ହାତୀ ଲଢ଼େଇ: କାଦୁଅରେ ପଶିଗଲା ଶୁଣ୍ଢ, ଆଉ ତା’ ପରେ…

ମୋରଡ଼ା,୨୦ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ତଥା ମୋରଡ଼ା ବ୍ଲକ ଅଧୀନ ଦୁର୍ଗାପୁର ସଂରକ୍ଷିତ ଜଙ୍ଗଲର ସୁନାହଜା ନିକଟରେ ଏକ ହାତୀ କାଦୁଅରେ ପଶିଯିବାରୁ ତା’ର ମୃତ୍ୟୁ ଘଟିଥିବା ଦେଖିବାକୁ ମିଳିଛି।
ସୂଚନାନୁଯାୟୀ, ଉକ୍ତ ସଂରକ୍ଷିତ ଜଙ୍ଗଲରେ ଗତ ତିନିଦିନ ହେବ ଏକ ୧୧ଟିକିଆ ହାତୀପଲ ସ୍ଥାନୀୟ ଗ୍ରାମ ସୁନାହଜାରେ ଉପଦ୍ରବ ଚଳାଇଥିଲେ। ତେବେ ବୁଧବାର ଅପରାହ୍ନରେ ସୁନାହଜା ଗ୍ରାମର ବନ ସୁରକ୍ଷା ସମିତି ସଭାପତି ମହେଶ୍ୱର ମହାନ୍ତ ତାଙ୍କ ବିଲକୁ ପାଣି ଛାଡ଼ିବାକୁ ଯାଇଥିବା ବେଳେ ବିଲରୁ ଅଳ୍ପ ଦୂରରେ ଥିବା ଏକ ପଙ୍କ କାଦୁଅରେ ଏକ ହାତୀ ଶୋଇଥିବା ଅବସ୍ଥାରେ ଦେଖିଥିଲେ। ପାଖକୁ ଯାଇ ଦେଖିବାରୁ ଉକ୍ତ ହାତୀଟି ମୃତ୍ୟୁବରଣ କରିଥିବାର ଦେଖି ବନବିଭାଗକୁ ଖବର ଦେଇଥିଲେ। ଖବର ପାଇ, ବେତନଟୀ ରେଞ୍ଜର ମନଓ୍ବର ଖାଁ,ଫରେଷ୍ଟର ପ୍ରଶାନ୍ତ କୁମାର ସିଂସାମନ୍ତ, ଦୀପକ କୁମାର ପାତ୍ର, ଫରେଷ୍ଟ ଗାର୍ଡ ବିଜୟ ମହାନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ଉକ୍ତ ହାତୀଟିର ବୟସ ଛଅରୁ ସାତ ବର୍ଷ ହେବ ଏବଂ ହାତୀ ହାତୀ ମଧ୍ୟରେ ଲଢ଼େଇ ତଥା ପଙ୍କ କାଦୁଅରେ ପଶି ଅଣନିଃଶ୍ୱାସୀ ହୋଇ ହାତୀଟି ମୃତ୍ୟୁବରଣ କରିଥିବାର ସନ୍ଦେହ କରାଯାଉଛି ବୋଲି କହିଛନ୍ତି ରେଞ୍ଜର ମନଓ୍ବର ଖାଁ। ତେବେ ହାତୀର ଶୁଣ୍ଢଟି କାଦୁଅ ଭିତରେ ପଶିଯାଇଥିବା ବେଳେ ହାତୀର ପାଟିରୁ ରକ୍ତ ବାହାରୁଥିବାର ଦେଖାଦେଇଛି। ଏହାପରେ ଘଟଣାସ୍ଥଳରେ ଏସ୍‌ସିଏଫ୍‌ ରବିନାରାୟଣ ମହାନ୍ତି ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହିତ ତଦନ୍ତ ଆରମ୍ଭ କରିଛନ୍ତି। ଆସନ୍ତାକାଲି ଉକ୍ତ ମୃତ ହାତୀର ମୃତଦେହ ବ୍ୟବଚ୍ଛେଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri