୍ରିୟା ବାବଦକୁ ୪୦ ହଜାର ଟଙ୍କା ଦିଆଯାଇଛି। ମୃତକଙ୍କ ପରିବାରର ଜଣକୁ ଚାକିରି ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି। ବିଧାୟକ ମୁକେଶ ପାଲ, ସ୍ଥାନୀୟ ସରପଞ୍ଚ ରମେଶ ପ୍ରଧାନ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ସୂଚନାଯୋଗ୍ୟ, ପବିତ୍ରଙ୍କ ଏକ ୭ ବର୍ଷର ଝିଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri