ଆତଙ୍କ ଖେଳାଇଲେଣି ହାତୀ

ଅନୁଗୋଳ ଅଫିସ,୨୬।୪: ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜରେ ଆତଙ୍କ ଖେଳାଇଲେଣି ହାତୀ। ସୋମବାର ବଡ଼କନ୍ତକୁଳ ଗ୍ରାମ ଆମ୍ବତୋଟାରେ ହାତୀ ୨ ମହିଳାଙ୍କ ଜୀବନ ନେଇଥିବା ବେଳେ ମଙ୍ଗଳବାର ତଳଗଡ଼ ପଞ୍ଚାୟତ ପୋଡାସାହିର ମହିଳା ନନ୍ଦିନୀ ଝାଙ୍କର(୩୮) ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ନନ୍ଦିନୀଙ୍କୁ ପ୍ରଥମେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ସେଠାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ବନ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ପ୍ରକାଶ ଯେ, ସକାଳ ୬ଟା ୪୫ରେ ନନ୍ଦିନୀ ଗଁା ନିକଟ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ। ସେ କେନ୍ଦୁପତ୍ର ତୋଳୁଥିବା ବେଳେ ହଠାତ୍‌ ଏକ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା। ଜଙ୍ଗଲରେ କେନ୍ଦୁପତ୍ର ତୋଳୁଥିବା ଅନ୍ୟ ଲୋକମାନେ ପାଟି କରିବାରୁ ହାତୀଟି ଜଙ୍ଗଲ ଭିତରକୁ ଚାଲିଯାଇଥିଲା। ତୁରନ୍ତ ସ୍ଥାନୀୟ ଲୋକମାନେ ମହିଳାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଖବରପାଇ ବନ୍ତଳା ରେଞ୍ଜର ନୀଳାଦ୍ରିନାଥ ସାହୁ ଓ ଅନ୍ୟ କର୍ମଚାରୀ ମେଡକାଲରେ ପହଞ୍ଚି ନନ୍ଦିନୀଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ସହ ତାଙ୍କୁ କଟକ ପଠାଇବା ବ୍ୟବସ୍ଥା କରିଥିଲେ। ପରେ ବନ ବିଭାଗ ପକ୍ଷରୁ ଆକ୍ରମଣକାରୀ ହାତୀକୁ ବାରଗୌଣିଆର ଭୁବନପୁର ଠାରେ ଠାବ କରାଯାଇଥିଲା। ଏ ସମ୍ପର୍କରେ ରେଞ୍ଜର ସାହୁ କହିଛନ୍ତି, ସେଠାରେ ୪ଟି ହାତୀ ରହିଥିବାରୁ ଲୋକଙ୍କୁ କେନ୍ଦୁପତ୍ର ତୋଳିବା ପାଇଁ ଯିବାକୁ ମନା କରାଯାଇଥିଲା। କିନ୍ତୁ ଲୋକମାନେ ଅବୁଝା ହୋଇ ଜଙ୍ଗଲ ଭିତରକୁ ଯାଉଥିବାରୁ ଏପରି ଅଘଟଣ ଘଟୁଛି। ଗୁରୁତର ମହିଳାଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri