ଝିରପାଣିରେ ହାତୀ ଭାଙ୍ଗିଲା ପାଚେରି

ରାଉରକେଲା ଅଫିସ,୩।୩: ସୁନ୍ଦରଗଡ଼ ଜିଲା ବିଶ୍ରା ଜଙ୍ଗଲରୁ ଏକ ଦନ୍ତା ହାତୀ ବୁଧବାର ଭୋର ସମୟରେ ଆସି ରାଉରକେଲା ଉପକଣ୍ଠରେ ଉପଦ୍ରବ କରିଛି। ଏହି ହାତୀ ଝିରପାଣି, ଜଗଦା ସମେତ ଏନ୍‌ଆଇଟି ପାର୍ଶ୍ୱାଞ୍ଚଳସ୍ଥ ରାଧାକୃଷ୍ଣ ମନ୍ଦିର, ବିଏସ୍‌ଏନ୍‌ଏଲ, ବିବାହ ସାମଗ୍ରୀ ବିକ୍ରୟ ଦୋକାନ, ଝିରପାଣି ଅଞ୍ଚଳର ୬ଜଣ ବାସିନ୍ଦାଙ୍କ ଘର ପାଚେରି ଭାଙ୍ଗି ଦେଇଛି। ଦନ୍ତା ଯୋଗୁ ଦିନତମାମ ଝିରପାଣି ଓ ଜଗଦା ଅଞ୍ଚଳବାସୀ ଭୟଭୀତ ଥିବା ଦେଖିବାକୁ ମିଲିଥିଲ। ଅନ୍ୟପଟେ ପାନପୋଷ ରେଞ୍ଜର ଜ୍ଞାନେନ୍ଦ୍ର ଲିମା ଦନ୍ତା ହାତୀ ଝିରପାଣି ଅଞ୍ଚଳରେ ଥିବା ସୂଚନା ପାଇ ଗୁରୁବାର ସକାଳେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ୨ଜଣ ଫରେଷ୍ଟର, ୪ଜଣ ଗାର୍ଡ ଏବଂ ୧୬ଜଣ ସ୍କ୍ବାର୍ଡ ହାତୀ ଘଉଡାଇବା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ତେବେ ରାତ୍ରି ୭ଟା ଯାଏ ଉକ୍ତ ହାତୀକୁ ଘଉଡାଇବା ସମ୍ଭବ ହୋଇ ନ ଥିଲା। ଖବର ଲେଖାଯିବା ଯାଏ (ରାତି ସାଢେ ୮ଟା) ହାତୀ ଆର୍‌ଏସ୍‌ କଲୋନୀ ପାହାଡରେ ରହିଥିଲା। ଏ ନେଇ ପାନପୋଷ ରେଞ୍ଜର ଲିମାଙ୍କୁ ପଚାରିବାରୁ ସକାଳୁ ହାତୀ ଘଉଡାଇବା କାର୍ଯ୍ୟ ଚାଲିଛି। ହାତୀ ୬ଜଣଙ୍କ ପାଚେରି ଭାଙ୍ଗିଛି। ମାତ୍ର କାହାର ଘରଦ୍ୱାର ଭାଙ୍ଗିନାହିଁ। ହାତୀକୁ ନଦୀ ପାରି କରି ବିଶ୍ରା ଜଙ୍ଗଲକୁ ଘଉଡାଇବା ପାଇଁ ଚେଷ୍ଟା କରାଯାଉଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri