ଫରେଷ୍ଟରଙ୍କୁ କଚାଡ଼ିଦେଲା ଦନ୍ତା

ପରଜଙ୍ଗ, ୨।୮(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମହାବିରୋଡ ଗ୍ରାମ୍ୟ ଜଙ୍ଗଲରେ ପାଟ୍ରୋଲିଂ ଚାଲିଥିବାବେଳେ ବେଳେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି ପଙ୍ଗାତୀରା ଫରେଷ୍ଟର ଶଶିରେଖା ଦିଓ୍ବାନି। ଏଥିରେ ରେଞ୍ଜର ସୁବ୍ରତ କୁମାର ବେହେରାଙ୍କ ସମେତ ଫରେଷ୍ଟ ଗାର୍ଡ ଏବଂ ହାତୀ ସ୍କ୍ବାଡ୍‌ କର୍ମଚାରୀ ବର୍ତ୍ତିଯାଇଛନ୍ତି। ସଙ୍କଟାପନ୍ନ ଅବସ୍ଥାରେ ଫରେଷ୍ଟରଙ୍କୁ ପ୍ରଥମେ ପରଜଙ୍ଗ ପରେ କଟକ ସ୍ଥାନାନ୍ତର କରାଯାଇଛି।
ମହାବିରୋଡ ଗ୍ରାମ୍ୟ ଜଙ୍ଗଲରେ ଏକପଲରେ ୧୪ ହାତୀ ଉପଦ୍ରବ ସୃଷ୍ଟି କରୁଛନ୍ତି। ସେମାନଙ୍କ ଉପରେ ନଜର ରଖିବାକୁ ମିଳିତ ପାଟ୍ରୋଲିଂ ଚାଲିଥିଲା। ଏହି ସମୟରେ ଏକ ଦନ୍ତା ପଲରୁ ଅଲଗା ହୋଇ କର୍ମଚାରୀଙ୍କୁ ଆକ୍ରମଣ କରିବାକୁ ଗୋଡ଼ାଇଥିଲା। କର୍ମଚାରୀମାନେ ଜୀବନ ରକ୍ଷା କରିବାକୁ ଦୌଡ଼ି ପଳାଉଥିବା ବେଳେ ଫରେଷ୍ଟର ଦିଓ୍ବାନୀ ଖସିପଡ଼ିଥିଲେ। ରେଞ୍ଜର ତାଙ୍କୁ ଉଦ୍ଧାର କରି କିଛି ବାଟ ବୋହି ଆଣିଥିଲେ। ତେବେ ଦନ୍ତା ନିକଟତର ହୋଇଯିବାରୁ ଫରେଷ୍ଟରଙ୍କୁ ଛାଡ଼ି ରେଞ୍ଜର ଜୀବନ ବଞ୍ଚାଇ ଦୌଡ଼ି ପଳାଇଥିଲେ। ଫରେଷ୍ଟରଙ୍କୁ ଦନ୍ତା ଶୁଣ୍ଢରେ ଫିଙ୍ଗି ଦେଇଥିଲା। କର୍ମଚାରୀମାନେ ପହଞ୍ଚତ୍ ଦନ୍ତାକୁ ଘଉଡ଼ାଇବା ସହ ତାଙ୍କୁ ଉଦ୍ଧାର କରିଥିଲେ। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri