ଆତଙ୍କ ଖେଳାଇଲେଣି ହାତୀ

ଅନୁଗୋଳ ଅଫିସ,୨୬।୪: ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜରେ ଆତଙ୍କ ଖେଳାଇଲେଣି ହାତୀ। ସୋମବାର ବଡ଼କନ୍ତକୁଳ ଗ୍ରାମ ଆମ୍ବତୋଟାରେ ହାତୀ ୨ ମହିଳାଙ୍କ ଜୀବନ ନେଇଥିବା ବେଳେ ମଙ୍ଗଳବାର ତଳଗଡ଼ ପଞ୍ଚାୟତ ପୋଡାସାହିର ମହିଳା ନନ୍ଦିନୀ ଝାଙ୍କର(୩୮) ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ନନ୍ଦିନୀଙ୍କୁ ପ୍ରଥମେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ସେଠାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ବନ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ପ୍ରକାଶ ଯେ, ସକାଳ ୬ଟା ୪୫ରେ ନନ୍ଦିନୀ ଗଁା ନିକଟ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ। ସେ କେନ୍ଦୁପତ୍ର ତୋଳୁଥିବା ବେଳେ ହଠାତ୍‌ ଏକ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା। ଜଙ୍ଗଲରେ କେନ୍ଦୁପତ୍ର ତୋଳୁଥିବା ଅନ୍ୟ ଲୋକମାନେ ପାଟି କରିବାରୁ ହାତୀଟି ଜଙ୍ଗଲ ଭିତରକୁ ଚାଲିଯାଇଥିଲା। ତୁରନ୍ତ ସ୍ଥାନୀୟ ଲୋକମାନେ ମହିଳାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଖବରପାଇ ବନ୍ତଳା ରେଞ୍ଜର ନୀଳାଦ୍ରିନାଥ ସାହୁ ଓ ଅନ୍ୟ କର୍ମଚାରୀ ମେଡକାଲରେ ପହଞ୍ଚି ନନ୍ଦିନୀଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ସହ ତାଙ୍କୁ କଟକ ପଠାଇବା ବ୍ୟବସ୍ଥା କରିଥିଲେ। ପରେ ବନ ବିଭାଗ ପକ୍ଷରୁ ଆକ୍ରମଣକାରୀ ହାତୀକୁ ବାରଗୌଣିଆର ଭୁବନପୁର ଠାରେ ଠାବ କରାଯାଇଥିଲା। ଏ ସମ୍ପର୍କରେ ରେଞ୍ଜର ସାହୁ କହିଛନ୍ତି, ସେଠାରେ ୪ଟି ହାତୀ ରହିଥିବାରୁ ଲୋକଙ୍କୁ କେନ୍ଦୁପତ୍ର ତୋଳିବା ପାଇଁ ଯିବାକୁ ମନା କରାଯାଇଥିଲା। କିନ୍ତୁ ଲୋକମାନେ ଅବୁଝା ହୋଇ ଜଙ୍ଗଲ ଭିତରକୁ ଯାଉଥିବାରୁ ଏପରି ଅଘଟଣ ଘଟୁଛି। ଗୁରୁତର ମହିଳାଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri