ଗାଁରେ ପଶିଲା ଜଙ୍ଗଲୀ ଦନ୍ତା, ବୃଦ୍ଧଙ୍କୁ ଆହତ କରିବା ପରେ ଖେଳିଗଲା ଆତଙ୍କ

ଖଇରା,୨୭ା୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମାଖନପୁର ପଞ୍ଚାୟତ ଅଧୀନ ସାଉଣ୍ଡିଆ କୁତୁପୁର ଗାଁରେ ଜଙ୍ଗଲୀ ଦନ୍ତା ଅଟକି ରହିଥିବା ବେଳେ ଗ୍ରାମବାସୀ ଆତଙ୍କିତ ହୋଇ ରହିଛନ୍ତି। ହାତୀଟି ଗ୍ରାମର ବୃଦ୍ଧ ରତ୍ନାକର ମହାନ୍ତିଙ୍କୁ ଗୋଡ଼ାଇବାରୁ ବୃଦ୍ଧ ଜଣକ ତଳେ ପଡ଼ିଯାଇ ଖଣ୍ଡିଆ ଖାବରା ହୋଇଛନ୍ତି। ହାତୀଟି ଗାଁରେ ଥିବା ଏକ କିଆବୁଦା ଜଙ୍ଗଲ ଭିତରେ ପଶି ରହିଥିବା ବେଳେ ଅଞ୍ଚଳବାସୀ ବାହାରକୁ ବାହାରି ପାରୁନାହାନ୍ତି। ଖବର ପାଇ କୁପାରି ବନବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ହାତୀଟିକୁ ଜଙ୍ଗଲକୁ ଘଉଡ଼ାଇବାକୁ ଚେଷ୍ଟା ଚଳାଇଛନ୍ତି।

ଅନ୍ୟପଟେ ବନବିଭାଗ ପକ୍ଷରୁ ଗ୍ରାମବାସୀଙ୍କୁ ଘର ବାହାରକୁ ନ ବାହାରିବାକୁ ସତର୍କ କରାଇଛନ୍ତି। ଉକ୍ତ ହାତୀଟି ରବିବାର ରାତିରେ କୁପାରି ଶାରୀଶୁଆ ପାହାଡ଼ରୁ ଆସି ଗଡ଼ପୋଖରୀ ପଞ୍ଚାୟତର ଗଗୁଆ,ସିମୁଳିଆ,ବଡଦାଣ୍ଡ ଇତ୍ୟାଦି ଗାଁରେ ଥିବାବେଳେ ଆଜି ସକାଳେ ଖଇରା, ବଟେଶ୍ୱର,ମହତୀପୁର,କୁରୁଣ୍ଟା, ବାଗଡିଆ ଦେଇ ମାଖନପୁର ପଞ୍ଚାୟତର କୁତୁପୁରରେ ଗାଁରେ ପହଞ୍ଚିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?