ବାଇକ୍‌ ଭାଙ୍ଗିଲା ହାତୀ, ଅଳ୍ପକେ ବର୍ତ୍ତିଲେ ଚାଳକ

କେନ୍ଦୁଝର,୧୩ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବାରୁ ଲୋକଙ୍କ ମଧ୍ୟରେ ଭୟ ଓ ଅସନ୍ତୋଷ ବଢୁଛି। ବନ ବିଭାଗ ପକ୍ଷରୁ ହାତୀମାନଙ୍କୁ ଘଉଡ଼ାଇବା ସହ ମାଇକରେ ସତର୍କତା ସୂଚନା ଦେବା ସହ ହାତୀ ପାଖକୁ ନ ଯିବାକୁ ସଚେତନତା ସୃଷ୍ଟି କରୁଥିଲେ ହେଁ କୌଣସି ଫଳପ୍ରଦ ହେଉନାହିଁ।
ଏମିତି ଏକ ଘଟଣା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡ଼ା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି ଖଣ୍ଡବନ୍ଧ ନିକଟ ବିଚାକୁଣ୍ଡି ରାସ୍ତାରେ ଏକ ମାଈ ହାତୀ ବାଇକ୍‌କୁ ଗୋଡ଼ରେ ଭାଙ୍ଗିବା ଦୃଶ୍ୟ ଉକ୍ତ ରାସ୍ତାରେ ଯାତାୟାତ କରୁଥିବା ଲୋକଙ୍କ ମଧ୍ୟରେ ଭୟ ସଞ୍ଚାର କରିଛ। ବାଇକ୍‌ ଆରୋହୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।

ଏନେଇ ଡିଏଫ୍‌ଓ କେନ୍ଦୁଝର ଧନରାଜ ଡି.ଏଚ୍‌ କହିଛନ୍ତି,ହାତୀ ଚଳପ୍ରଚଳ ଅଞ୍ଚଳରେ ମାଇକ୍‌ ଦ୍ୱାରା ଲୋକଙ୍କୁ ସତର୍କ କରିବା ସହ ହାତୀ ପାଖକୁ ନ ଯିବାକୁ ସଚେତନ କରାଯାଉଛି। ହାତୀମାନଙ୍କ ଗତିବିଧି ନିରୀକ୍ଷଣ କରାଯାଉଛି। ଏଥିପାଇଁ କର୍ମଚାରୀ ନିୟୋଜିତ ହୋଇ ହାତୀ ଓ ମଣିଷର ସୁରକ୍ଷା କରୁଛନ୍ତି।

ପ୍ରକାଶ ଯେ, କେନ୍ଦୁଝର ଡିଭିଜନର ବିଭିନ୍ନ ଜଙ୍ଗଲରେ ସମୁଦାୟ ୧୩୩ ହାତୀ ଅଛନ୍ତି। ସର୍ବାଧିକ ଭୂୟାଁ ଓ ଜୁଆଙ୍ଗ ପୀଢ଼ ରେଞ୍ଜରେ ୬୮ ହାତୀ ଥିବା ବେଳେ ତେଲକୋଇ ରେଞ୍ଜରେ ୨୫, ଚମ୍ପୁଆ ରେଞ୍ଜରେ ୨୨, ଘଟଗାଁ ରେଞ୍ଜରେ ୬ ଓ କେନ୍ଦୁଝର ରେଞ୍ଜରେ ୧୨ ହାତୀ ବିଚରଣ କରୁଛନ୍ତି। ପାଟଣା ଓ ବଡ଼ବିଲ ରେଞ୍ଜରେ ହାତୀ ନ ଥିବା ସୂଚନା ଦିଆ୍‌ଯାଇଛି। ହାତୀମାନେ ପିଉଥିବା ପାଣିକୁ ବିଶୋଧନ କରିବା ପାଇଁ ଜଳାଶୟଗୁଡ଼ିକରେ ବ୍ଲିଚିଙ୍ଗ ପାଉଡର, ଚୂନ, କପର ସଲଫେଟ୍‌ ଆଦି ପକାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?