ହାତୀ ଲଢ଼େଇ: କାଦୁଅରେ ପଶିଗଲା ଶୁଣ୍ଢ, ଆଉ ତା’ ପରେ…

ମୋରଡ଼ା,୨୦ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ତଥା ମୋରଡ଼ା ବ୍ଲକ ଅଧୀନ ଦୁର୍ଗାପୁର ସଂରକ୍ଷିତ ଜଙ୍ଗଲର ସୁନାହଜା ନିକଟରେ ଏକ ହାତୀ କାଦୁଅରେ ପଶିଯିବାରୁ ତା’ର ମୃତ୍ୟୁ ଘଟିଥିବା ଦେଖିବାକୁ ମିଳିଛି।
ସୂଚନାନୁଯାୟୀ, ଉକ୍ତ ସଂରକ୍ଷିତ ଜଙ୍ଗଲରେ ଗତ ତିନିଦିନ ହେବ ଏକ ୧୧ଟିକିଆ ହାତୀପଲ ସ୍ଥାନୀୟ ଗ୍ରାମ ସୁନାହଜାରେ ଉପଦ୍ରବ ଚଳାଇଥିଲେ। ତେବେ ବୁଧବାର ଅପରାହ୍ନରେ ସୁନାହଜା ଗ୍ରାମର ବନ ସୁରକ୍ଷା ସମିତି ସଭାପତି ମହେଶ୍ୱର ମହାନ୍ତ ତାଙ୍କ ବିଲକୁ ପାଣି ଛାଡ଼ିବାକୁ ଯାଇଥିବା ବେଳେ ବିଲରୁ ଅଳ୍ପ ଦୂରରେ ଥିବା ଏକ ପଙ୍କ କାଦୁଅରେ ଏକ ହାତୀ ଶୋଇଥିବା ଅବସ୍ଥାରେ ଦେଖିଥିଲେ। ପାଖକୁ ଯାଇ ଦେଖିବାରୁ ଉକ୍ତ ହାତୀଟି ମୃତ୍ୟୁବରଣ କରିଥିବାର ଦେଖି ବନବିଭାଗକୁ ଖବର ଦେଇଥିଲେ। ଖବର ପାଇ, ବେତନଟୀ ରେଞ୍ଜର ମନଓ୍ବର ଖାଁ,ଫରେଷ୍ଟର ପ୍ରଶାନ୍ତ କୁମାର ସିଂସାମନ୍ତ, ଦୀପକ କୁମାର ପାତ୍ର, ଫରେଷ୍ଟ ଗାର୍ଡ ବିଜୟ ମହାନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ଉକ୍ତ ହାତୀଟିର ବୟସ ଛଅରୁ ସାତ ବର୍ଷ ହେବ ଏବଂ ହାତୀ ହାତୀ ମଧ୍ୟରେ ଲଢ଼େଇ ତଥା ପଙ୍କ କାଦୁଅରେ ପଶି ଅଣନିଃଶ୍ୱାସୀ ହୋଇ ହାତୀଟି ମୃତ୍ୟୁବରଣ କରିଥିବାର ସନ୍ଦେହ କରାଯାଉଛି ବୋଲି କହିଛନ୍ତି ରେଞ୍ଜର ମନଓ୍ବର ଖାଁ। ତେବେ ହାତୀର ଶୁଣ୍ଢଟି କାଦୁଅ ଭିତରେ ପଶିଯାଇଥିବା ବେଳେ ହାତୀର ପାଟିରୁ ରକ୍ତ ବାହାରୁଥିବାର ଦେଖାଦେଇଛି। ଏହାପରେ ଘଟଣାସ୍ଥଳରେ ଏସ୍‌ସିଏଫ୍‌ ରବିନାରାୟଣ ମହାନ୍ତି ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହିତ ତଦନ୍ତ ଆରମ୍ଭ କରିଛନ୍ତି। ଆସନ୍ତାକାଲି ଉକ୍ତ ମୃତ ହାତୀର ମୃତଦେହ ବ୍ୟବଚ୍ଛେଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri